Posted inଖେଳ

ଓଡ଼ିଶା ୪-୧ରେ ଗୋଆକୁ ହରାଇଲା

ଭୁବନେଶ୍ୱର,୧୩ା୨(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱରର ବିଭିନ୍ନ ଗ୍ରାଉଣ୍ଡରେ ଚାଲିଥିବା ୭୬ତମ ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟର ଅନ୍ତିମ ରାଉଣ୍ଡ ମୁକାବିଲାରେ ଓଡ଼ିଶା ପ୍ରଥମ ବିଜୟ ହାସଲ କରିଛି। ରବିବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ଦଳ ୪-୧ ଗୋଲରେ ଗୋଆକୁ ପରାସ୍ତ କରିଛି। ମ୍ୟାଚର ୧୧ତମ ମିନିଟରେ ବିକାଶ କୁମାର ସାହୁ ଗୋଟିଏ ଗୋଲ ଦେଇ ଓଡ଼ିଶାକୁ ଅଗ୍ରଣୀ କରିଥିଲେ। ୨୮ତମ ମିନିଟରେ ଚନ୍ଦ୍ର ମୋହନ ମୁର୍ମୁ ଏହି ବ୍ୟବଧାନକୁ ୨-୦ରେ ପହଞ୍ଚାଇଥିବାବେଳେ ପ୍ରଥମାର୍ଦ୍ଧର ଇଞ୍ଜୁରି ଟାଇମ୍‌ ୪୫+୧ ମିନିଟରେ ଗୋଆର ମହମ୍ମଦ ଫହିଜ ପେନାଲ୍ଟି ମାଧ୍ୟମରେ ଗୋଟିଏ ଗୋଲ ପରିଶୋଧ କରିଥିଲେ।

ତେବେ ଦ୍ୱିତୀୟାର୍ଦ୍ଧରେ ଓଡ଼ିଶା ଏହାର ଆଧିପତ୍ୟ ବଳବତ୍ତର ରଖିଥିଲା। ୭୯ତମ ମିନିଟରେ ବଦଳ ଖେଳାଳି ରାହୁଲ ମୁଖି ଓ ୯୦+୬ ମିନିଟରେ ଆନନ୍ଦ ଓରାମ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ପର୍ଯ୍ୟାୟରେ ଓଡ଼ିଶା ଏହାର ପ୍ରଥମ ମ୍ୟାଚକୁ ମହାରାଷ୍ଟ୍ର ସହିତ ୧-୧ ଗୋଲରେ ଡ୍ର ରଖିଥିଲା। ୭ମ ବାଟାଲିୟନ ପଡ଼ିଆରେ ଅନୁଷ୍ଠିତ ମ୍ୟାଚରେ କର୍ନାଟକ ୧-୦ ଗୋଲରେ କେରଳକୁ ହରାଇ ଦେଇଛି। ବିଜୟୀ ଦଳ ପକ୍ଷରୁ ଅଭିଷେକ ଶଙ୍କର ପଓ୍ବାର ୨୦ତମ ମିନିଟରେ ଦେଇଥିବା ଗୋଲଟି ନିର୍ଣ୍ଣାୟକ ହୋଇଥିଲା। ୨ ମ୍ୟାଚରୁ ଏହା ମଧ୍ୟ ଥିଲା କର୍ନାଟକର ପ୍ରଥମ ବିଜୟ।

୭ମ ବାଟାଲିୟନ ପଡ଼ିଆରେ ଅନୁଷ୍ଠିତ ଅନ୍ୟ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ପଞ୍ଜାବ ୪-୩ ଗୋଲରେ ମହାରାଷ୍ଟ୍ରକୁ ହରାଇ ଦେଇଛି। ପଞ୍ଜାବ ପକ୍ଷରୁ କମଲଦୀପ ୨୧, ଜୋଗିନ୍ଦର ସିଂ ୫୩, ରୋହିତ ଶେଖ ୭୧ ଓ ପରବଜିତ ସିଂ ୯୦+୧ ମିନିଟରେ ଏବଂ ମହାରାଷ୍ଟ୍ର ଖେଳାଳିଙ୍କ ମଧ୍ୟରେ ଅର୍ମାଶ ନାସିର ଅନସାରି ୩୯, ହିମାଂଶୁ ପାଟିଲ ୬୫ ଓ ପବନ ବିଜୟ ମାଲି ୬୯ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ଓଡ଼ିଶା ଏହାର ପରବର୍ତ୍ତୀ ମ୍ୟାଚରେ ମଙ୍ଗଳବାର ପଞ୍ଜାବକୁ ଭେଟିବ। କ୍ୟାପିଟାଲ ଫୁଟବଲ ଆରେନାରେ ଏହି ମ୍ୟାଚ ଅପରାହ୍ନ ୩ଟାରେ ଅନୁଷ୍ଠିିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri