ଆହୁରି ବଢ଼ିବ ଶୀତର ପ୍ରକୋପ: ୩ ଦିନ ମଧ୍ୟରେ ଏସବୁ ଜିଲାରେ…

ଭୁବନେଶ୍ୱର,୧୧।୧: ଓଡ଼ିଶାରେ ପୁଣି ବଢ଼ିବ ଶୀତର ପ୍ରକୋପ। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ପ୍ରାୟ ୨ ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି। ତେବେ ଆସନ୍ତା ସାତ ଦିନ ପାଇଁ କୌଣସି ଜିଲାକୁ ଶୀତଲହରି ସତର୍କ ସୂଚନା ଜାରି କରାଯାଇ ନାହିଁ।

ଜାନୁଆରୀ ୧୨ ତାରିଖ ରାତିରୁ ଶୀତର ପ୍ରଭାବ ପୁଣି ବଢ଼ିବା ସମ୍ଭାବନା ରହିଛି। ରବିବାର ସକାଳ ସୁଦ୍ଧା ଗତ ୨୪ ଘଣ୍ଟାରେ ଆକାଶ ମେଘାଚ୍ଛନ୍ନ ରହିବା କାରଣରୁ ରାତିର ତାପମାତ୍ରାରେ କିଛିଟା ବୃଦ୍ଧି ଘଟିଥିଲା। ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୫.୭ ଡିଗ୍ରୀ ଏବଂ କଟକରେ ୧୪.୪ ଡିଗ୍ରୀ ରେକର୍ଡ କରାଯାଇଛି।

ତେବେ ଜାନୁଆରୀ ୧୦ ତାରିଖ ସକାଳେ ଭୁବନେଶ୍ୱରର ତାପମାତ୍ରା ୯.୨ ଡିଗ୍ରୀକୁ ଖସି ଆସିଥିଲା, ଯାହା ଗତ ୨୨ ବର୍ଷ ମଧ୍ୟରେ ସହରର ସବୁଠାରୁ ଥଣ୍ଡା ରାତି ଥିଲା। ସେହିପରି କଟକରେ ଜାନୁଆରୀ ୯ରେ ୮.୬ ଡିଗ୍ରୀ ତାପମାତ୍ରା ରହିଥିଲା, ଯାହା ଗତ ୪୦ ବର୍ଷର ରେକର୍ଡ ଭାଙ୍ଗିଥିଲା।

ରବିବାର ସକାଳ ସୁଦ୍ଧା ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬.୫°C ଥିବା ବେଳେ ଫୁଲବାଣୀରେ ୭°C ଏବଂ ରାଉରକେଲାରେ ୮°C ରେକର୍ଡ କରାଯାଇଛି। ଆଗାମୀ ସପ୍ତାହ ପାଇଁ କୌଣସି ସତର୍କ ସୂଚନା ଜାରି କରାଯାଇ ନଥିଲେ ହେଁ, ଶୀତର ପ୍ରକୋପ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ଜଣେ ନିଖୋଜ, ୨ ଉଦ୍ଧାର

ଥୁଆମୂଳ ରାମପୁର, ୨୮ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ମାଛ ଧରିବାକୁ…

ମହିଳାଙ୍କ ମହତ୍ କାମ : ଶିବିର ଆୟୋଜନ କରି …

ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡିଶାର ବରଗଡ଼ ଜିଲାରେ ସ୍ୱେଚ୍ଛାକୃତ ରକ୍ତଦାନ କ୍ଷେତ୍ରରେ ମହିଳାଙ୍କ ଭାଗିଦାରୀ ଯଥେଷ୍ଟ କମ୍ ରହିଛି। ୨୦୨୩ ବର୍ଷ ତଥ୍ୟ ଅନୁସାରେ ବରଗଡ଼ରେ…

କେମିତି ରୋକାଯିବ ଘୋଡ଼ା ବେପାର: ନବୀନଙ୍କ ସହ କ’ଣ ଆଲୋଚନା ହୋଇଛି ସବୁ ଖୋଲି କହିଦେଲେ ଭକ୍ତ 

ଭୁବନେଶ୍ୱର, ୨୮।୨: ରାଜ୍ୟସଭା ପ୍ରାର୍ଥୀ ଘୋଷଣା ନେଇ ସବୁ ଖୋଲି କହିଲେ ଭକ୍ତ ଦାସ। ଦତ୍ତେଶ୍ବର ହୋତାଙ୍କୁ ବିଜେଡି କମନ କ୍ୟାଣ୍ଡିଡେଟ କରିବା ନେଇ  ସେ ତାଙ୍କ…

ଅବ୍ୟବସ୍ଥାରେ ସାପ୍ତାହିକ ହାଟ, ପରିବା ପାଇଁ ଯିବାକୁ ନାକ ଟେକୁଛନ୍ତି ଲୋକେ

ଗଞ୍ଜାମ,୨୮ା୨(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ କାଳୀମନ୍ଦିର ନିକଟସ୍ଥ କଲେଜ ରୋଡ୍‌ଠାରେ କିଛି ମାସ ହେବ ଶନିବାର ସାପ୍ତାହିକ ହାଟର ଶୁଭାରମ୍ଭ ହୋଇଥିଲା। ବର୍ତ୍ତମାନ ଉକ୍ତ ସାପ୍ତାହିକ ହାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri