Posted inଖେଳ

ହରିୟାଣାକୁ ହରାଇଲା ଓଡ଼ିଶା

ପୁରୀ ଅଫିସ, ୬ା୨ : ତାଳବଣିଆ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ରବିବାରଠାରୁ ୪୪ତମ ଜାତୀୟ ସଫ୍ଟବଲ ପୁରୁଷ ଓ ମହିଳା ଚାମ୍ପିୟନଶିିପ୍‌ ଆରମ୍ଭ ହୋଇଛି। ଏହା ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ବିଭିନ୍ନ ରାଜ୍ୟର ୨୬ ପୁରୁଷ ଓ ୨୪ ମହିଳା ଦଳ ଅଂଶଗ୍ରହଣ କରିଛନ୍ତି। ଓଡ଼ିଶା ଓ ହରିୟାଣା ମଧ୍ୟରେ ପ୍ରଥମ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା।

ହରିୟାଣା ମହିଳା ଦଳକୁ ୦୩ -୦୧ ସ୍କୋର ବ୍ୟବଧାନରେ ହରାଇ ଓଡ଼ିିଶା ମହିଳା ଦଳ ବିଜୟ ଅଭିଯାନ ଆରମ୍ଭ କରିଛି। ମହିଳା ବର୍ଗ ମ୍ୟାଚରେ କେରଳ ୦୭-୦୦ରେ ହିମାଚଳ ପ୍ରଦେଶକୁ, ଛତିଶଗଡ଼ ୧୦-୦୮ରେ ଇଣ୍ଡିଆନ ଅଏଲକୁ, ଦିଲ୍ଲୀ ୧୦-୦୦ରେ ପଣ୍ଡିଚେରୀକୁ, ମହାରାଷ୍ଟ୍ର ୦୯ -୦୧ରେ ରାଜସ୍ଥାନକୁ, ଆନ୍ଧ୍ରପ୍ରଦେଶ ୦୧-୦ରେ ମଧ୍ୟପ୍ରଦେଶକୁ, ପଞ୍ଜାବ ୧୨-୦୨ କର୍ନାଟକକୁ ପରାସ୍ତ କରିଛି। ସେହିପରି ପୁରୁଷ ବିଭାଗରେ ଅନୁଷ୍ଠିତ ମ୍ୟାଚରେ ଦିଲ୍ଲୀ ୦୪-୦୧ରେ ପଣ୍ଡିଚେରୀକୁ, ଚଣ୍ଡୀଗଡ଼ ୦୬-୦୦ରେ ତାମିଲନାଡୁକୁ, ମହାରାଷ୍ଟ୍ର ୧୦-୦୦ରେ ଉତ୍ତର ପ୍ରଦେଶକୁ, ରାଜସ୍ଥାନ ୦୫-୦୦ରେ ପଞ୍ଜାବକୁ, ଛତିଶଗଡ଼ ୦୬-୦୦ରେ କେରଳକୁ ହରାଇଛି।

ସୋମବାର ବିଭିନ୍ନ ଦଳ ମଧ୍ୟରେ ଲିଗ ମ୍ୟାଚ ଖେଳାଯିବ। ଆଗାମୀ ୯ ତାରିଖରେ ଏହି ସର୍ବଭାରତୀୟ ଚାମ୍ପିୟନଶିପ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ। ମୁଖ୍ୟ ଅତିଥି ଭାବେ ଜିଲାପାଳ ସମର୍ଥ ବର୍ମା ଯୋଗଦେଇ ଏହି ଚାମ୍ପିୟନଶିିପ୍‌କୁ ଉଦ୍‌ଘାଟନ କରି କ୍ରୀଡ଼ାବିତମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। କ୍ରୀଡ଼ା ଶରୀରକୁ ସୁସ୍ଥ ରଖିବା ସହ ଭାଇଚାରା ସୃଷ୍ଟି କରିଥାଏ ବୋଲି ସେ କହିଥିଲେ। ସମ୍ମାନିତ ଅତିଥି ଭାବେ ଜାତୀୟ ସଫ୍ଟବଲ ଆସୋସିଏଶନ ସଭାପତି ନୀତଲ ନାରଙ୍ଗ ଯୋଗଦେଇ ଏହି ଆୟୋଜନକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri