ଦୁର୍ଘଟଣାରେ ଚାଲିଗଲେ ସତ, ହେଲେ ଚକ୍ଷୁ ଦାନ କରି ଅମର ହୋଇଗଲେ ରାଜେନ୍ଦ୍ର

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ଉପରେ ସୋମବାର ରାତିରେ ୩ଟି ପୃଥକ ବାଇକ୍‌ ଦୁର୍ଘଟଣା ହୋଇଥିଲା। ଏଥିରେ ୬ ଜଣ ଆହତ ହୋଇଥିଲେ। ସେଥିମଧ୍ୟରୁ ଜଣେ ଯୁବକଙ୍କର ବ୍ରହ୍ମପୁର ବଡ ମେଡ଼ିକାଲରେ ମୃତ୍ୟୁ ଘଟିଥିଲା। ମୃତ ଯୁବକ ଜଣକ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପାର ରାଜେନ୍ଦ୍ର ପାତ୍ର (୧୯)। ତେବେ ରାଜେନ୍ଦ୍ରଙ୍କ ମୃତ୍ୟୁ ପରେ ପରିବାର ଲୋକଙ୍କ ସ୍ବୀକୃତି କ୍ରମେ ତାଙ୍କ ଚକ୍ଷୁକୁ ମେଡ଼ିକାଲକୁ ଦାନ କରାଯାଇଥିଲା। ଏହାପରେ ଉକ୍ତ ଚକ୍ଷୁକୁ ଅନ୍ୟଜଣଙ୍କଠାରେ ପ୍ରତିରୋପଣ କରିବା ବ୍ୟବସ୍ଥା କରାଯାଇଛି। ଏମିତିରେ ସେ ପରିବାର ଲୋକଙ୍କୁ ଛାଡ଼ି ଚାଲିଗଲେ ସତ କିନ୍ତୁ ଚକ୍ଷୁ ଦାନ କରି ଅମର ହୋଇଗଲେ ବୋଲି ଚର୍ଚ୍ଚା ହେଉଛି।

ଘଟଣାରୁ ପ୍ରକାଶ ଯେ, ଡୁମାକୁମ୍ପାର ପ୍ରସନ୍ନ ପାତ୍ରଙ୍କ ପୁତ୍ର ରାଜେନ୍ଦ୍ର ଏବଂ ତାର ଜଣେ ସାଙ୍ଗ ଦୀପକଙ୍କ ସହ ମିଶି ଗତକାଲି ରାତିରେ ବେଲଗୁଣ୍ଠା ଠାକୁରାଣୀ ଯାତ୍ରା ଦେଖିବାକୁ ଯାଉଥିଲେ। ଏହି ସମୟରେ ନୂଆଗାଁ ସେତୁ ନିକଟରେ ସେମାନଙ୍କ ବାଇକ ଦୁର୍ଘଟଣା ହୋଇଥିଲା। ଫଳରେ ବାଇକ ପଛରେ ବସିଥିବା ରାଜେନ୍ଦ୍ର ଗାଡିରୁ ଛିଟିକି ପଡ଼ି ଗୁରୁତର ଭାବେ ଆହତ ହୋଇଥିଲେ। ଏହାପରେ ତାଙ୍କୁ ଭଞ୍ଜନଗର ମେଡ଼ିକାଲରେ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଏଠାରେ ରାଜେନ୍ଦ୍ରଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିଲା। ସେଠାରେ ରାଜେନ୍ଦ୍ର ମୃତ୍ୟୁବରଣ କରିଥିଲେ। ସନ୍ଧ୍ୟାରେ ରାଜେନ୍ଦ୍ରଙ୍କ ମୃତଦେହ ତାଙ୍କ ଗ୍ରାମରେ ପହଞ୍ଚିବା ପରେ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?