ଆରମ୍ଭ ହେଲା ବିଧାନସଭା: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ବିରୋଧି କଂଗ୍ରେସ ସଦସ୍ୟ ବିଭିନ୍ନ ପ୍ରସଙ୍ଗକୁ ନେଇ ହଟ୍ଟଗୋଳ କରିବା ସହ କକ୍ଷତ୍ୟାଗ କରିଥିଲେ। ତେବେ ପରେ ରାଜ୍ୟପାଳ ନିଜ ଅଭିଭାଷଣରେ କହିଛନ୍ତି, କରୋନା ନିୟନ୍ତ୍ରଣରେ ରାଜ୍ୟ ସରକାରଙ୍କ ଭୂମିକା ପ୍ରଶଂସନୀୟ। କରୋନା ବେଳେ ଅଙ୍ଗନଓ୍ବାଡି ଦ୍ୱାରା ପିଲାଙ୍କ ପୃଷ୍ଟିସାଧନ ହୋଇଛି । ଏହାଛଡ଼ା ଜନସ୍ବାସ୍ଥ୍ୟ ଓ ସମସ୍ୟା ଦୂର ଉପରେ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। କରୋନା ମହାମାରୀ ସତ୍ତ୍ୱେ ପିଲାଙ୍କ ପାଠପଢ଼ା ବ୍ୟାହାତ ହୋଇନାହିଁ। ଶିକ୍ଷା ସଂଯୋଗ, ଦୀକ୍ଷା ଆପ୍‌, ଶିକ୍ଷା ଦର୍ପଣ ପଦ୍ଧତି ଅବଲମ୍ବନ କରାଯାଉଛି। ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ଯୋଗାଇବା ଲାଗି ସରକାର ପ୍ରତିବଦ୍ଧ। ଷ୍ଟାଟ୍‌-ଅପ୍‌ ଉନ୍ନତି ପାଇଁ ଷ୍ଟାର୍ଟ ଅପ୍‌ ଓଡ଼ିଶା ଉପକ୍ରମ ଆରମ୍ଭ ହୋଇଛି। ସୁନ୍ଦରଗଡ଼ରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ ପ୍ରତିଷ୍ଠା କରାଯିବ। ତେବେ ତୃଣମୂଳସ୍ତରରୁ ଖେଳାଳିଙ୍କୁ ପୋତ୍ସାହନ ଦେବା ସରକାରଙ୍କ ଉଦ୍ଦେଶ୍ୟ। ୨୦୨୧ ସୁଦ୍ଧା ରାଜ୍ୟର ସମସ୍ତ ପୌରାଞ୍ଚଳରୁ ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ ହେବ ବୋଲି ରାଜ୍ୟପାଳ କହିଛନ୍ତି।

ପ୍ରକାଶ ଯେ, ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ଦିବଂଗତ ପୂର୍ବତନ ସଦସ୍ୟଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳ ଶୋକ ପ୍ରସ୍ତାବ ଆଗତ କରିଥିଲେ। ସହିଦ ଯବାନ ଓ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ଫେବୃୟାରୀ ୧୯ ଓ ୨୦ ଦୁଇଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri