ଗୌରବ ଆଣିଲା ଓଡ଼ିଶା: ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ମିଳିଲା ଗୋଲ୍ଡ ମେଡାଲ

ଭୁବନେଶ୍ୱର,୨୭ା୧୧: ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ରେ ଓଡ଼ିଶା ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରିଛି ଏବଂ ଗୋଲ୍ଡ ମେଡାଲ୍ ହାସଲ କରିଛି। ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (ITPO) ତରଫରୁ ଏହି ପୁରସ୍କାର ଆଜି ପ୍ରଦାନ କରାଯାଇଛି।

ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୁସି ପ୍ରକାଶ କରିବା ସହିତ ଟିମ୍ ଓଡ଼ିଶାକୁ ଅଭିନନ୍ଦନ ଓ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ରାଜ୍ୟର ମର୍ଯ୍ୟାଦା ବୃଦ୍ଧି କରିବା ଦିଗରେ ଏହା ଏକ ଉଲ୍ଲେଖଯୋଗ୍ୟ ସଫଳତା।” ମୋଟ ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଏହି ବାଣିଜ୍ୟ ମେଳାରେ ଅଂଶଗ୍ରହଣ କରିଥିଲେ।

ଓଡ଼ିଶା ସାମଗ୍ରୀକ ପ୍ରଦର୍ଶନ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ଏହି ସଫଳତା ପାଇଛି। ଏହା କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ଓଡ଼ିଶା ଏହି ପୁରସ୍କାର ହାସଲ କରିଥିବା ବେଳେ ଏହାକୁ ମିଶାଇ ଦୁଇ ଥର ଗୋଲ୍ଡ ମେଡାଲ୍ ପାଇଛି।

ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାରେ ରାଜ୍ୟ ସରକାରଙ୍କର ୯ଟି ବିଭାଗର ୨୬ଟି ଷ୍ଟଲ ସ୍ଥାନୀତ ହୋଇଥିଲା। ଏହି ପ୍ରଦର୍ଶନୀ ମାଧ୍ୟମରେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ଏବଂ ଏକ ଭାରତ ଶ୍ରେଷ୍ଠ ଭାରତର ଆଭିମୁଖ୍ୟ ଉପସ୍ଥାପିତ କରାଯାଇଥିଲା।

ମୁଖ୍ୟମନ୍ତ୍ରୀ ମାଝୀ ଗତ ୨୨ ତାରିଖରେ ଓଡ଼ିଶା ରାଜ୍ୟ ଦିବସ ସମାରୋହ ଅବସରରେ ଓଡ଼ିଶା ମଣ୍ଡପ ବୁଲି ଦେଖି ଓଡ଼ିଶାର କଳା, ଐତିହ୍ୟ ଓ ପରମ୍ପରା ପ୍ରଦର୍ଶନର ଉଚ୍ଚ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?