ବଲାଙ୍ଗୀର ପ୍ରତି ଅବହେଳା ହୋଇଛି: ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର, ୩।୧୧(ସୁନିଲ କୁମାର ମହାନ୍ତି): ବିଭିନ୍ନ ସରକାର ଅମଳରେ ବଲାଙ୍ଗୀର ଜିଲା ପ୍ରତି ଅବହେଳା ହୋଇଛି। ବଲାଙ୍ଗୀରର ଯେତିକି ବିକାଶ ହେବା କଥା ହୋଇନାହିଁ। ତେବେ ଆମ ସରକାର ସମସ୍ତ ଅସମାନତା ଦୂର କରି ଜିଲାକୁ ସମୃଦ୍ଧ ଓ ବିକଶିତ ଜିଲା କରିବାକୁ ପ୍ରାଥମିକତା ଦେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରବିବାର ବଲାଙ୍ଗୀର ସର୍କିଟ ହାଉସ ଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କହିଛନ୍ତି।

ବଲାଙ୍ଗୀର ଜିଲାର ଜଳସେଚନ, କୃଷି ଓ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ ଦିଆଯିବ। ଏହି ଖବରଦାତା ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ବାସ୍ଥ୍ୟମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ, ଲୋକସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ଜିଲାପାଳ ଗୌରବ ଶିଓ୍ବାଜୀ ଇସଲଓ୍ବାର, ଏସ୍‌ପି ଋଷିକେଶ ଡାନଦେଓ ଖିଲାରୀ, ଭାଜପା ଜିଲା ସଭାପତି ଶିବାଜୀ ମହାନ୍ତି ଓ ଭାଜପା ନେତା ଗୋପାଲଜୀ ପାଣିଗ୍ରାହୀ ଉପସ୍ଥିତ ଥିଲେ। ଶନିବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ତୁଷୁରା ଏୟାରଷ୍ଟ୍ରିପ ସମ୍ପ୍ରସାରଣ ଓ ଉନ୍ନତିକରଣ, ବେଲପଡା ଅପର ଲାନ୍ଥ ଜଳସେଚନ ପ୍ରକଳ୍ପ, ପାଟଣାଗଡ଼ ବାଇପାସ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ ଓ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟ ଡାଇଲିସିସ ୟୁନିଟ୍‌ ଓ ବଲାଙ୍ଗୀର ନୂଆ ସର୍କିଟ ହାଉସର ଉଦଘାଟନ କରିଥିଲେ। ଖବରଦାତା ସମ୍ମିଳନୀ ପରେ ସେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?