Posted inଖେଳ

ଝାଡ଼ଖଣ୍ଡ ଏକାଦଶକୁ ହରାଇଲା ଓଡ଼ିଶା

କାଳିଆପାଣି, ୧୯ା୧ (ଡି.ଏନ.ଏ.) : ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳର ଟାଟା ଷ୍ଟିଲ୍‌ ମାଇନିଂ କଲୋନି ପରିସର ଖେଳ ପଡ଼ିଆରେ ବୁଧବାର ଦୃଷ୍ଟିବାଧିତ ଆନ୍ତଃରାଜ୍ୟ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍‌ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ଏକାଦଶ ବିଜୟୀ ହୋଇଛି। ଟାଟା ଷ୍ଟିଲ୍‌ ମାଇନିଂ କମ୍ପାନୀ ପକ୍ଷରୁ ଆୟୋଜିତ ଏହି ମ୍ୟାଚ୍‌ ଝାଡ଼ଖଣ୍ଡ ଏକାଦଶ ଓ ଓଡ଼ିଶା ଏକାଦଶ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଟସ ଜିତି ଝାଡଖଣ୍ଡ ଏକାଦଶ ଦଳ ପ୍ରଥମ ବୋଲିଂ କରିଥିଲା। ଓଡ଼ିଶା ଏକାଦଶ ଦଳ ୨୦ ଓଭର ଖେଳି ୩୦୯ ରନ କରିଥିଲା। ଜବାବରେ ଝାଡ଼ଖଣ୍ଡ ଏକାଦଶ ଦଳ ସମସ୍ତ ଉଇକେଟ ହରାଇ ୧୫୨ ରନ କରିଥିଲା।

ନକୁଳ ବଡ଼ନାୟକ ୬୦ ବଲରେ ୧୩୦ ରନର ଏକ ଧୂଆଁଧାର ଶତକ କରି ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ।
ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଅନୁସଚିବ ସନ୍ନ୍ୟାସୀ ବେହେରା ଅତିଥିଭାବେ ଯୋଗଦେଇ ମ୍ୟାଚ୍‌କୁ ଉଦ୍‌ଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ କମ୍ପାନୀ ନିର୍ଦ୍ଦେଶକ ପଙ୍କଜ କୁମାର ସତିଜା ଯୋଗଦେଇ କମ୍ପାନୀ ଦୃଷ୍ଟିହୀନଙ୍କ ଦକ୍ଷତା ବିକାଶ ଓ ସ୍ବପ୍ନକୁ ସାକାର କରିବାକୁ ଉଦ୍ୟମ ଜାରି ରଖିଛି ବୋଲି ପ୍ରକାଶ କରିଥିଲେ। କମ୍ପାନୀ ଅଧ୍ୟକ୍ଷ ଡି.ବି. ସୁନ୍ଦର ରାମମ ଯୋଗଦେଇ ବିଜୟୀ ଓଡ଼ିଶା ଏକାଦଶ ଦଳକୁ ଟ୍ରଫି ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଏମ୍‌ ସୁଶାନ୍ତ କୁମାର ମିଶ୍ର, ପ୍ରଶାସନିକ ମୁଖ୍ୟ ଗୌତମ ଚକ୍ରବର୍ତ୍ତୀ ଓ ପ୍ରଶାସନିକ ସହ ମୁଖ୍ୟ ସଞ୍ଜୀବ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri