୧୭ରେ ଓଡ଼ିଶା ବନ୍ଦ ଡାକରା: ସ୍କୁଲ-କଲେଜ୍‌ ସବୁକିଛି ହୋଇଯିବ ଠପ୍‌

ଭୁବନେଶ୍ୱର,୧୫।୭: ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିବା ଜଣାପଡିଛି। ୧୭ରେ ସାରା ରାଜ୍ୟରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିବ।

ଆଜି ସବୁ ସହରରେ କ୍ୟାଣ୍ଡେଲ ଜାଳି ମୃତା ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଡଗତି କାମନା କରାଯିବ। ବାଲେଶର ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକଙ୍କୁ ସୂଚନା କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି,ଶେଷରେ ଭାଜପା ଦଳର ଏବିଭିପିର ଝିଅ ବି ବାଦ ପଡିଲାନି । ଛାତ୍ରୀ ଜଳୁଥିବା ସମସ୍ତେ ଦେଖୁଥିଲେ। କେହି ପ୍ରତିବାଦ କଲେଣି। ଭାଜପା ଦଳ ଶାସନକୁ ଆସିବାପରେ କାହାରି କଥା ଶୁଣୁନାହାନ୍ତି। ନୈତିକତା ଦୃଷ୍ଟିରୁ ଶାସନରୁ ଗାଦିରୁ ଏ ସରକାର ଓହରିଯିବା ଦରକାର। ତାଙ୍କ ଦଳ ଏବିଭିପିର ଝିଅକୁ ହତ୍ୟା କରିଛନ୍ତି। ଯାହାର ପ୍ରତିବାଦରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଏଥିରେ କଂଗ୍ରେସ ସମେତ ୮ଟି ସମଭାବାପନ୍ନ ଦଳ ସାମିଲ ହେବେ। ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରହିବ ବୋଲି ଭକ୍ତ ଚରଣ ଦାସ ପ୍ରକାଶ କରିଛନ୍ତି।

ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଉଦ୍ୟମ କରି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବ୍ୟକ୍ତିଗତ ‘X’ ଆକାଉଣ୍ଟରେ ସମ୍ପୃକ୍ତା ଛାତ୍ରୀଙ୍କ ମୃତ୍ୟୁ ସମ୍ପର୍କରେ ଜଣାଇବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷରେ ଛାତ୍ରୀଙ୍କ ମୃତଦେହକୁ ଏମ୍‌ସର ପଛ ଗେଟ୍‌ ଦେଇ ବାହାରକୁ ନିଆଯିବାବେଳେ ସେଠାରେ ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଥିଲା। ବିଜେଡି ଏବଂ କଂଗ୍ରେସର ଛାତ୍ର ଓ ଯୁବନେତାମାନେ ଆମ୍ବୁଲାନ୍ସ ସମ୍ମୁଖରେ ଶୋଇ ପ୍ରତିବାଦ କରିବା ସହ ପୋଲିସ ଓ ପ୍ରଶାସନ ଲୁଚାଇ କରି ମୃତଶରୀର ନେଇଯାଉଥିବା ଅଭିଯୋଗ କରିଥିଲେ। ଏନେଇ ଡିସିପି ଜଗମୋହନ ମୀନା ଅଭିଯୋଗକୁ ଖଣ୍ଡନ କରି କହିଛନ୍ତି ଯେ, ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ମୃତଦେହକୁ ରାତିରେ ବ୍ୟବଚ୍ଛେଦ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ତେଣୁ ମୃତଦେହ ନିଆଯାଉଥିବା ସମୟରେ କେତେକ ଛାତ୍ରଗୋଷ୍ଠୀ ଏହାକୁ ବିରୋଧ କରିଛନ୍ତି।

ଛାତ୍ର କଂଗ୍ରେସର ପୂର୍ବତନ ସଭାପତି ୟାସିର ନଓ୍ବାଜ କହିଛନ୍ତି, ସୋମବାର ଏମ୍‌ସର ସମାବର୍ତ୍ତନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ଯୋଗଦେବାକୁ ଥିବାରୁ ପୀଡ଼ିତାଙ୍କ ମୃତ୍ୟୁକୁ ଲୁଚାଯାଇଥିଲା। ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ସରିବା ପରେ ସରକାର ମୃତ୍ୟୁ ସମ୍ପର୍କରେ ଘୋଷଣା କରିଛନ୍ତି, ଯାହାକି ବିଭିନ୍ନ ମହଲରେ ଆଶଙ୍କା କରାଯାଉଥିଲା ତାହା ସତ ହୋଇଛି। ଭାଜପା ଶାସିତ ଉତ୍ତରପ୍ରଦେଶରେ ମଧ୍ୟ ଏଭଳି ରାତି ଅଧିଆ ଶବ ନେବାର ନଜିର ରହିଥିବା ୟାସିର କହିଛନ୍ତି। ଏହା ସହିତ ଉଭୟ ବିଜେଡି ଏବଂ କଂଗ୍ରେସର ଛାତ୍ର ଓ ଯୁବ ନେତାମାନେ ଏମ୍‌ସର ଶବ ବ୍ୟବଚ୍ଛେଦ ଗୃହ ଆଗରେ ଧାରଣାରେ ବସି ସରକାର ବିରୋଧୀ ନାରା ଦେଇଥିଲେ।

ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ(ଏଚ୍‌ଓଡି) ସମୀର କୁମାର ସାହୁଙ୍କ ଦ୍ୱାରା ପ୍ରାୟ ୬ମାସ ଧରି ପୀଡ଼ିତା ଛାତ୍ରୀ ଶାରୀରିକ ଓ ମାନସିକ ନିର୍ଯାତନା ପାଇ ଆସୁଥିଲେ। ଗତ ଜୁନ୍‌ ୩୦ ତାରିଖରେ ଏସଂକ୍ରାନ୍ତରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲୀପ ଘୋଷଙ୍କ ନିକଟରେ ଲିଖିତ ଭାବେ ଅଭିଯୋଗ କରିଥିଲେ। ଏହାର ପରଦିନ ଅର୍ଥାତ୍‌ ଜୁଲାଇ ୧ରେ ପୀଡ଼ିତା ଏହି ଅଭିଯୋଗ ସଂକ୍ରାନ୍ତରେ ନିଜ ‘X’ ଆକାଉଣ୍ଟରେ ଉଲ୍ଲେଖ କରିବା ସହ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ଅଧିକାରୀ, ନେତା ଏବଂ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ହେଲେ କୌଣସି ନ୍ୟାୟ ନ ପାଇ ୧୨ତାରିଖ ଶନିବାର ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଅଁା ଲଗାଇ ଦେଇଥିଲେ। ଉପସ୍ଥିତ କେତେଜଣ ଛାତ୍ରଙ୍କ ଦ୍ୱାରା ସେ ଉଦ୍ଧାର ହୋଇଥିଲେ ସୁଦ୍ଧା ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅପରାହ୍ନରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ପ୍ରାୟ ୯୫% ପୋଡ଼ି ଯାଇଥିବାରୁ ତାଙ୍କୁ ଏମ୍‌ସ ବର୍ନ ୟୁନିଟ୍‌ ଆଇସିୟୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଏପରି କି ଦିଲ୍ଲୀ ଏମ୍‌ସର ଡାକ୍ତରୀ ଦଳଙ୍କ ସହାୟତାରେ ଏଠାକାର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖି ଚିକିତ୍ସା ଚଳାଇଥିଲେ। କିନ୍ତୁ ସମସ୍ତ ପ୍ରଚେଷ୍ଟା ସତ୍ତ୍ୱେ ପୀଡ଼ିତା ସୋମବାର ରାତିରେ ଆଖି ବୁଜିଛନ୍ତି। ବ୍ୟବଚ୍ଛେଦ ହେବା ପରେ ମୃତଦେହକୁ ବାଲେଶ୍ୱର ଜିଲା ଭୋଗରାଇସ୍ଥିତ ବାସଭବନକୁ ନିଆଯିବା ପାଇଁ ପରିବାର ଲୋକ ନିଷ୍ପତ୍ତି ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri