ବଡ଼ ସଙ୍କେତ ଦେଲେ ମୁଖ୍ୟମନ୍ତ୍ରୀ, ୨୦୦ ହେବ ଓଡ଼ିଶା ବିଧାନସଭାର ସିଟ୍ !

ଭୁବନେଶ୍ୱର,୧୨ା୧: ନୂଆ ବିଧାନସଭା ଗୃହ ଭତ୍ତିପ୍ରସ୍ତର ସ୍ଥାପନ ଅବସରରେ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାରେ ନୂଆ ବିଧାନସଭା ଏବଂ ନୂଆ ଲୋକସେବା ଭବନ ନିର୍ମାଣ ହେବ । ବିଧାନସଭାରେ ବର୍ତ୍ତମାନ ୧୪୭ ସିଟ୍‌ ରହିଛି, ଡିଲିମିଟେସନ୍‌ରେ ସିଟ୍‌ ବଢ଼ିପାରେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ତେବେ ନୂଆ ବିଧାନସଭାରେ ୨ ଶହ ପାଖାପାଖି ବିଧାୟକ ରହିପାରନ୍ତି । ପ୍ରାୟ ୫୦ ପାଖାପାଖି ସିଟ୍‌ ବଢ଼ିବାର ସମ୍ଭାବନା ରହିଛି । ‘ଆଗାମୀ ୫୦/୧୦୦ ବର୍ଷକୁ ଦୃଷ୍ଟିରେ ରଖି ୩ ଶହ ସିଟ୍‌ର ବ୍ୟବସ୍ଥା ରହିବ ବୋଲି ସେ କହିଛନ୍ତି । ତେବେ ମୁଖ୍ୟମନ୍ତ୍ରୀ ଏଭଳି କହି କଣ ଇଶାରା ଦେଇଛନ୍ତି ବୋଲି ଚର୍ଚ୍ଚା ବଢ଼ିବାରେ ଲାଗିଛି । ତେବେ ଆଗକୁ ବିଧାନସଭା ସିଟ ମଧ୍ୟ ବଢ଼ିପାରେ ବୋଲି ଚର୍ଚ୍ଚା ହେଉଛି ।

କହରଖୁଛୁ କି, ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଜି କହିଥିଲେ ଯେ, ନୂଆ ଲୋକସେବା ଭବନ ତିଆରି ହେବାର ଆବଶ୍ୟକତା ରହିଛି ।  ବିଭାଗର ସଂଖ୍ୟା, କର୍ମଚାରୀ ସଂଖ୍ୟା ବଢ଼ିଲାଣି । ତେଣୁ ଲୋକସେବା ଭବନ କାର୍ଯ୍ୟ ଆରମ୍ଭ ହୋଇଛି । ଏହି କ୍ରମରେ ନୂଆ ବିଧାନସଭା ମଧ୍ୟ ନିର୍ମାଣ ହେବ ବୋଲି ମନ୍ତ୍ରୀ କହିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri