୧୭ରେ ଓଡ଼ିଶା ବନ୍ଦ ଡାକରା: ସ୍କୁଲ-କଲେଜ୍‌ ସବୁକିଛି ହୋଇଯିବ ଠପ୍‌

ଭୁବନେଶ୍ୱର,୧୫।୭: ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିବା ଜଣାପଡିଛି। ୧୭ରେ ସାରା ରାଜ୍ୟରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିବ।

ଆଜି ସବୁ ସହରରେ କ୍ୟାଣ୍ଡେଲ ଜାଳି ମୃତା ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଡଗତି କାମନା କରାଯିବ। ବାଲେଶର ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକଙ୍କୁ ସୂଚନା କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି,ଶେଷରେ ଭାଜପା ଦଳର ଏବିଭିପିର ଝିଅ ବି ବାଦ ପଡିଲାନି । ଛାତ୍ରୀ ଜଳୁଥିବା ସମସ୍ତେ ଦେଖୁଥିଲେ। କେହି ପ୍ରତିବାଦ କଲେଣି। ଭାଜପା ଦଳ ଶାସନକୁ ଆସିବାପରେ କାହାରି କଥା ଶୁଣୁନାହାନ୍ତି। ନୈତିକତା ଦୃଷ୍ଟିରୁ ଶାସନରୁ ଗାଦିରୁ ଏ ସରକାର ଓହରିଯିବା ଦରକାର। ତାଙ୍କ ଦଳ ଏବିଭିପିର ଝିଅକୁ ହତ୍ୟା କରିଛନ୍ତି। ଯାହାର ପ୍ରତିବାଦରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଏଥିରେ କଂଗ୍ରେସ ସମେତ ୮ଟି ସମଭାବାପନ୍ନ ଦଳ ସାମିଲ ହେବେ। ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରହିବ ବୋଲି ଭକ୍ତ ଚରଣ ଦାସ ପ୍ରକାଶ କରିଛନ୍ତି।

ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଉଦ୍ୟମ କରି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବ୍ୟକ୍ତିଗତ ‘X’ ଆକାଉଣ୍ଟରେ ସମ୍ପୃକ୍ତା ଛାତ୍ରୀଙ୍କ ମୃତ୍ୟୁ ସମ୍ପର୍କରେ ଜଣାଇବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷରେ ଛାତ୍ରୀଙ୍କ ମୃତଦେହକୁ ଏମ୍‌ସର ପଛ ଗେଟ୍‌ ଦେଇ ବାହାରକୁ ନିଆଯିବାବେଳେ ସେଠାରେ ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଥିଲା। ବିଜେଡି ଏବଂ କଂଗ୍ରେସର ଛାତ୍ର ଓ ଯୁବନେତାମାନେ ଆମ୍ବୁଲାନ୍ସ ସମ୍ମୁଖରେ ଶୋଇ ପ୍ରତିବାଦ କରିବା ସହ ପୋଲିସ ଓ ପ୍ରଶାସନ ଲୁଚାଇ କରି ମୃତଶରୀର ନେଇଯାଉଥିବା ଅଭିଯୋଗ କରିଥିଲେ। ଏନେଇ ଡିସିପି ଜଗମୋହନ ମୀନା ଅଭିଯୋଗକୁ ଖଣ୍ଡନ କରି କହିଛନ୍ତି ଯେ, ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ମୃତଦେହକୁ ରାତିରେ ବ୍ୟବଚ୍ଛେଦ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ତେଣୁ ମୃତଦେହ ନିଆଯାଉଥିବା ସମୟରେ କେତେକ ଛାତ୍ରଗୋଷ୍ଠୀ ଏହାକୁ ବିରୋଧ କରିଛନ୍ତି।

ଛାତ୍ର କଂଗ୍ରେସର ପୂର୍ବତନ ସଭାପତି ୟାସିର ନଓ୍ବାଜ କହିଛନ୍ତି, ସୋମବାର ଏମ୍‌ସର ସମାବର୍ତ୍ତନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ଯୋଗଦେବାକୁ ଥିବାରୁ ପୀଡ଼ିତାଙ୍କ ମୃତ୍ୟୁକୁ ଲୁଚାଯାଇଥିଲା। ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ସରିବା ପରେ ସରକାର ମୃତ୍ୟୁ ସମ୍ପର୍କରେ ଘୋଷଣା କରିଛନ୍ତି, ଯାହାକି ବିଭିନ୍ନ ମହଲରେ ଆଶଙ୍କା କରାଯାଉଥିଲା ତାହା ସତ ହୋଇଛି। ଭାଜପା ଶାସିତ ଉତ୍ତରପ୍ରଦେଶରେ ମଧ୍ୟ ଏଭଳି ରାତି ଅଧିଆ ଶବ ନେବାର ନଜିର ରହିଥିବା ୟାସିର କହିଛନ୍ତି। ଏହା ସହିତ ଉଭୟ ବିଜେଡି ଏବଂ କଂଗ୍ରେସର ଛାତ୍ର ଓ ଯୁବ ନେତାମାନେ ଏମ୍‌ସର ଶବ ବ୍ୟବଚ୍ଛେଦ ଗୃହ ଆଗରେ ଧାରଣାରେ ବସି ସରକାର ବିରୋଧୀ ନାରା ଦେଇଥିଲେ।

ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ(ଏଚ୍‌ଓଡି) ସମୀର କୁମାର ସାହୁଙ୍କ ଦ୍ୱାରା ପ୍ରାୟ ୬ମାସ ଧରି ପୀଡ଼ିତା ଛାତ୍ରୀ ଶାରୀରିକ ଓ ମାନସିକ ନିର୍ଯାତନା ପାଇ ଆସୁଥିଲେ। ଗତ ଜୁନ୍‌ ୩୦ ତାରିଖରେ ଏସଂକ୍ରାନ୍ତରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲୀପ ଘୋଷଙ୍କ ନିକଟରେ ଲିଖିତ ଭାବେ ଅଭିଯୋଗ କରିଥିଲେ। ଏହାର ପରଦିନ ଅର୍ଥାତ୍‌ ଜୁଲାଇ ୧ରେ ପୀଡ଼ିତା ଏହି ଅଭିଯୋଗ ସଂକ୍ରାନ୍ତରେ ନିଜ ‘X’ ଆକାଉଣ୍ଟରେ ଉଲ୍ଲେଖ କରିବା ସହ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ଅଧିକାରୀ, ନେତା ଏବଂ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ହେଲେ କୌଣସି ନ୍ୟାୟ ନ ପାଇ ୧୨ତାରିଖ ଶନିବାର ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଅଁା ଲଗାଇ ଦେଇଥିଲେ। ଉପସ୍ଥିତ କେତେଜଣ ଛାତ୍ରଙ୍କ ଦ୍ୱାରା ସେ ଉଦ୍ଧାର ହୋଇଥିଲେ ସୁଦ୍ଧା ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅପରାହ୍ନରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ପ୍ରାୟ ୯୫% ପୋଡ଼ି ଯାଇଥିବାରୁ ତାଙ୍କୁ ଏମ୍‌ସ ବର୍ନ ୟୁନିଟ୍‌ ଆଇସିୟୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଏପରି କି ଦିଲ୍ଲୀ ଏମ୍‌ସର ଡାକ୍ତରୀ ଦଳଙ୍କ ସହାୟତାରେ ଏଠାକାର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖି ଚିକିତ୍ସା ଚଳାଇଥିଲେ। କିନ୍ତୁ ସମସ୍ତ ପ୍ରଚେଷ୍ଟା ସତ୍ତ୍ୱେ ପୀଡ଼ିତା ସୋମବାର ରାତିରେ ଆଖି ବୁଜିଛନ୍ତି। ବ୍ୟବଚ୍ଛେଦ ହେବା ପରେ ମୃତଦେହକୁ ବାଲେଶ୍ୱର ଜିଲା ଭୋଗରାଇସ୍ଥିତ ବାସଭବନକୁ ନିଆଯିବା ପାଇଁ ପରିବାର ଲୋକ ନିଷ୍ପତ୍ତି ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri