ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା ଜିଲାରେ ନବ ନିର୍ମାଣ କୃଷକ ସଂଗଠନର ନେତୃତ୍ବ ନେବା ପାଇଁ ନେତା ନ ଥିବା ଯୋଗୁ ବନ୍ଦ ପ୍ରଭାବ ଶୂନ ହୋଇଥିବା ଜଣାପଡିଛି । ବନ୍ଦକୁ ସ‌ହଯୋଗ କରିବା ପାଇଁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ବିଧାୟକ ଏବଂ ନେତା ମାନଙ୍କୁ ଚିଠି ଆସିଥିଲେ ମଧ୍ୟ କୃଷକ ସଂଗଠନର ନେତା ନ ଥିବାରୁ ଆମେ କାହାକୁ ସମର୍ଥନ କରିବୁ ବୋଲି ପ୍ରତିକ୍ରିୟା ରଖିଥିଲେ। ଏଭଳିକି ସକାଳେ ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକା, ଆଇଏନଟିୟୁସି ଜିଲା ସଭାପତି ଭବାନୀ ଶଙ୍କର ଜେନା ଓ କଂଗ୍ରେସ କର୍ମୀମାନେ ରାୟଗଡ଼ା ସହରରେ ନବ ନିର୍ମାଣ କୃଷକ ସଂଘକୁ ଅପେକ୍ଷା କରିଥିଲେ ହେଁ କାହାରି ଦେଖା ନ ଥିଲା।

ଜିଲାର ୩ଟି ଯାକ ନିର୍ବାଚନମଣ୍ଡଳୀରେ ବନ୍ଦ ପାଳନ ସଫଳ ହୋଇ ନ ଥିଲା । ଧାନକିଣା ଅବ୍ୟବସ୍ଥା,ଯାନବାହାନ ପ୍ରଦୂଷଣ ସାର୍ଟି‌ଫିକେଟ ଆଳରେ ମାତ୍ରାଧିକ ଫାଇନ ଆଦାୟ ଓ ଟାଟା କମ୍ପାନୀର ମନମାନୀ ବିରୋଧରେ ଆଜି ନବନିର୍ମାଣ କୃଷକ ସଂଗଠନ ଓଡିଶା ବନ୍ଦ ଡାକରା ଦେଇଥିଲା । ଏହି ବନ୍ଦକୁ କଂଗ୍ରେସ ସମର୍ଥନ କରିବ ବୋଲି କହିଥିଲା ବେଳେ ସିପିଆଇ(ଏମ) ଓ ବିଭିନ୍ନ ସାମାଜିକ ସଂଗଠନ ଏହାକୁ ସମର୍ଥନ କରିବେ ବୋଲି କହିଥିଲେ । କିନ୍ତୁ ରାୟଗଡା ଜିଲାରେ ବ୍ୟବସାୟିକ ପ୍ରତିଷ୍ଠାନ,ବସ ଚଳାଚଳ,ବ୍ୟାଙ୍କ,ବିଦ୍ୟାଳୟ,କଲେଜ ଖୋଲା ରହିଥିବା ଦେଖିବାକୁ ମିଳିଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri