ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପାଇଁ ବଜେଟ୍ରେ ୨୩,୧୮୨ କୋଟି ଟଙ୍କା ବ୍ୟବବରାଦ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ବ୍ୟୟ ପାଇଁ ୧୭ ହଜାର ୭୩୭ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷେ ସ୍ବାସ୍ଥ୍ୟ ପାଇଁ ବ୍ୟୟ ମୋଟ ବଜେଟର ୭.୫% ରହିଛି।
ସରକାର ଜନସାଧାରଣଙ୍କ ହିତକୁ ଦୃଷ୍ଟିରେ ରଖି ବଜେଟ୍ରେ ଆୟୁଷ୍ମାନ ଭାରତ, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୪୨୭୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେହିପରି ବଜେଟରେ ଜାତୀୟ ସ୍ବାସ୍ଥ୍ୟ ମିଶନ NHM ପାଇଁ ୧୯୫୮ କୋଟି ଟଙ୍କା ବ୍ୟବସ୍ଥା କରାଯାଇଥିବା ବେଳେ ନିରାମୟ ପାଇଁ ୭୮୬ କୋଟି ଏବଂ ନିଦାନ ପାଇଁ ୩୭୧ କୋଟି ଟଙ୍କା ବ୍ୟବବରାଦ କରାଯାଇଛି।
ଆମ୍ବୁଲାନ୍ସ ସେବା ପାଇଁ ୧୯୮ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ସ୍ବାସ୍ଥ୍ୟ ସହାୟ ଯୋଜନା ପାଇଁ ୧୮୩ କୋଟି ଟଙ୍କା ବ୍ୟବବରାଦ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୫୦୦୮ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।