ଦିନକ ଆଗରୁ ସରିଲା ବିଧାନସଭା

ଭୁବନେଶ୍ୱର, ୨୫।୯(ସୁନିତ୍‌ ମିଶ୍ର): ବିଧାନସଭା ମୌସୁମୀ ଅଧିବେଶନକୁ ବୁଧବାର ଅନିର୍ଦ୍ଦିିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଗତ ୧୮ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା। ହେଲେ ଗୃହର ଆଉ କୌଣସି ବିଜ୍‌ନେସ୍‌ ନ ଥିବା ଯୋଗୁ ଏହାକୁ ଅନିର୍ଦ୍ଦିିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିବା ଲାଗି ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଏକ ମୋଶନ ଆଣିଥିଲେ। ପାର୍ବଣ ପାଇଁ ଗୃହକୁ ଦିନକ ପୂର୍ବରୁ ବନ୍ଦ କରାଇବା ଲାଗି ପ୍ରସ୍ତାବ ଦିଆଯାଇଥିଲା। ମୋଶନ ପାସ୍‌ କରାଇବାରେ ଅଧିକ ସଦସ୍ୟଙ୍କ ସମର୍ଥନ ରହିବା ଯୋଗୁ ଗୃହ କାର୍ଯ୍ୟକୁ ମୁଲତବୀ ଘୋଷଣା କରାଯାଇଛି।

ଏହି ଅଧିବେଶନରେ ମୋଟ୍‌ ୭ଟି କାର୍ଯ୍ୟଦିବସ ରହିଥିଲା। ୫ ଦିନ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ସ୍ବାଭାବିକ ସ୍ଥିତିକୁ ଫେରିପାରି ନ ଥିଲା। ପ୍ରଥମ ୩ ଦିନ ଯାଏ ଗୃହ ଚଲାଇବା ସମ୍ଭବପର ହୋଇପାରି ନ ଥିଲା। ୪ର୍ଥ ଦିନର ପୂର୍ବାହ୍ନରେ ଗୃହ ସ୍ବାଭାବିକ ହୋଇପାରି ନ ଥିବା ବେଳେ ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ପରେ ଦୁଇଟି ବିଲ୍‌ ଏବଂ ଗୋଟିଏ ସଂକଳ୍ପ ଆଗତ କରାଯାଇଥିଲା। ଏହି ଅବସରରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଲ୍‌ ୨୦୨୫ ଏବଂ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ୍‌ ୨୦୨୫ ଆଗତ କରାଯାଇଥିଲା। ଏହାସହ ଜିଏସ୍‌ଟିରେ ସଂସ୍କାର ନେଇ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଦେବା ସମ୍ପର୍କିତ ସଂକଳ୍ପ ମଧ୍ୟ ଆଗତ କରାଯାଇଥିଲା। ୫ମ ଦିନ ପୂର୍ବାହ୍ନରେ ବିରୋଧୀ ଗୃହ କାର୍ଯ୍ୟ ଚଳାଇଦେଇ ନ ଥିଲେ। ଅପରାହ୍ନରେ ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌ ୨୦୨୫ ପାରିତ ହୋଇଥିଲା। ଏହାସହ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଦେବା ସମ୍ପର୍କିତ ସଂକଳ୍ପ ମଧ୍ୟ ପାରିତ ହୋଇଥିଲା। ଏହି ସମୟରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ଗୃହରେ ନ ଥିବା ସତ୍ତ୍ୱେ ସରକାରୀ ଦଳ ପକ୍ଷରୁ ଏହାକୁ ପାରିତ କରାଯାଇଥିଲା। ସେହିପରି ଷଷ୍ଠ ଦିନ କିନ୍ତୁ କିଛି ସମୟ କଂଗ୍ରେସ ସଦସ୍ୟଙ୍କ ନାରାବାଜିରେ ଗୃହ ଅଚଳ ହୋଇଥିବାବେଳେ ବାକି ସମ୍ପୂର୍ଣ୍ଣ ସମୟ ଗୃହ କାର୍ଯ୍ୟ ବିନା ବିରୋଧ ଭିତରେ ଚାଲିଥିଲା। ପୂର୍ବାହ୍ନରେ ପ୍ରଶ୍ନକାଳ, ଶୂନ୍ୟକାଳ ଆଦି ସବୁ ଠିକ୍‌ଠାକ୍‌ ଚାଲିଥିଲା। ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବାପରେ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ୍‌ ୨୦୨୫ ଉପରେ ଗୃହରେ ବିସ୍ତୃତ ଆଲୋଚନା ହୋଇଥିଲା। ଏହାପରେ ଏହି ବିଲ୍‌ ଗୃହରେ ପାରିତ ହେବାସହ ରାତି ୯.୧୯ ମିନିଟ୍‌ରେ ଗୃହ କାର୍ଯ୍ୟ ଅନିର୍ଦ୍ଦିିଷ୍ଟ କାଳ ଯାଏ ମୁଲତବି ଘୋଷଣା ହୋଇଥିଲା। ଏହି ୭ ଦିନିଆ କାର୍ଯ୍ୟଦିବସ ଭିତରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri