ବିଧାନସଭାରେ ଗର୍ଜିଲେ ବିରୋଧୀ, ଅପରାହ୍ନଣ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର,୭।୨: ଆରମ୍ଭରୁ ବିଧାନସଭାରେ ହଟ୍ଟଗୋଳ। ବଜେଟ ଅଧିବେଶନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହ । ବୁଧବାର ହଟ୍ଟଗୋଳ, ହୋହଲ୍ଲା ଯୋଗୁଁ ଗୃହ ବାରମ୍ବାର ମୁଲତବୀ ହୋଇଛି । ଗୋଟିଏ ମିନିଟ ବି ପ୍ରଶ୍ନକାଳ ଚାଲିପାରିନି। ଏଥିପାଇଁ ବାଚସ୍ପତି ଗୃହକୁ ଅପରାହ୍ନଣ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି । ପୂର୍ବରୁ ଗୃହ ଆରମ୍ଭରୁ ହୋହଲ୍ଲା ହେବା ଯୋଗୁଁ ଗୃହକୁ ସାଢେ ୧୧ଟା ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ ବାଚସ୍ପତି ।

ଅର୍ପଣ ରଥରେ ଉଷୁନା ଚାଉଳ ପ୍ରସଙ୍ଗରେ ବିରୋଧୀ ଭାଜପା ସଦସ୍ୟ ଗୃହରେ ହୋହଲ୍ଲା କରିଥିଲେ । ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ । ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି ଏହି ପ୍ରସଙ୍ଗ ଉଠାଇଥିଲେ । ପରେ ସମାନ ପ୍ରସଙ୍ଗରେ ହୋହଲ୍ଲା ଯୋଗୁଁ ପୁଣି ସାଢେ ୧୨ଟା ଯାଏ ଗୃହକୁ ମୁଲତବୀ ରଖିଥିଲେ ବାଚସ୍ପତି । ତେବେ ପୁଣି ସମାନ ପ୍ରସଙ୍ଗରେ ବିରୋଧୀ ଗୃହକୁ ଚଲାଇ ନ ଦେବାରୁ ଦିନ ୪ଟା ଯାଏଁ ବାଚସ୍ପତି ଗୃହକୁ
ମୁଲତବୀ ଘୋଷଣା କରିଛନ୍ତି ।

ସେପଟେ ନୟାଗଡ କୁନି ଝିଅ ପରୀ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଭାଜପା ରାଜନୀତି କରୁଥିବା ଅଭିଯୋଗ କରିଛି ବିଜେଡି । ଏଥିସହ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କ୍ଷମା ପ୍ରାର୍ଥନା ଦାବି କରି ଗୃହରେ ହୋହଲ୍ଲା କରିଛି ବିଜେଡି । ବାଚସ୍ପତି ଦିନ ୧୧ଟା ୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିବା ପରେ ଶାସକ ଦଳର ବିଧାୟକମାନେ ବିଧାନସଭା ପରିସରରେ ଥିବା ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?