୨୦ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୧୪।୬(ଅନିଲଦାସ): ଆସନ୍ତା ୧୮ ଓ ୧୯ ତାରିଖରେ ନବନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରିବେ। ସେହିପରି ୨୦ ତାରିଖରେ ବାଚସ୍ପତି ନିର୍ବାଚନ କରାଯିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଧାନସଭାର ବରିଷ୍ଠ ସଦସ୍ୟ ତଥା ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କାମଚଳା ବାଚସ୍ପତି(ପ୍ରୋ ଟେମ୍‌ ସ୍ପିକର) କରାଯାଇଛି। ସେ ୮ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି।

ଶୁକ୍ରବାର କାମଚଳା ବାଚସ୍ପତି ଶପଥ ନେବେ। ବିଧାନସଭା ସଚିବାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଚଳିତ ନିର୍ବାଚନରେ ଭାଜପାର ୭୮ ଜଣ ବିଧାୟକ ନିର୍ବାଚିତ ହୋଇଥିବା ବେଳେ ବିଜେଡିର ୫୧, କଂଗ୍ରେସର ୧୪, ସିପିଆଇ(ଏମ୍‌) ୧ ଓ ସ୍ବାଧୀନ ଭାବେ ୩ ଜଣ ବିଜୟୀ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ପ୍ରାୟ ୧୦୮ ଜଣ ନୂତନ ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରୋ ଟେମ୍‌ ସ୍ପିକର ସମସ୍ତଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ।

ଅନ୍ୟପକ୍ଷରେ ଶପଥ ଗ୍ରହଣ ତାରିଖ ଘୋଷଣା ହୋଇଥିବା ବେଳେ ନୂଆ ବାଚସ୍ପତି କିଏ ହେବେ ସେ ନେଇ ଏ ପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇ ନାହିଁ। ତେବେ ପୂର୍ବତନ ମନ୍ତ୍ରୀ ତଥା ରଣପୁର ବିଧାୟିକା ସୁରମା ପାଢ଼ୀ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ନାଁ ନେଇ ଚର୍ଚ୍ଚା ହେଉଛି। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଏ ନେଇ ଚିତ୍ର ସ୍ପଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri