Odisha Budget: ମିଳିବ ମାଗଣା ବିଜୁଳି! ବଜେଟରେ ଜାଣନ୍ତୁ କ’ଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନାକୁ ନେଇ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସରକାର ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର’ ମାଗଣା ବିଜୁଳି ଯୋଜନାକୁ ସମ୍ପୂର୍ଣ ରୂପେ କାର୍ଯ୍ୟକାରୀ କରିବାକୁ ପ୍ରତିଶ୍ରୁତିବଦ୍ଧ। ଏହି ଯୋଜନାକୁ ହିତାଧିକାରୀ ମାନଙ୍କ ମଧ୍ୟରେ ଅଧିକ ଗ୍ରହଣୀୟ ଓ ବିସ୍ତାର କରିବା ପାଇଁ ସେମାନଙ୍କୁ ୩ କିଲୋୱାଟ କ୍ଷମତା ପର୍ଯ୍ୟନ୍ତ ଘରୋଇ ସୋଲାର ପ୍ରକଳ୍ପ ସ୍ଥାପନ ନିମନ୍ତେ ୬୦ ହଜାର ଟଙ୍କାର ଅତିରିକ୍ତ ରାଜ୍ୟ ଆର୍ଥିକ ସହାୟତା ପ୍ରଦାନ କରାଯିବ, ଯାହା କେନ୍ଦ୍ରୀୟ ଆର୍ଥିକ ସହାୟତା ଅନୁରୂ।ପ। ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ଅତିରିକ୍ତ ରାଜ୍ୟ ସହାୟତା ପ୍ରଦାନ ପାଇଁ ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ଯୋଜନା ଅଧୀନରେ ୨୦୨୫-୨୬ ଆର୍ଥିକ ବର୍ଷରେ ୮ ଶହ ୨୦ କୋଟି ଟଙ୍କା ଆବଣ୍ଟନ କରିବାକୁ ପ୍ରସ୍ତାବ ରହିଛି ।

ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ଗରିବ ପରିବାରକୁ ପକ୍କା ଘର ଯୋଗାଇଦେବା ପାଇଁ ଅନ୍ତୋଦୟ ଗୃହ ଯୋଜନା ନାମରେ ଏକ ନୂତନ ଯୋଜନା ଆରମ୍ଭ କରାଯାଇଛି। ଏଥି ପାଇଁ ମୋଟ ୭ ହଜାର ୫ ଶହ ୫୦ କୋଟି ଟଙ୍କାର ବ୍ୟୟ ଅନୁମୋଦନ କରାଯାଇଛି । ପ୍ରାକୃତିକ ଓ ମାନବକୃତ ବିପର୍ଯ୍ୟୟ, ସରକାରୀ ପ୍ରକଳ୍ପ ଯୋଗୁ ବିସ୍ଥାପିତ ଲୋକ ପରିବାରର ଭିନ୍ନକ୍ଷମ ପ୍ରାଥମିକ ଆୟକାରୀ ଏବଂ ଜଙ୍ଗଲ ଅଧିକାର ଆଇନ ଅଧୀନରେ ଯୋଗ୍ୟ ଥିବା ପୂର୍ବରୁ ପ୍ରଚଳିତ ଥିବା ଗୃହ ନିର୍ମାଣ ଯୋଜନରୁ ବଞ୍ଚିତ ପରିବାର ପରିବାରକୁ ଏହି ଯୋଜନାରେ ସାମିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri