Posted inରାଜ୍ୟ

‘ଲକ୍ଷ୍ମୀ ବସ୍‌ରୁ ଦଳୀୟ ଚିହ୍ନ ହଟାଯାଉ’

ଭୁବନେଶ୍ୱର,୩୧ା୩(ଅନିଲ ଦାସ): ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରି ରାଜ୍ୟରେ ଚାଲୁଥିବା ଲକ୍ଷ୍ମୀ ବସ୍‌ରେ ବିଜୁ ଜନତା ଦଳ ଦଳୀୟ ଚିହ୍ନ ବ୍ୟବହାର କରୁଛି । ଭାଜପା ପ୍ରତିନିଧିମଣ୍ଡଳୀ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ତୁରନ୍ତ ଲକ୍ଷ୍ମୀ ବସ୍‌ରୁ ଦଳୀୟ ଚିହ୍ନ ହଟାଇବା ପାଇଁ ଦାବି ଜଣାଇଛିି। ଏ ନେଇ ଶନିବାର ଭାଜପାର ଏକ ପ୍ରତିନିଧିମଣ୍ଡଳୀ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ନିକଟରେ ଫେରାଦ ହୋଇଛି।

ନିର୍ବାଚନ ଆଚରଣବିଧି ଲାଗୁ ହୋଇସାରିଥିବା ବେଳେ ଅବାଧ, ନିରପେକ୍ଷ ନିର୍ବାଚନକୁ ବେଖାତିର କରି ଶାସକ ବିଜେଡି ଆଦର୍ଶ ଆଚରଣବିଧି ଉଲ୍ଲଂଘନ କରୁଛି। ଜନସାଧାରଣଙ୍କ ସୁରକ୍ଷା ଏବଂ ନିର୍ବାଚନୀ ହିଂସା ସମୟରେ ପୋଲିସ କର୍ମଚାରୀ ଅଭାବ ଦର୍ଶାଉଥିବା ଗୃହ ବିଭାଗ ସାଧାରଣ ଲୋକଙ୍କ ଅର୍ଥରେ ରାଜ୍ୟ ରାଜକୋଷରୁ ଏତେ ଅର୍ଥ ବରବାଦ କରୁଛନ୍ତି କିପରି। ଏ ସମସ୍ତ ବିଷୟ ସମ୍ପର୍କରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନୀରବତା ପାଇଁ ରାଜ୍ୟରେ ଅବାଧ ଓ ନିରପେକ୍ଷ ନିର୍ବାଚନ ହେବାରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ବୋଲି ଭାଜପା ଅଭିଯୋଗ କରିଛି। ଏହି ପ୍ରତିନିଧିମଣ୍ଡଳୀରେ ରାଜ୍ୟ ମୁଖପାତ୍ର ରାଜେନ୍ଦ୍ର ପଣ୍ଡା, ସୋନାଲୀ ସାହୁ ଓ ରାଜ୍ୟ ନିର୍ବାଚନ ସେଲ୍‌ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri