ଅନ୍ତର୍ଜାତୀୟ ପ୍ରସ୍ତର ମେଳାରେ ଓଡ଼ିଶା ପୁରସ୍କୃତ

ଭୁବନେଶ୍ୱର, ୧୫।୧୧(ବ୍ୟୁରୋ):ରାଜସ୍ଥାନ ସରକାରଙ୍କ ପକ୍ଷରୁ ରାଜସ୍ଥାନର ଜୟପୁରସ୍ଥିତ ସୀତାପୁର ଶିଳ୍ପାଞ୍ଚଳରେ ଏକାଦଶ ଅନ୍ତର୍ଜାତୀୟ ଭାରତ ପ୍ରସ୍ତର ମେଳା (ଇଣ୍ଡିଆ ଷ୍ଟୋନ୍‌ ମାର୍ଟ-୨୦୨୨) ଗତ ୧୦ ତାରିଖରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ଓଡ଼ିଶା ଷ୍ଟଲ୍‌କୁ ଦ୍ୱିତୀୟ ପୁରସ୍କାର ମିଳିଛି।
ଏହି ମେଳାରେ ଓଡ଼ିଶାର ୮ଜଣ ବିଶିଷ୍ଟ ପ୍ରସ୍ତର ଶିଳ୍ପୀ ଯୋଗଦେଇ ସେମାନଙ୍କ ସାମଗ୍ରୀ ପ୍ରଦର୍ଶନ କରିଥିଲେ। ଓଡ଼ିଶାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ତରଫରୁ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ଦ୍ବାରା ଏମାନଙ୍କୁ ମନୋନୀତ କରାଯାଇଥିଲା। ସରକାରଙ୍କ ତରଫରୁ ଗସ୍ତ ଖର୍ଚ୍ଚ, ଦୈନିକ ଭତ୍ତା ପ୍ରଦାନ ସହିତ ମାଗଣା ସାମଗ୍ରୀ ପରିବହନ ବ୍ୟବସ୍ଥା ଇତ୍ୟାଦି ସୁବିଧା କରାଯାଇଥିଲା। ଏହି ମେଳାରେ ମୋଟ ୪୨ ଲକ୍ଷ ଟଙ୍କାର ସାମଗ୍ରୀ ବିକ୍ରି ସହିତ ପ୍ରାୟ ୭୦ ଲକ୍ଷ ଟଙ୍କାର ବ୍ୟବସାୟିକ ଅନୁସନ୍ଧାନ ହୋଇଥିବା ଜଣାପଡ଼ିଛି। ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ରଙ୍କ ତତ୍ତ୍ବାବଧାନରେ ସହକାରୀ ହସ୍ତଶିଳ୍ପ ନିର୍ଦ୍ଦେଶକ ସନ୍ତୋଷ କୁମାର ମହାନ୍ତି, ହସ୍ତଶିଳ୍ପ ବିକାଶ ଅଧିକାରୀ ଅଭିଷେକ ଚୌଧୁରୀ ସେଠାରେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକୁ ସୁଚାରୁରୂପେ ପରିଚାଳନା କରିଥିଲେ। ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ ପକ୍ଷରୁ ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିଲା। ଉଦ୍‌ଯାପନୀ ସମାରୋହରେ ରାଜସ୍ଥାନର ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରୀ ଶକୁନ୍ତଳା ରାୱତଙ୍କଠାରୁ ସହକାରୀ ହସ୍ତଶିଳ୍ପ ନିର୍ଦ୍ଦେଶକ ସନ୍ତୋଷ କୁମାର ମହାନ୍ତି ସମ୍ମାନ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ମଙ୍ଗଳବାର ଭାଜପା ଷ୍ଟାର ପ୍ରଚାରକ ଲିଷ୍ଟରେ ଅନୁଭବଙ୍କ ନାଁ ଥିଲା।

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri