ଓଡ଼ିଶା ଭାଜପା ଏମ୍‌ପି, ଜଣେ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର ଜାରି ରଖିଛନ୍ତି: ବିଜେଡି

ଭୁବନେଶ୍ବର,୨୬ା୬ (ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଗତ କିଛିଦିନ ହେଲା ରାଜ୍ୟ ଭାଜପା ନେତାମାନଙ୍କଠାରୁ କେନ୍ଦ୍ରମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ରାଜ୍ୟବାସୀଙ୍କୁ ଭ୍ରମିତ କରିଆସୁଛନ୍ତି। ଅତୀତରେ ଓଡ଼ିଶାର ଭାଜପା ଏମ୍‌ପି ଏବଂ ରାଜ୍ୟର ଜଣେ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର କରି ବହୁ ଲକ୍ଷ ଗରିବ ଓଡ଼ିଆ ହିତାଧିକାରୀଙ୍କୁ ୩ ବର୍ଷ କାଳ ଆବାସ ଯୋଜନାରେ ଘର ଖଣ୍ଡେ ପାଇବାରୁ ବଞ୍ଚିତ କରିଥିଲେ। ଏବେ ମଧ୍ୟ ସେମାନେ ସେହିଭଳି ଷଡ଼ଯନ୍ତ୍ର ଜାରି ରଖିଛନ୍ତି ବୋଲି ବିଜେଡି ମୁଖପାତ୍ର ଗୌତମବୁଦ୍ଧ ଦାସ କହିଛନ୍ତି।
ଶଙ୍ଖ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଗୌତମ କହିଛନ୍ତି ଯେ, ଖାଦ୍ୟ ଓ ବସ୍ତ୍ର ଭଳି ବାସଗୃହ ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା। ପ୍ରତ୍ୟେକ ଲୋକର ସ୍ବପ୍ନ ଥାଏ ନିଜ ପାଇଁ ଘରଟିଏ ତୋଳିବ। ମାତ୍ର ବିଡ଼ମ୍ବନା ହେଲା, ଯେତେବେଳେ ଓଡ଼ିଶାର ଗରିବ, ଆଦିବାସୀ ଏବଂ ଅନୁସୂଚିତ ଜନଜାତିର ୧୫ ଲକ୍ଷ ଲୋକ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିଜ ମୁଣ୍ଡ ଉପରେ ଛାତଟିଏ ଆବଶ୍ୟକ କରୁଥିଲେ, ଏହାକୁ ବନ୍ଦ କରିବା ଲାଗି ଓଡ଼ିଶାରୁ ଦିଲ୍ଲୀ ଯାଇଥିବା ଭାଜପା ସାଂସଦମାନେ ମିଳିତ ଭାବେ ଷଡ଼ଯନ୍ତ୍ର କରିଥିଲେ। ଏଥିପାଇଁ ସେମାନେ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀଙ୍କୁ ଭେଟି ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ନ ଦେବାକୁ ଚାପ ପକାଇଥିଲେ। ଶେଷରେ ସେମାନଙ୍କ ଏହି ଷଡ଼ଯନ୍ତ୍ର ସଫଳ ମଧ୍ୟ ହେଲା। ଦୀର୍ଘ ୩ ବର୍ଷ କାଳ ଓଡ଼ିଶାକୁ ଘର ମିଳିବା ବନ୍ଦ ହୋଇଗଲା। ନିକଟରେ ଓଡ଼ିଶା ଗସ୍ତରେ ଆସିଥିବା ତାଙ୍କ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଆବାସ ଯୋଜନା ବାବଦରେ ସେମାନେ ଏବେ ପୁଣି ଭୁଲ୍‌ ତଥ୍ୟ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶା ପାଇଁ ମାତ୍ର ୮ ଲକ୍ଷ ଘର ମଞ୍ଜୁର ହୋଇଥିବା ବେଳେ ୭୫ ଲକ୍ଷ ଘର ମଞ୍ଜୁର ହୋଇଥିବା କଳାହାଣ୍ଡିର ଏକ ଜନସଭାରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ମୁହଁରେ ସେମାନଙ୍କ ରାଜ୍ୟ ନେତାମାନେ କୁହାଇଛନ୍ତି। ଏଭଳି ଭୁଲ୍‌ ତଥ୍ୟ ଦେଇ ଏହି ନିର୍ଦ୍ଦିଷ୍ଟ କେନ୍ଦ୍ରମନ୍ତ୍ରୀ ଏବଂ ଓଡ଼ିଶା ଭାଜପାର ଏମ୍‌ପିମାନେ ରାଷ୍ଟ୍ରୀୟ ସଭାପତିଙ୍କୁ ଅତ୍ୟନ୍ତ କଠିନ ଓ ଲଜ୍ଜାଜନକ ସ୍ଥିତିକୁ ଠେଲି ଦେଇଛନ୍ତି ବୋଲି ଗୌତମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri