ବିଧାନସଭାରେ ଆଗତ ହେଲା ବଜେଟ: ଜାଣନ୍ତୁ କେଉଁ କ୍ଷେତ୍ରକୁ କେତେ ବ୍ୟୟବରାଦ…

ଭୁବନେଶ୍ୱର,୩୦।୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବୁଧବାର କାମଚଳା ବଜେଟ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରଥମ ୪ମାସ ପାଇଁ କାମଚଳା ବଜେଟ ଆଗତ କରିଛନ୍ତି। ୨୦୨୨-୨୩ରେ ମୋଟ ବ୍ୟୟ ୧.୧୦ ଲକ୍ଷ କୋଟି ଟଙ୍କା ଆକଳନ କରାଯାଇଛି। ସେଥିରୁ ସରକାରୀ କ୍ଷେତ୍ର ଲାଗି ୧ ଲକ୍ଷ କୋଟି ଟଙ୍କା ଏବଂ ଅନ୍ୟାନ୍ୟ ପାଇଁ ୧୦ ହଜାର କୋଟି ଟଙ୍କା ରହିଛି।

ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ କହିଛନ୍ତି, ମହାମାରୀ ଓ ଯୁଦ୍ଧ ବିଶ୍ୱ ଅର୍ଥନୀତିକୁ ପ୍ରଭାବିତ କରିଛି । ତେବେ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ରାଜ୍ୟର ଅଭିବୃଦ୍ଧି ହାର ବୃଦ୍ଧି ସମ୍ଭାବନା ରହିଛି। ୨୦୨୨-୨୩ରେ ଦେଶର ଜିଡିପି ୭.୮ପ୍ରତିଶତ ରହିବା ଆକଳନ କରାଯାଇଛି। ତେବେ ଜାତୀୟ ହାରଠୁ ଓଡ଼ିଶା ଅଭିବୃଦ୍ଧି ହାର ଅଧିକ ରହିବା ଆକଳନ ହୋଇଛି। ଓଡ଼ିଶାର ଅଭିବୃଦ୍ଧି ୯ରୁ ୯.୫ପ୍ରତିଶତ ରହିପାରେ। ଖଣି ରାଜସ୍ବ ବଢ଼ିଛି, କେନ୍ଦ୍ର ସହାୟତା ଉପରେ ନିର୍ଭରଶୀଳତା କମିଛି। ୨୦୦୫-୦୬ ପରଠାରୁ ରାଜ୍ୟ କ୍ରମାଗତ ରାଜସ୍ବ ବଳକା ହାସଲ କରୁଛି। ରାଜ୍ୟରେ ମେଡିକାଲ କଲେଜ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି ।

କାହାକୁ କେତେ ବ୍ୟୟବରାଦ:
-ବିପର୍ଯ୍ୟୟ ମୁକାବିଲା ପାଇଁ ୩,୨୦୦ କୋଟି ଟଙ୍କା ବ୍ୟୟ ବରାଦ
-ସ୍ବାସ୍ଥ୍ୟ କ୍ଷେତ୍ରରେ ଖର୍ଚ୍ଚ ନିମନ୍ତେ ୧୨,୨୦୦ କୋଟି ଟଙ୍କା ବ୍ୟୟବରାଦ
– ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ହସ୍ପିଟାଲକୁ ପୈଠକ ପାଇଁ ୧୮୬୪ କୋଟି ଟଙ୍କା
-ମିଶନଶକ୍ତି ପାଇଁ ୨ହଜାର କୋଟି ଟଙ୍କାର ବ୍ୟୟ ବରାଦ
-ଜାତୀୟ ଗ୍ରାମୀଣ ଜୀବିକା ମିଶନ ପାଇଁ ୧୦୩୯ କୋଟି ଟଙ୍କା ବ୍ୟୟବରାଦ
-ଏସ୍‌ଏଚ୍‌ଜି ଏବଂ ସେମାନଙ୍କ ମହାସଂଘ ପାଇଁ ୭୭୩ କୋଟି ଟଙ୍କା ବ୍ୟୟବରାଦ
-ମିଶନ ଶକ୍ତି ଗୃହ ନିର୍ମାଣ ଲାଗି ୧୭୬ କୋଟି ଟଙ୍କା ବ୍ୟୟବରାଦ
-ଶିକ୍ଷା ବିଭାଗ ପାଇଁ ୨୬,୪୯୨ କୋଟି ଟଙ୍କା ବ୍ୟୟ ବରାଦ
– କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଯୋଜନା ପାଇଁ ୨୦,୩୪୪କୋଟି
– କାଳିଆ ଯୋଜନା ପାଇଁ ୧,୮୭୪କୋଟି
-ସାର ଓ ବିହନ ପାଇଁ ସୁଧମୁକ୍ତ ରଣ ବାବଦକୁ ୧୦୦ କୋଟି ଟଙ୍କା
-ଶସ୍ୟ ଉତ୍ପାଦନ ପରିଚାଳନା ବାବଦକୁ ୬୮୮କୋଟି ଟଙ୍କା
-ଉଦ୍ୟାନ କୃଷି ବିକାଶ ଯୋଜନା ପାଇଁ ୧୫୭କୋଟି ଟଙ୍କା
– ଓୟୁଏଟିରେ ଗବେଷଣା ଓ ଶିକ୍ଷା ପାଇଁ ୧୦୬ କୋଟି ଟଙ୍କା
– ପଶୁ ସମ୍ପଦର ସ୍ବାସ୍ଥ୍ୟ ଏବଂ ରୋଗ ନିୟନ୍ତ୍ରଣ ପାଇଁ ୨୭୩କୋଟି ଟଙ୍କା
– ସଘନ ଓ ଆଭ୍ୟନ୍ତରୀଣ ମତ୍ସ୍ୟଚାଷ ବିକାଶ ପାଇଁ ୧୮୨କୋଟି ଟଙ୍କା
-କୁକୁଡା ଚାଷ ପାଇଁ ୮୭କୋଟି ଟଙ୍କା
-ଦୁଗ୍ଧ ଉତ୍ପାଦନ ବୃଦ୍ଧି ଲାଗି ୩୧କୋଟି ଟଙ୍କା
– କୃଷକଙ୍କୁ ସୁଧ ରିହାତି ବାବଦକୁ ୨୦୧କୋଟି ଟଙ୍କା
– ଫସଲ ବୀମା ପ୍ରିମିୟମ ସବସିଡି ବାବଦକୁ ୧୦୦କୋଟି ଟଙ୍କା
-ସମବାୟ ବ୍ୟାଙ୍କଗୁଡ଼ିକୁ ଅଂଶଧନ ସହାୟତା ପାଇଁ ୧୫୦କୋଟି ଟଙ୍କା
– ଜଳସେଚନ କ୍ଷେତ୍ରରେ ବିଭିନ୍ନ ଯୋଜନା ପାଇଁ ୫୫୨୩ କୋଟି ଟଙ୍କା ବ୍ୟୟ ବରାଦ


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri