ଗୌରବ ଆଣିଲା ଓଡ଼ିଶା: ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ମିଳିଲା ଗୋଲ୍ଡ ମେଡାଲ

ଭୁବନେଶ୍ୱର,୨୭ା୧୧: ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ରେ ଓଡ଼ିଶା ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରିଛି ଏବଂ ଗୋଲ୍ଡ ମେଡାଲ୍ ହାସଲ କରିଛି। ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (ITPO) ତରଫରୁ ଏହି ପୁରସ୍କାର ଆଜି ପ୍ରଦାନ କରାଯାଇଛି।

ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୁସି ପ୍ରକାଶ କରିବା ସହିତ ଟିମ୍ ଓଡ଼ିଶାକୁ ଅଭିନନ୍ଦନ ଓ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ରାଜ୍ୟର ମର୍ଯ୍ୟାଦା ବୃଦ୍ଧି କରିବା ଦିଗରେ ଏହା ଏକ ଉଲ୍ଲେଖଯୋଗ୍ୟ ସଫଳତା।” ମୋଟ ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଏହି ବାଣିଜ୍ୟ ମେଳାରେ ଅଂଶଗ୍ରହଣ କରିଥିଲେ।

ଓଡ଼ିଶା ସାମଗ୍ରୀକ ପ୍ରଦର୍ଶନ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ଏହି ସଫଳତା ପାଇଛି। ଏହା କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ଓଡ଼ିଶା ଏହି ପୁରସ୍କାର ହାସଲ କରିଥିବା ବେଳେ ଏହାକୁ ମିଶାଇ ଦୁଇ ଥର ଗୋଲ୍ଡ ମେଡାଲ୍ ପାଇଛି।

ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାରେ ରାଜ୍ୟ ସରକାରଙ୍କର ୯ଟି ବିଭାଗର ୨୬ଟି ଷ୍ଟଲ ସ୍ଥାନୀତ ହୋଇଥିଲା। ଏହି ପ୍ରଦର୍ଶନୀ ମାଧ୍ୟମରେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ଏବଂ ଏକ ଭାରତ ଶ୍ରେଷ୍ଠ ଭାରତର ଆଭିମୁଖ୍ୟ ଉପସ୍ଥାପିତ କରାଯାଇଥିଲା।

ମୁଖ୍ୟମନ୍ତ୍ରୀ ମାଝୀ ଗତ ୨୨ ତାରିଖରେ ଓଡ଼ିଶା ରାଜ୍ୟ ଦିବସ ସମାରୋହ ଅବସରରେ ଓଡ଼ିଶା ମଣ୍ଡପ ବୁଲି ଦେଖି ଓଡ଼ିଶାର କଳା, ଐତିହ୍ୟ ଓ ପରମ୍ପରା ପ୍ରଦର୍ଶନର ଉଚ୍ଚ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri