ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପାଇଁ ବଜେଟ୍‌ରେ ୨୩,୧୮୨ କୋଟି ଟଙ୍କା ବ୍ୟବବରାଦ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ବ୍ୟୟ ପାଇଁ ୧୭ ହଜାର ୭୩୭ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷେ ସ୍ବାସ୍ଥ୍ୟ ପାଇଁ ବ୍ୟୟ ମୋଟ ବଜେଟର ୭.୫% ରହିଛି।

ସରକାର ଜନସାଧାରଣଙ୍କ ହିତକୁ ଦୃଷ୍ଟିରେ ରଖି ବଜେଟ୍‌ରେ ଆୟୁଷ୍ମାନ ଭାରତ, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୪୨୭୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ବଜେଟରେ ଜାତୀୟ ସ୍ବାସ୍ଥ୍ୟ ମିଶନ NHM ପାଇଁ ୧୯୫୮ କୋଟି ଟଙ୍କା ବ୍ୟବସ୍ଥା କରାଯାଇଥିବା ବେଳେ ନିରାମୟ ପାଇଁ ୭୮୬ କୋଟି ଏବଂ ନିଦାନ ପାଇଁ ୩୭୧ କୋଟି ଟଙ୍କା ବ୍ୟବବରାଦ କରାଯାଇଛି।

ଆମ୍ବୁଲାନ୍ସ ସେବା ପାଇଁ ୧୯୮ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ସ୍ବାସ୍ଥ୍ୟ ସହାୟ ଯୋଜନା ପାଇଁ ୧୮୩ କୋଟି ଟଙ୍କା ବ୍ୟବବରାଦ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୫୦୦୮ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri