ରାଜ୍ୟରେ ବନ୍ଦ ହୋଇଯିବ କି ମିଶନ ଶକ୍ତି ଯୋଜନା? ଆସିଲା ନୂଆ ଅପ୍‌ଡେଟ୍‌, ଜାଣନ୍ତୁ…

ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୁଡ୍‌ରେ ଅଛନ୍ତି। ପୂର୍ବ ସରକାରଙ୍କ ସମୟରୁ ଚାଲି ଆସୁଥିବା କିଛି ଯୋଜନା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ୫ଟି ଏବଂ ମୋ’ ସରକାରକୁ ହଟାଇ ଦିଆଯାଇଥିବା ବେଳେ ଏବେ ମିଶନ ଶକ୍ତିକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।

ନୂଆ ସରକାର ଆସିବା ପରେ ରାଜ୍ୟରେ ମିଶନ ଶକ୍ତି ଯୋଜନା ରହିବା ନା ବଦଳିବ ତାହାକୁ ନେଇ ଆଲୋଚନା ହୋଇଆସୁଛି। ଏମିତିରେ ସରକାର ମହିଳାଙ୍କ ପାଇଁ କିଛି ପରିବର୍ତ୍ତନ କରିବା ନେଇ ପ୍ରସ୍ତୁତ ହେଉଛନ୍ତି।

ପ୍ରଥମେ ମୋହନ ସରକାର ଓଡ଼ିଶାର ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା ଲାଗୁ କରିବା ନେଇ ଦେଇଥିବା ପ୍ରତିଶ୍ରୁତିକୁ ପୂରଣ କରିବାକୁ ଯାଉଛନ୍ତି। ଆସନ୍ତା ୧୦୦ ଦିନ ମଧ୍ୟରେ ହିଁ ଏହାକୁ ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।

ଏହାଛଡ଼ା ମିଶନ ଶକ୍ତି ବିଷୟରେ କହିଲେ ଏହି ଯୋଜନାରେ କିଛିଟା ପରିବର୍ତ୍ତନ କରିବାକୁ ଚିନ୍ତା କରାଯାଉଛି। ତେବେ ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରା ନ ଗଲେ ମଧ୍ୟ ରାଜ୍ୟରେ ମହିଳାଙ୍କ ବିକାଶ ପାଇଁ କିଛି ନୂଆ ନିୟମ ଆସିପାରେ।

କହିରଖୁଛୁ, ମିଶନ ଶକ୍ତି ହେଉଛି ବିଜେଡି ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ଯୋଜନା। ଏଥିରୁ ରାଜ୍ୟର ଲକ୍ଷ ଲକ୍ଷ ମହିଳା ଉପକୃତ ହେଉଥିଲେ। ତେବେ ନୂଆ ସରକାର ଆସିଥିବା ଯୋଗୁ ଏଥିରେ ନିୟୋଜିତ କର୍ମଚାରୀ ବା କର୍ମୀଙ୍କ ସ୍ଥିତି କ’ଣ ରହିବ ତାହା ଏବେ ସନ୍ଦେହ ଘେରରେ ରହିଛି। ମିଶନ ଶକ୍ତିକୁ ଆହୁରୀ ମଜଭୂତ କରାଯିବ ନା ବିକଳ୍ପ ଉପାୟ ଅବଲମ୍ବନ କରାଯିବ ତାହାକୁ ନେଇ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?