ବିଏସ୍‌ଇଟି ସୋସାଇଟି ସଭାପତି ପଦ ଛାଡ଼ିଲେ ପ୍ରୟାସକାନ୍ତି

ଭଦ୍ରକ,୨୪।୩(ସନାତନ ରାଉତ): ଦୀର୍ଘଦିନ ଧରି ବିବାଦରେ ଥିବା ଭଦ୍ରକ ବରପଦା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଟେକ୍ନୋଲୋଜି (ବିଏସ୍‌ଇଟି) ସୋସାଇଟି ସଭାପତି ପଦରୁ ପ୍ରୟାସକାନ୍ତି ସାମଲ ଶନିବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଖବରଦାତା ସମ୍ମିଳନୀରେ ତାଙ୍କର ଇସ୍ତଫା ଘୋଷଣା କରିବା ସହ ଇସ୍ତଫାପତ୍ର ସୋସାଇଟିର ସମ୍ପାଦକଙ୍କ ପାଖକୁ ପଠାଇଥିବା କହିଛନ୍ତି। ବର୍ତ୍ତମାନର ପାରିପାର୍ଶ୍ୱିକ ପରିସ୍ଥିତିକୁ ଦୃଷ୍ଟିରେ ରଖି କଲେଜର ହିତ ପାଇଁ ସେ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି।

କଲେଜର କେତେଜଣ କର୍ମଚାରୀ ବକେୟା ଦରମା ଓ ବିଏସ୍‌ଇଟି ସୋସାଇଟିକୁ ଭଙ୍ଗ ଦାବିରେ ଆନ୍ଦୋଳନ କରିଆସୁଥିଲେ। ବରପଦା କଲେଜ ଫାଟକ ସାମ୍ନାରେ ସେମାନେ ଆନ୍ଦୋଳନ କରିବା ସହ ପରେ ବରପଦା ବନ୍ଦ ମଧ୍ୟ କରିଥିଲେ। ଏପରି କି ସ୍ଥିତି ନିୟନ୍ତ୍ରଣ ପାଇଁ ଗତ ୨୧ ତାରିଖରେ ଜିଲା ପ୍ରଶାସନ ପକ୍ଷରୁ କଲେଜ ଫାଟକରୁ ଶହେ ମିଟର ପରିଧି ମଧ୍ୟରେ ୧୪୪ ଧାରା ଜାରି କରାଯାଇଛି। ପ୍ରୟାସକାନ୍ତି ୨୦୧୦ରୁ ସଭାପତି ପଦରେ ରହିଆସିଥିବା ବେଳେ ସେ ସ୍ବତଃପ୍ରବୃତ୍ତ ଭାବେ ଏହି ପଦରୁ ଇସ୍ତଫା ଦେଇଥିବା ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି। କଲେଜ, ଶିକ୍ଷା ଓ ଅଣଶିକ୍ଷା କର୍ମଚାରୀଙ୍କ ହିତକୁ ଦୃଷ୍ଟିରେ ରଖି ସେ ଇସ୍ତଫା ଦେଉଛନ୍ତି। ତେବେ ପ୍ରତି ୩ ମାସରେ ଥରେ ଜିଲାପାଳ ପରିଚାଳନା କମିଟି ସହ ବୈଠକ କରି ସମସ୍ତ ଆୟବ୍ୟୟର ତଦାରଖ କରିବାକୁ ସେ ଅନୁରୋଧ କରିଛନ୍ତି। କଲେଜର ସୁନାମ ଫେରିବା ସହ ଶୈକ୍ଷିକ ବାତାବରଣକୁ ଫେରାଇ ଆଣିବା ପାଇଁ ପରିଚାଳନା କମିଟି ଓ ଶିକ୍ଷା କର୍ମଚାରୀଙ୍କୁ ସେ ଅନୁରୋଧ କରିଛନ୍ତି। ସୂଚନାଥାଉ କି, ଏହି କଲେଜରେ ଦୁର୍ନୀତି ନେଇ ଗତ ଫେବୃଆରୀରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘର ସମେତ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା। ସେହିପରି ବିଧାୟକଙ୍କ ପୁଅ ପ୍ରୟାସକାନ୍ତିଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ମଧ୍ୟ ଇଡି ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri