କୋଲକାତାରୁ ପାରାଦୀପ ଆସୁଥିବା ବସ୍‌ ଜଳିଗଲା, ୩୬ ଆହତ

ପାରାଦୀପ, ୧୦ା୧୧(ଶରତ ରାଉତ)କୋଲକାତାର ବାବୁଘାଟ ବସ୍‌ ଟର୍ମିନାଲରୁ ପାରାଦୀପ ଆସୁଥିବା ଏକ ଶତୀତାପ ନିୟନ୍ତ୍ରିତ ଯାତ୍ରୀବାହୀ ବସ୍‌ ‘ଶିବମ୍‌ ଟ୍ରାଭେଲ୍ସ’ ଶୁକ୍ରବାର ରାତି ପ୍ରାୟ ସାଢ଼େ ୧୦ଟାରେ ଚଳନ୍ତା ଅବସ୍ଥାରେ ଜଳିଯାଇଛି। ପଶ୍ଚିମବଙ୍ଗର ଖଡ଼ଗପୁର ଥାନା ଅନ୍ତର୍ଗତ ମାଡ଼ପୁରଠାରେ ଏହି ଘଟଣା ଘଟିଛି। ମିଳିଥିବା ପ୍ରାଥମିକ ସୂଚନା ଅନୁଯାୟୀ ବସ୍‌ରେ ୪୫ରୁ ୫୦ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ୩୬ଜଣ ଆହତ ହୋଇଥିବା ଜଣାପଡ଼ିଛି। ରିପୋର୍ଟ ପ୍ରସ୍ତୁତି ବେଳକୁ ଖଡ଼ଗପୁର ଅଞ୍ଚଳର ଅଗ୍ନିଶମ କର୍ମଚାରୀମାନେ ନିଅଁା ଆୟତ୍ତ ଓ ଯାତ୍ରୀ ଉଦ୍ଧାର କାର୍ଯ୍ୟ ଚଳାଇଥିଲେ। ଆହତମାନଙ୍କୁ ମେଦିନାପୁର ମେଡିକାଲ କଲେଜ ଏବଂ ଖଡ଼ଗପୁର ଗ୍ରାମୀଣ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନ ଥିବାବେଳେ ଶର୍ଟସର୍କିଟରୁ ଏହି ଅଘଟଣ ଘଟିଥିବା କୁହାଯାଉଛି। ସେହିପରି ଗାଡ଼ିରେ ବାଣ ଅଣାଯାଉଥିଲା, ସେଥିରୁ ଅଗ୍ନିକାଣ୍ଡ ଘଟିଥିବା ମଧ୍ୟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?