ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି। ସହରାଞ୍ଚଳର ପ୍ରତିଟି ପରିବାରକୁ ପାନୀୟଜଳ ଯୋଗାଣ ଓ ଜଳାଶୟଗୁଡ଼ିକର ପୁନରୁଦ୍ଧାର କ୍ଷେତ୍ରରେ ଓଡ଼ିଶାର ଏହି ପ୍ରଦର୍ଶନ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛି। ୨୦୨୧ ଅକ୍ଟୋବରରେ ଆରମ୍ଭ ହୋଇଥିବା ଏହି ମିଶନ ମାଧ୍ୟମରେ ରାଜ୍ୟର ୮୯ଟି ପୌରସଂସ୍ଥାରେ ବ୍ୟାପକ ପ୍ରଗତି ପରିଲକ୍ଷିତ ହୋଇଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୪୦୩୦.୧୮ କୋଟି ଟଙ୍କା ବ୍ୟୟ ଅଟକଳରେ ୩୪୫ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଏଥିମଧ୍ୟରୁ ୯୯ଟି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଥିବାବେଳେ ଅନ୍ୟଗୁଡ଼ିକର କାର୍ଯ୍ୟ ଜାରି ରହିଛି। ଆର୍ଥିକ ପରିଚାଳନା କ୍ଷେତ୍ରରେ ମଧ୍ୟ ଓଡ଼ିଶା ଉନ୍ନତ ପ୍ରଦର୍ଶନ ସହ ଅନୁଦାନ ଅର୍ଥ ଠିକ୍‌ ଭାବେ ବିନିଯୋଗ କରିବାରେ ସଫଳ ହୋଇଛି। ଅମୃତ ୨.୦ ଜରିଆରେ ରାଜ୍ୟର ଜଳ ଭିତ୍ତିଭୂମିକୁ ସୁଦୃଢ଼ କରାଯାଇଛି। ୭ଟି ଜଳ ବିଶୋଧନ ପ୍ଲାଣ୍ଟ ମାଧ୍ୟମରେ ଦୈନିକ ୪୩ ଏମ୍‌ଏଲ୍‌ଡି ଜଳ ବିଶୋଧନ କ୍ଷମତା ସୃଷ୍ଟି କରାଯାଇଛି। ଏହାଦ୍ୱାରା ପ୍ରାୟ ୨.୮୩ ଲକ୍ଷ ନାଗରିକ ଉପକୃତ ହୋଇଛନ୍ତି। ପ୍ରମୁଖ ସହରଗୁଡ଼ିକରେ ୨୪x୭ ଜଳଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ ହେବା ସହ ୨.୭ ଲକ୍ଷରୁ ଅଧିକ ପରିବାରକୁ ପାଇପ୍‌ ଯୋଗେ ଜଳ ସଂଯୋଗ କରାଯାଇଛି। ୫ ଲକ୍ଷରୁ ଅଧିକ ସହରବାସୀ ଏହି ସେବା ଦ୍ୱାରା ସିଧାସଳଖ ଉପକୃତ ହୋଇଛନ୍ତି। ଏନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଅମୃତ ୨.୦ର ଶୀର୍ଷ ମାନ୍ୟତା ସହରାଞ୍ଚଳ ଭିତ୍ତିଭୂମି ଓ ଜଳଯୋଗାଣ କ୍ଷେତ୍ରରେ ଓଡ଼ିଶାର ପ୍ରତିବଦ୍ଧତାକୁ ଦର୍ଶାଉଛି। ପ୍ରତିଟି ପରିବାରକୁ ନିରାପଦ ଜଳ ଯୋଗାଇବା ଏବଂ ସହରଗୁଡ଼ିକୁ ସକ୍ଷମ କରିବା ପ୍ରାଥମିକତା ବିକଶିତ ଓଡ଼ିଶା ଗଠନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ‘ପେ’ ଜଳ ସର୍ବେକ୍ଷଣ’ ଏବଂ ‘ଜୟ ହୋ ଅମୃତ’ ଭଳି କାର୍ଯ୍ୟକ୍ରମ ମାଧ୍ୟମରେ ଜଳ ପରିଚାଳନାକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏଥିସହ ‘ଅମୃତ ମିତ୍ର’ ଏବଂ ‘ଓମେନ୍‌ ଫର୍‌ ଟ୍ରି’ ଭଳି ସାମାଜିକ ଅଭିଯାନ ମାଧ୍ୟମରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ସାମିଲ କରାଯାଇ ଜଳାଶୟର ପୁନରୁଦ୍ଧାର ଏବଂ ପରିବେଶ ସୁରକ୍ଷା କାର୍ଯ୍ୟ ଜାରି ରହିଛି। ସେହିପରି ‘କ୍ରେଡିଟ୍‌ ଏନ୍‌ହାନ୍ସମେଣ୍ଟ’ ଭଳି ଅଭିନବ ଆର୍ଥିକ ବ୍ୟବସ୍ଥା ମାଧ୍ୟମରେ ଛୋଟ ସହରାଞ୍ଚଳରେ ଭିତ୍ତିଭୂମି ବିକାଶ ପାଇଁ ପୁଞ୍ଜି ନିବେଶକୁ ପ୍ରୋତ୍ସାହିତ କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri