Posted inଜାତୀୟ

ଦିଲ୍ଲୀରେ ଭାଜପା ନେତାଙ୍କ ଡେରା, ପ୍ରାର୍ଥୀ ତାଲିକା ଉପରେ ରାଜ୍ୟବାସୀଙ୍କ ନଜର

ଭୁବନେଶ୍ୱର, ୧୯।୩(ସୁନିତ ମିଶ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ହେବ ନା ନାହିଁ ତାହା ଉପରୁ ପରଦା ଉଠିପାରୁନାହିଁ। କୌଣସି ସ୍ପଷ୍ଟ ସୂଚନା ମିଳୁ ନ ଥିବାରୁ ଏଯାବତ ରାଜନୈତିକ ଦଳର କର୍ମୀ ଏବଂ ନେତାଙ୍କ ମନରୁ ମେଣ୍ଟ ଦ୍ୱନ୍ଦ୍ୱ ଦୂର ହେଉନାହିଁ। ଅପରପକ୍ଷେ ନିର୍ବାଚନ କମିଶନଙ୍କ ଘୋଷଣା ମୁତାବକ ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଆହୁରି ପାଖାପାଖି ଦେଢ଼ ମାସ ରହିଛି। ଏଭଳି ସ୍ଥିତିରେ ଭାଜପା ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର କିଛି ଆସନ ଲାଗି ପ୍ରାର୍ଥୀଙ୍କ ନାଁ ଘୋଷଣା କରିପାରେ ବୋଲି ଚର୍ଚ୍ଚା ହେଉଛି। ରାଜ୍ୟ ନେତାମାନେ ମଧ୍ୟ ଏହାକୁ ନେଇ ଦିଲ୍ଲୀରେ ଡେରା ପକାଇଛନ୍ତି।

ଭାଜପାର ରାଜ୍ୟ ନିର୍ବାଚନ କମିଟି ବୈଠକରେ ଶର୍ଟଲିଷ୍ଟ ହୋଇଥିବା ପ୍ରାର୍ଥୀ ତାଲିକା ନେଇ ଦଳର ରାଜ୍ୟ ସଭାପତି ମନମୋହନ ସାମଲ ତୃତୀୟ ଥର ଲାଗି ରବିବାରଠାରୁ ଦିଲ୍ଲୀ ଗସ୍ତ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସମ୍ବିତ ପାତ୍ରଙ୍କ ସମେତ ପ୍ରଭାରୀ ପ୍ରମୁଖଙ୍କୁ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ସୋମବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଓଡ଼ିଶା ସମ୍ପର୍କରେ ବୈଠକ କରିଥିଲେ। ହେଲେ ବୈଠକରୁ ବାହାରିବା ପରେ ମନମୋହନ ମେଣ୍ଟ ପ୍ରସଙ୍ଗକୁ ଖଣ୍ଡନ କରିଥିବା ବେଳେ ସବୁ ଆସନ ଉପରେ ବିଚାରବିମର୍ଶ କରାଯାଇଥିବା ସେ କହିଥିଲେ। ଏ ପର୍ଯ୍ୟନ୍ତ ଭାଜପା ରାଜ୍ୟ ନେତାମାନେ ଓଡ଼ିଶା ଫେରି ନ ଥିବା ବେଳେ ମଙ୍ଗଳବାର ଆଉ ଥରେ ଓଡ଼ିଶା ବାବଦରେ ଏକ ବୈଠକ କରି ଆଲୋଚନା କରାଯାଇଥିବା ଜଣାପଡ଼ିଛି। ଏଣୁ ଏବେ ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ କେତେଜଣଙ୍କ ନାଁ ରହିବ ତା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri