ଆଜି ରାଜ୍ୟ ବଜେଟ

ଭୁବନେଶ୍ୱର,୨୫ା୭(ଅନିଲ ଦାସ)୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବ। ଗତ ଫେବୃଆରୀରେ ବିଜେଡି ସରକାର କାମଚଳା ବଜେଟ ଆଣିଥିଲେ। ତତ୍କାଳୀନ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଥିଲେ। ସାଧାରଣ ନିର୍ବାଚନ ଥିବାରୁ ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ ଅଣାଯାଇଥିଲା। ରାଜ୍ୟରେ ଶାସନ ପରିବର୍ତ୍ତନ ହୋଇଛି। ପ୍ରଥମ ଥର ଲାଗି ଭାଜପା ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିବ। ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ଏହି ବଜେଟ ଉପସ୍ଥାପନ କରିବେ। ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ପୂର୍ବରୁ ରାଜ୍ୟ ସରକାର ପୂର୍ବତନ ଅର୍ଥମନ୍ତ୍ରୀ ଓ ବିଶେଷଜ୍ଞଙ୍କ ପରାମର୍ଶ ନେଇଛନ୍ତି। ଏଥିସହିତ ବଜେଟ ସାଧାରଣ ଲୋକଙ୍କଠାରୁ ପ୍ରାୟ ୧୨ ହଜାରରୁ ଅଧିକ ମତାମତ ସଂଗ୍ରହ କରାଯାଇଛି। ଶିଳ୍ପ, ଆର୍‌ବିଆଇ, ଏନ୍‌ଜିଓ, ମଜଦୁର ସଂଘ, ଶିଳ୍ପ ସଂଘ, ବ୍ୟବସାୟୀ ମହାସଂଘର ପ୍ରାୟ ଦେଢ଼ ଶହ ପ୍ରତିନିଧି ମଧ୍ୟ ସେମାନଙ୍କ ମତାମତ ଦେଇଛନ୍ତି। ଫେବୃଆରୀରେ ହୋଇଥିବା ବଜେଟ ଆକଳନଠାରୁ ପୂର୍ଣ୍ଣାଙ୍ଗ ବଜେଟର ଆକାର ପ୍ରାୟ ୧୫ ପ୍ରତିଶତ ଅର୍ଥାତ ୨ ଲକ୍ଷ ୮୫ ହଜାର କୋଟି ହେବ ବୋଲି ଅନୁମାନ କରାଯାଉଛି। ନିକଟରେ ମନ୍ତ୍ରିପରିଷଦ ବୈଠକରେ ଏହି ବଜେଟକୁ ଅନୁମୋଦନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri