ଆନ୍ଦୋଳନ ଭିତରେ ଭାଜପାର ବଡ଼ ଘୋଷଣା, ଆମେ…

ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ସାରା ରାଜ୍ୟ ଉଠୁଛି ପଡୁଛି। ଏହି ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଥିବାବେଳେ ଅକଳରେ ପଡିଛନ୍ତି ଭାଜପା ସରକାର। ଗତକାଲି ବିଜେଡି ଭୁବନେଶ୍ୱର ଓ ବାଲେଶ୍ୱରରେ ଚକା ଜାମ୍‌ କରିଥିବାବେଳେ ଆଜି ପୂରା ଓଡ଼ିଶାର ଅଖଚକ ବନ୍ଦ କରିଛି କଂଗ୍ରେସ। ତେବେ କଂଗ୍ରେସର ବନ୍ଦ ଡାକରା ନେଇ ମୋହନ ସରକାରଙ୍କ ବଢିଛି ଟେନଶନ। ସେଥିପାଇଁ କାଲି ରାତି ଅଧ ଯାଏ ସିଏମ ବାସଭାବନରେ ବସିଛି ବଡ଼ ବୈଠକ। ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ଦେଖିବାକୁ ମିଳିଛି।

ତେବେ କଂଗ୍ରେସର ଆନ୍ଦୋଳନ ଭିତରେ ଭାଜପା ପକ୍ଷରୁ ଆସିଛି ବଡ଼ ଖବର। ପ୍ରେସମିଟ୍‌ କରି ଭାଜପା ଦେଇଛି ବଡ଼ ବୟାନ। ଭାଜପାର ଏହି ପ୍ରେସମିଟ୍‌ ପୁଣି ରାଜ୍ୟ ରାଜନୀତିକୁ ସରଗରମ କରିଛି। ଭାଜପା ଏମପି ଅପରାଜିତା ଷଡଙ୍ଗୀ ପ୍ରେସମିଟ୍‌ କରି କହିଛନ୍ତି, ସୌମ୍ୟାଙ୍କ ପାଇଁ ସରକାରଙ୍କ ପକ୍ଷରୁ ସବୁ ବ୍ୟବସ୍ଥା କରାଯାଇଥିଲା। ବାଲେଶ୍ୱର ପରେ ତାଙ୍କୁ ଏମ୍ସରେ ମଧ୍ୟ ଭର୍ତ୍ତି କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏ ଘଟଣାରେ କଠୋର ପଦକ୍ଷେପ ନେଇଛନ୍ତି। ବର୍ତ୍ତମାନ ପରିସ୍ଥିତି ଯେପରି ପଦକ୍ଷେପ ନେବା ଦରକାର ସେପରି ବିହିତ ପଦକ୍ଷେପ ନିଆଯାଇଛି। ଅଧ୍ୟାପକଙ୍କୁ ନିଲମ୍ବନ କରିବା ସହ ଗିରଫ କରାଯାଇ କୋର୍ଟ ପଠାଯାଇଛି। ଅଭିଯୋଗ ନ ଆସିଥିଲେ ମଧ୍ୟ ଆମ ସରକାର ଏହି ଘଟଣାକୁ ଦୃଷ୍ଟିରେ ଦେଖି ନିଜଆଡୁ କଠୋର ପଦକ୍ଷେପ ନେଇଛନ୍ତି। ସେହିପରି କମିଟି ଗଠନ କରାଯାଇ ଏଫଏମ ପ୍ରିନ୍ସପାଲଙ୍କୁ ମଧ୍ୟ ଗିରଫ କରାଯାଇଛି। ଆମ ସରକାର ସୌମ୍ୟାଙ୍କ ଚିକିତ୍ସାରେ ସବୁ ଖର୍ଚ୍ଚ ବହନ କରିଥିଲେ। ଆମର ବିଧାୟକ, ମନ୍ତ୍ରୀ ସମସ୍ତେ ଏମ୍ସ ପହଞ୍ଚି ଲଗାତାର ସ୍ଥିତି ଅନୁଧ୍ୟାନ କରିଥିଲେ।

ପୂର୍ବରୁ ନବୀନ ପଟ୍ଟନାୟକ ସରକାରରେ ଥିଲେ। ସେତେବେଳେ ଏପରି ଘଟଣାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ମେଡିକାଲ ଯାଇଥିଲେ କି? ଘଟଣାରେ ବିରୋଧୀ ବାତାବରଣକୁ ଅଶାନ୍ତ କରିବା ଜାଣିଛନ୍ତି। ଆନ୍ଦୋଳନ ପୂର୍ବରୁ ଆତ୍ମସମୀକ୍ଷା କରିବା ଜରୁରୀ ଥିଲା। କଂଗ୍ରେସ ଓ ବିଜେଡି ଲଗାତାର ହଇରାଣ କରୁଛନ୍ତି। ଡାହାଣୀ ହେଇକି ଲାଗୁଛନ୍ତି, ଗୁଣିଆ ହେଇକି ଝାଡ଼ୁଛନ୍ତି। ଦୁଇ ବିରୋଧୀ ସରକାରରେ ଥିବାବେଳେ ବହୁ ଝିଅ-ମହିଳାଙ୍କ ସହ ଏପରି ଘଟଣା ଘଟିଛି ହେଲେ ସେମାନେ ଏପରି ଆକ୍ସନ ନେଇଥିଲେ କି? ସେହି ସମୟରେ ରାଷ୍ଟ୍ରପତି କେବେ ଭୁବନେଶ୍ୱର ଆସିଥିଲେ କି? ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୂର୍ମୁ ତାଙ୍କ କାର୍ଯ୍ୟକ୍ରମରେ ଆସିଥିବାବେଳେ ସେ ନିଜ ଇଚ୍ଛାନୁସାରେ ଆମ ଝିଅକୁ ଦେଖିବାକୁ ଆସିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri