‘ବିଜେଡି ସରକାରଙ୍କ ଇଞ୍ଜିନକୁ ୨୪ ବର୍ଷ ହେଲାଣି, କେବଳ ପଲ୍ୟୁସନ କରୁଛି’

ଭୁବନେଶ୍ୱର, ୨୯।୩(ସୁନିତ୍‌ ମିଶ୍ର): ମୋଦି ଗ୍ୟାରେଣ୍ଟି ପାଇଁ ବର୍ତ୍ତମାନ ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି। ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା ପକ୍କାଘର, ଚାଉଳ, ବିଜୁଳି, ପିଇବା ପାଣି, ରାସ୍ତା, ନିଯୁକ୍ତି ଆଦି ପ୍ରସଙ୍ଗରେ ମୋଦି ସରକାରଙ୍କ ଯୋଜନା ଓଡିଶା ଲୋକଙ୍କୁ ଲାଭ ଦେଇଛି । କିନ୍ତୁ ୨୪ ବର୍ଷରେ ବିଜେଡି ସରକାର ସମୟରେ ହୋଇଥିବା ସମସ୍ତ ଯୋଜନାର ‘ଗ୍ୟାରେଣ୍ଟି ନାହିଁ କି ଓାରେଣ୍ଟି ନାହିଁ’ ବୋଲି ଭାଜପା ରାଜ୍ୟ ମୁଖପାତ୍ର ଅନିଲ ବିଶ୍ୱାଳ କହିଛନ୍ତି ।

ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅନିଲ କହିଛନ୍ତି ଯେ, ମୋଦି ଗ୍ୟାରେଣ୍ଟି ହେଉଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଯେଉଁଥିରେ ଓଡିଶାକୁ ମୋଟ୍‌ ୨୯ ଲକ୍ଷ ୨୮ ହଜାରରୁ ଅଧିକ ପକ୍କାଘର ନିର୍ମାଣ ପାଇଁ କେନ୍ଦ୍ର ସରକାର ଅର୍ଥ ଆବଣ୍ଟିତ କରିଛନ୍ତି। ରାଜ୍ୟ ସରକାରଙ୍କ ଗ୍ୟାରେଣ୍ଟି ଥିଲା ବିଜୁ ପକ୍କାଘର, ମୋ କୁଡିଆ, ମୋ ଘର ଭଳି ଯୋଜନା। ଗରିବଙ୍କୁ ଘର ଦେବା ପାଇଁ ରାଜ୍ୟ ସରକାର କରିଥିବା ଏହି ସମସ୍ତ ଯୋଜନା ବିଫଳ ହୋଇଛି । ‘ମୋ ଘର’ ଯୋଜନାରେ ମାତ୍ର ୧୦୩୭ ଜଣଙ୍କୁ ଘର କରିବା ପାଇଁ ଋଣ ମିଳିଛି। ଏହା ହିଁ ପ୍ରମାଣିତ କରୁଛି ରାଜ୍ୟ ସରକାରଙ୍କ କଥାରେ ଗ୍ୟାରେଣ୍ଟି ନାହିଁ । ବିଜେଡି ସରକାରର ଇଞ୍ଜିନକୁ ୨୪ ବର୍ଷ ହୋଇଗଲାଣି। ଏହା ଏବେ କେବଳ ପଲ୍ୟୁସନ କରୁଛି, ବେଶି ସାଉଣ୍ଡ କରୁଛି ହେଲେ ଇଞ୍ଜିନର ଗତି ନାହିଁ । ଓଡିଶା ଲୋକ ଏଥର ରାଜ୍ୟରେ ଭାଜପାର ନୂଆ ଇଞ୍ଜିନକୁ ସରକାରକୁ ଆଣିବେ ବୋଲି ଅନିଲ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

କେନ୍ଦ୍ରାପଡ଼ା,୨୭ା୪: କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଜହ୍ନିମୂଳ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ଅପରାହ୍ନରେ ବିଲରେ ମୁଗ ଉପାଡୁଥିବା ବେଳେ ବଜ୍ରପାତ ହୋଇଥିଲା।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri