Posted inଖେଳ

ଓଡ଼ିଶା ପୁଅ ଅମିତ ରୋହିଦାସ ଶ୍ରେଷ୍ଠ ଡିଫେଣ୍ଡର

ନୂଆଦିଲ୍ଲୀ, ୧୭ା୩: ହକି ଇଣ୍ଡିଆର ବାର୍ଷିକ ପୁରସ୍କାର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ଅମିତ ରୋହିଦାସ ବର୍ଷର ଶ୍ରେଷ୍ଠ ଡିଫେଣ୍ଡର ପୁରସ୍କାର ଲାଭ କରିଛନ୍ତି। ଭାରତର ଅଧିନାୟକ ହରମନପ୍ରୀତ୍‌ ସିଂ ଓ ସିନିୟର ଗୋଲ୍‌କିପର ସବିତା ପୁନିଆ ଯଥାକ୍ରମେ ପୁରୁଷ ଓ ମହିଳା ବିଭାଗ ହକି ଇଣ୍ଡିଆ ବଲ୍‌ବୀର ସିଂ ସିନିୟର ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇଛନ୍ତି।

ହରମନପ୍ରୀତ୍‌ଙ୍କ ନେତୃତ୍ୱରେ ଭାରତ ୨୦୨୪ରେ କ୍ରମାଗତ ଦ୍ୱିତୀୟ ଥର ବ୍ରୋଞ୍ଜ ପଦକ ହାସଲ କରିବାରେ ସଫଳ ରହିଥିଲା। ସେ ଆହୁରି ମଧ୍ୟ ଟୋକିଓ ଗେମ୍ସ ବ୍ରୋଞ୍ଜ ପଦକ ବିଜୟୀ ଦଳର ସଦସ୍ୟ ରହିଥିଲେ। ସବିତାଙ୍କ ଲାଗି ଏହାଥିଲା ଦ୍ୱିତୀୟ ଆନନ୍ଦର ବିଷୟ। ସେ ୨୦୨୪ ବର୍ଷ ପାଇଁ ହକି ଇଣ୍ଡିଆ ବଲ୍‌ଜିତ ସିଂ ଗୋଲ୍‌କିପର ଅଫ୍‌ ଦି ଇୟର ପୁରସ୍କାର ମଧ୍ୟ ଲାଭ କରିଛନ୍ତି।

ସବିତା ତୃତୀୟ ଥର ପାଇଁ ଏହି ପୁରସ୍କାର ଜିତିବାର ଗୌରବ ଅର୍ଜନ କରିଛନ୍ତି। ଭାରତୀୟ ହକି ଶତବାର୍ଷିକୀ ପାଳନ ଅବସରରେ ୭ମ ହକି ଇଣ୍ଡିଆ ପୁରସ୍କାର ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ ଆହୁରି ମଧ୍ୟ ୧୯୭୫ରେ କୁଆଲାଲମ୍ପୁରରେ ଦେଶର ବିଶ୍ୱକପ୍‌ ବିଜୟ ଉତ୍ସବ ପାଳନ କରାଯାଇଥିଲା।

ଏହି ଅବସରରେ ୧୯୭୫ ପୁରୁଷ ବିଶ୍ୱକପ୍‌ ବିଜୟୀ ଦଳକୁ ହକି ଇଣ୍ଡିଆ ମେଜର ଧ୍ୟାନଚାନ୍ଦ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯାଇଥିଲା। ହାର୍ଦ୍ଦିକ ସିଂଙ୍କୁ ଫରଓ୍ବାର୍ଡ ଅଫ୍‌ ଦି ଇୟର ପୁରସ୍କାର ମିଳିଥିବା ବେଳେ ହାର୍ଦ୍ଦିକ ସିଂ ମିଡ୍‌ଫିଲ୍ଡର ଅଫ୍‌ ଦି ଇୟର ବିବେଚିତ ହୋଇଥିଲେ। ସେହିପରି ଯୁଗରାଜ ସିଂ ୨୧ ବର୍ଷରୁ କମ୍‌ ପୁରୁଷ ବିଭାଗରେ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇଥିବା ବେଳେ ଦୀପିକାଙ୍କୁ ୨୧ ବର୍ଷରୁ କମ୍‌ ମହିଳା ବିଭାଗରେ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ମିଳିଛି। ଏହି ଆଡମ୍ବରପୂର୍ଣ୍ଣ ପୁରସ୍କାର ବିତରଣ ଉତ୍ସବରେ ପୂର୍ବତନ କ୍ରୀଡ଼ା ମନ୍ତ୍ରୀ କିରେନ୍‌ ରିଜିଜୁ, ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ହକି ଇଣ୍ଡିଆ ସେକ୍ରେଟାରୀ ଜେନେରାଲ ଭୋଲାନାଥ ସିଂଙ୍କ ସମେତ ଅନ୍ୟ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri