ବିଜେଡିରୁ ଇସ୍ତଫା ଦେଲେ ଅସିତ ପଟ୍ଟନାୟକ

ଭଦ୍ରକ,୪।୪(ସନାତନ ରାଉତ): ଭଦ୍ରକ ରାଜନୀତିର ଚର୍ଚ୍ଚିତ ଯୁବ ଚେହେରା ତଥା ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ପୁଅ ଅସିତ ପଟ୍ଟନାୟକ (ବୁଲୁ ) ବୁଧବାର ରାତିରେ ବିଜେଡିରୁ ଇସ୍ତଫା ଦେଇଛନ୍ତି l ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି l ଦଳରେ ତାଙ୍କୁ କ୍ରମାଗତ ଭାବେ ଅବହେଳା କରାଯାଉଥିବାରୁ ସେ ଇସ୍ତଫା ଦେଇଥିବା ଜଣାଇଛନ୍ତି l

ଗତ ୨୦୧୯ ନିର୍ବାଚନରେ ବିଜେଡି ଅସିତଙ୍କୁ ଭଦ୍ରକ ବିଧାନସଭା ପାଇଁ ଟିକେଟ ନ ଦେଇ ନୂଆ ମୁହଁକୁ ଟିକେଟ ଦେଇଥିଲା । ଦଳର ଶୃଙ୍ଖଳିତ କର୍ମୀ ଭାବେ କାର୍ଯ୍ୟ କରୁଥିବା ବେଳେ ପୁଣି ୨୦୨୪ ନିର୍ବାଚନରେ ତାଙ୍କୁ ଅଣଦେଖା କରାଯାଇ ଥିବାରୁ ସେ ଦଳରୁ ଇସ୍ତଫା ଦେଇଛନ୍ତି ବୋଲି ଇସ୍ତଫା ପତ୍ରରେ ଦର୍ଶାଇଛନ୍ତି l

ତେବେ ଭଦ୍ରକ ନିର୍ବାଚନମଣ୍ଡଳୀରେ ଅସିତଙ୍କର ଦବ୍‌ଦବା ରହିଛି l ଗତ ପୌର ନିର୍ବାଚନରେ ଜଣେ ସ୍ବାଧୀନ ପ୍ରାର୍ଥୀଙ୍କୁ ସମର୍ଥନ କରି ସେ ବିଜୟୀ କରାଇଥିଲେ l ଏବେ ସେ ତାଙ୍କର ସମର୍ଥକଙ୍କ ସହ କଂଗ୍ରେସରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?