Posted inଖେଳ

ଓଡ଼ିଶା ପୁଅ ଅମିତ ରୋହିଦାସ ଶ୍ରେଷ୍ଠ ଡିଫେଣ୍ଡର

ନୂଆଦିଲ୍ଲୀ, ୧୭ା୩: ହକି ଇଣ୍ଡିଆର ବାର୍ଷିକ ପୁରସ୍କାର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ଅମିତ ରୋହିଦାସ ବର୍ଷର ଶ୍ରେଷ୍ଠ ଡିଫେଣ୍ଡର ପୁରସ୍କାର ଲାଭ କରିଛନ୍ତି। ଭାରତର ଅଧିନାୟକ ହରମନପ୍ରୀତ୍‌ ସିଂ ଓ ସିନିୟର ଗୋଲ୍‌କିପର ସବିତା ପୁନିଆ ଯଥାକ୍ରମେ ପୁରୁଷ ଓ ମହିଳା ବିଭାଗ ହକି ଇଣ୍ଡିଆ ବଲ୍‌ବୀର ସିଂ ସିନିୟର ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇଛନ୍ତି।

ହରମନପ୍ରୀତ୍‌ଙ୍କ ନେତୃତ୍ୱରେ ଭାରତ ୨୦୨୪ରେ କ୍ରମାଗତ ଦ୍ୱିତୀୟ ଥର ବ୍ରୋଞ୍ଜ ପଦକ ହାସଲ କରିବାରେ ସଫଳ ରହିଥିଲା। ସେ ଆହୁରି ମଧ୍ୟ ଟୋକିଓ ଗେମ୍ସ ବ୍ରୋଞ୍ଜ ପଦକ ବିଜୟୀ ଦଳର ସଦସ୍ୟ ରହିଥିଲେ। ସବିତାଙ୍କ ଲାଗି ଏହାଥିଲା ଦ୍ୱିତୀୟ ଆନନ୍ଦର ବିଷୟ। ସେ ୨୦୨୪ ବର୍ଷ ପାଇଁ ହକି ଇଣ୍ଡିଆ ବଲ୍‌ଜିତ ସିଂ ଗୋଲ୍‌କିପର ଅଫ୍‌ ଦି ଇୟର ପୁରସ୍କାର ମଧ୍ୟ ଲାଭ କରିଛନ୍ତି।

ସବିତା ତୃତୀୟ ଥର ପାଇଁ ଏହି ପୁରସ୍କାର ଜିତିବାର ଗୌରବ ଅର୍ଜନ କରିଛନ୍ତି। ଭାରତୀୟ ହକି ଶତବାର୍ଷିକୀ ପାଳନ ଅବସରରେ ୭ମ ହକି ଇଣ୍ଡିଆ ପୁରସ୍କାର ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ ଆହୁରି ମଧ୍ୟ ୧୯୭୫ରେ କୁଆଲାଲମ୍ପୁରରେ ଦେଶର ବିଶ୍ୱକପ୍‌ ବିଜୟ ଉତ୍ସବ ପାଳନ କରାଯାଇଥିଲା।

ଏହି ଅବସରରେ ୧୯୭୫ ପୁରୁଷ ବିଶ୍ୱକପ୍‌ ବିଜୟୀ ଦଳକୁ ହକି ଇଣ୍ଡିଆ ମେଜର ଧ୍ୟାନଚାନ୍ଦ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯାଇଥିଲା। ହାର୍ଦ୍ଦିକ ସିଂଙ୍କୁ ଫରଓ୍ବାର୍ଡ ଅଫ୍‌ ଦି ଇୟର ପୁରସ୍କାର ମିଳିଥିବା ବେଳେ ହାର୍ଦ୍ଦିକ ସିଂ ମିଡ୍‌ଫିଲ୍ଡର ଅଫ୍‌ ଦି ଇୟର ବିବେଚିତ ହୋଇଥିଲେ। ସେହିପରି ଯୁଗରାଜ ସିଂ ୨୧ ବର୍ଷରୁ କମ୍‌ ପୁରୁଷ ବିଭାଗରେ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇଥିବା ବେଳେ ଦୀପିକାଙ୍କୁ ୨୧ ବର୍ଷରୁ କମ୍‌ ମହିଳା ବିଭାଗରେ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ମିଳିଛି। ଏହି ଆଡମ୍ବରପୂର୍ଣ୍ଣ ପୁରସ୍କାର ବିତରଣ ଉତ୍ସବରେ ପୂର୍ବତନ କ୍ରୀଡ଼ା ମନ୍ତ୍ରୀ କିରେନ୍‌ ରିଜିଜୁ, ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ହକି ଇଣ୍ଡିଆ ସେକ୍ରେଟାରୀ ଜେନେରାଲ ଭୋଲାନାଥ ସିଂଙ୍କ ସମେତ ଅନ୍ୟ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri