ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬। । ପ୍ରଥମ ଦିନ ଗୃହରେ ଅଭିଭାଷଣ ରଖିବେ ରାଜ୍ୟପାଳ। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ ହେବ।

ପଢ଼ନ୍ତୁ ➡️ ଏଥର ରାଜ୍ୟ ବଜେଟ ଟପିବ ଏତିକି କୋଟି

ବଜେଟ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିବ। ପ୍ରଥମ ପର୍ଯ୍ୟାୟରେ ୭ଟି ଓ ଦ୍ବିତୀୟ ପର୍ଯ୍ୟାୟରେ ୨୨ଟି କାର୍ଯ୍ୟ ଦିବସ ରହିଛି। ମାର୍ଚ୍ଚ ୩୧ ତାରିଖ ଦିନ ବ୍ୟୟମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହେବ।

ସୂଚନା ଥାଉକି, ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ ଆଣିଥିଲେ। ସେଥିରେ ପ୍ରଶାସନିକ ବ୍ୟୟ ବାବଦକୁ ୯୭ ହଜାର ୭୨୫କୋଟି ଟଙ୍କା ରହିଥିବାବେଳେ କାର୍ଯ୍ୟକ୍ରମ ବାବଦକୁ ୧ଲକ୍ଷ ୫୫ହଜାର କୋଟି ଟଙ୍କା ରହିଥିଲା। ଏହାସହିତ ୩ହଜାର ୯୦୦କୋଟି ଟଙ୍କା ବିପର୍ଯ୍ୟୟ ପ୍ରଶମନ ପାଇଁ ରହିଥିବାବେଳେ ୮ହଜାର ୩୭୫କୋଟି ଅନ୍ୟାନ୍ୟ ବ୍ୟୟ ବାବଦକୁ ରହିଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି ୨ଲକ୍ଷ ୯୦ହଜାର କୋଟି ଟଙ୍କାର ବଜେଟ ବ୍ୟବସ୍ଥା ହୋଇଥିଲା। ସେଥିମଧ୍ୟରେ ପ୍ରଶାସନିକ ଖର୍ଚ୍ଚ ବାବଦକୁ ୧ଲକ୍ଷ ୮ହଜାର କୋଟି ଟଙ୍କା ରହିଥିବାବେଳେ କାର୍ଯ୍ୟକ୍ରମ ବ୍ୟୟବାବଦକୁ ୧ଲକ୍ଷ ୭୦ହଜାର କୋଟି, ବିପର୍ଯ୍ୟୟ ପ୍ରଶମନ ପାଇଁ ୪ହଜାର କୋଟି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ହସ୍ତାନ୍ତର ଲାଗି ୮ହଜାର କୋଟି ଟଙ୍କା ରହିଥିଲା।

Dharitri – Odisha’s No.1 Odia Daily