ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ: ଗଣାଇଲେ ମୋହନ ସରକାରଙ୍କ ସଫଳତା

ଭୁବନେଶ୍ୱର,୧୩।୨: ଗୁରୁବାର ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଉଛି। ପ୍ରଥମ ଦିନ ଆରମ୍ଭରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଆଭିଭାଷଣ ରଖିଛନ୍ତି। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରି ରାଜ୍ୟରେ ଭାଜପା ସରକାରଙ୍କ ଗତ ସାତ ମାସର ଉପଲବ୍ଧିକୁ ସେ ଗଣାଇଥିଲେ।

ରାଜ୍ୟପାଳ କହିଥିଲେ, ଓଡ଼ିଶା ଖଣିଜ ସଂପଦରେ ଭରପୂର। ଏହାର ଐତିହ୍ୟ, କୀର୍ତ୍ତିରାଜିକୁ ନେଇ ପରିଚିତ ଓଡ଼ିଶା। ରାଜ୍ୟରେ ଗରିବ, ଯୁବ, ଅନ୍ନଦାତା, ନାରୀଶକ୍ତି ମୋ ସରକାରର ମୂଳମନ୍ତ୍ର ରହିଛି। ଏହିକ୍ରମରେ ସରକାର ଧାନର ମୂଲ୍ୟ ୮୦୦ ଟଙ୍କା ବୃଦ୍ଧି କରିଛନ୍ତି।

ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ବିକାଶ ଦିଗରେ କାର୍ଯ୍ୟ କରୁଛନ୍ତି। ଖୁବ କମ୍ ସମୟରେ ଡିଜିପି ସମ୍ମିଳନୀ, ଉତ୍କର୍ଷ ଓଡ଼ିଶା, ପ୍ରବାସୀ ଭାରତୀୟ ଦିବସ ଆୟୋଜନ କରିଛୁ। ରାଜ୍ୟରେ ନୂଆ ଶିକ୍ଷାନୀତିକୁ ଲାଗୁ କରିଛନ୍ତି ସରକାର। ଦୁଗ୍ଧ ଚାଷୀଙ୍କ ପାଇଁ କାମଧେନୁ ଯୋଜନା ଆରମ୍ଭ କରାଯାଇଛି। ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାର ପ୍ରମୁଖ ଭୂମିକା ରହିବ।

ତେବେ ଆସନ୍ତା ୫ ବର୍ଷ ମଧ୍ୟରେ ୧.୫ ଲକ୍ଷ ସରକାରୀ ଚାକିରି ପୂରଣ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ପ୍ରଥମ ଦୁଇ ବର୍ଷରେ ୬୫,୦୦୦ ପଦବୀ ପୂରଣ ହେବ। ଦୁଇ ବର୍ଷରେ ବୟନ ଶିଳ୍ପ କ୍ଷେତ୍ରରେ ୫୦,୦୦୦ ନିଯୁକ୍ତି ଦିଆଯିବ। ୨୦୨୪-୨୫ରେ ୨୪ ହଜାରରୁ ଅଧିକ ପଦବୀ ପୂରଣ ହୋଇସାରିଥିବା ରାଜ୍ୟପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?