ନୂଆଦିଲ୍ଲୀରେ ନିର୍ମାଣ ହେବ ଓଡ଼ିଶା ଭବନ, ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ନୂଆଦିଲ୍ଲୀର ନୂତନ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିର୍ମିତ ହେବାକୁ ଥିବା ଏହି ନୂଆ ଭବନରେ ଓଡ଼ିଶାର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟଙ୍କୁ ପରାମର୍ଶ ଦେଇଥିଲେ। ଏହି ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସମୁଦାୟ ୪,୭୬୧ ବର୍ଗ ମିଟର ପରିମିତ ଅଞ୍ଚଳରେ ଏହି G+୬ ଭବନ ନିର୍ମାଣ କରାଯିବ ଏବଂ ଏଥିରେ ସମୁଦାୟ ୪୫ଟି ବିଭିନ୍ନ ବର୍ଗର ସୁଇଟ୍‌ ଉପଲବ୍ଧ ହେବ। ଭବନରେ ଏକ ସମ୍ମିଳନୀ କକ୍ଷର ମଧ୍ୟ ବ୍ୟବସ୍ଥା କରାଯାଇଛି।

ସେହିପରି ମୁମ୍ବାଇକୁ ଯେହେତୁ ଓଡ଼ିଶାରୁ ଅଧିକ ସଂଖ୍ୟକ କ୍ୟାନସର ରୋଗୀ ଚିକିତ୍ସିତ ହେବାକୁ ଯାଉଛନ୍ତି, ତେଣୁ ମୁମ୍ବାଇ ଓଡ଼ିଶା ଭବନରେ ଅଧିକ କୋଠରି ବ୍ୟବସ୍ଥା କରିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥି ସହିତ ଓଡ଼ିଶାରୁ ଅଯୋଧ୍ୟାକୁ ଅଧିକ ସଂଖ୍ୟକ ଭକ୍ତ ଯାଉଥିବାରୁ ଏବଂ ହାଇଦ୍ରାବାଦ ଓ ସୁରଟରେ ବହୁଳ ଭାବେ ଓଡ଼ିଆ ଲୋକ ରହୁଥିବାରୁ ଅଯୋଧ୍ୟା, ହାଇଦ୍ରାବାଦ ଓ ସୁରଟରେ ଓଡିଶା ଭବନ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ କୋଲକାତା ଉତ୍କଳ ଭବନର ମରାମତି ଓ ନବୀକରଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ ମିଶ୍ର ଓ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri