ବିଧାନସଭାରେ ଆଗତ ହେଲା ବଜେଟ: ଜାଣନ୍ତୁ କେଉଁ କ୍ଷେତ୍ରକୁ କେତେ ବ୍ୟୟବରାଦ…

ଭୁବନେଶ୍ୱର,୩୦।୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବୁଧବାର କାମଚଳା ବଜେଟ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରଥମ ୪ମାସ ପାଇଁ କାମଚଳା ବଜେଟ ଆଗତ କରିଛନ୍ତି। ୨୦୨୨-୨୩ରେ ମୋଟ ବ୍ୟୟ ୧.୧୦ ଲକ୍ଷ କୋଟି ଟଙ୍କା ଆକଳନ କରାଯାଇଛି। ସେଥିରୁ ସରକାରୀ କ୍ଷେତ୍ର ଲାଗି ୧ ଲକ୍ଷ କୋଟି ଟଙ୍କା ଏବଂ ଅନ୍ୟାନ୍ୟ ପାଇଁ ୧୦ ହଜାର କୋଟି ଟଙ୍କା ରହିଛି।

ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ କହିଛନ୍ତି, ମହାମାରୀ ଓ ଯୁଦ୍ଧ ବିଶ୍ୱ ଅର୍ଥନୀତିକୁ ପ୍ରଭାବିତ କରିଛି । ତେବେ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ରାଜ୍ୟର ଅଭିବୃଦ୍ଧି ହାର ବୃଦ୍ଧି ସମ୍ଭାବନା ରହିଛି। ୨୦୨୨-୨୩ରେ ଦେଶର ଜିଡିପି ୭.୮ପ୍ରତିଶତ ରହିବା ଆକଳନ କରାଯାଇଛି। ତେବେ ଜାତୀୟ ହାରଠୁ ଓଡ଼ିଶା ଅଭିବୃଦ୍ଧି ହାର ଅଧିକ ରହିବା ଆକଳନ ହୋଇଛି। ଓଡ଼ିଶାର ଅଭିବୃଦ୍ଧି ୯ରୁ ୯.୫ପ୍ରତିଶତ ରହିପାରେ। ଖଣି ରାଜସ୍ବ ବଢ଼ିଛି, କେନ୍ଦ୍ର ସହାୟତା ଉପରେ ନିର୍ଭରଶୀଳତା କମିଛି। ୨୦୦୫-୦୬ ପରଠାରୁ ରାଜ୍ୟ କ୍ରମାଗତ ରାଜସ୍ବ ବଳକା ହାସଲ କରୁଛି। ରାଜ୍ୟରେ ମେଡିକାଲ କଲେଜ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି ।

କାହାକୁ କେତେ ବ୍ୟୟବରାଦ:
-ବିପର୍ଯ୍ୟୟ ମୁକାବିଲା ପାଇଁ ୩,୨୦୦ କୋଟି ଟଙ୍କା ବ୍ୟୟ ବରାଦ
-ସ୍ବାସ୍ଥ୍ୟ କ୍ଷେତ୍ରରେ ଖର୍ଚ୍ଚ ନିମନ୍ତେ ୧୨,୨୦୦ କୋଟି ଟଙ୍କା ବ୍ୟୟବରାଦ
– ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ହସ୍ପିଟାଲକୁ ପୈଠକ ପାଇଁ ୧୮୬୪ କୋଟି ଟଙ୍କା
-ମିଶନଶକ୍ତି ପାଇଁ ୨ହଜାର କୋଟି ଟଙ୍କାର ବ୍ୟୟ ବରାଦ
-ଜାତୀୟ ଗ୍ରାମୀଣ ଜୀବିକା ମିଶନ ପାଇଁ ୧୦୩୯ କୋଟି ଟଙ୍କା ବ୍ୟୟବରାଦ
-ଏସ୍‌ଏଚ୍‌ଜି ଏବଂ ସେମାନଙ୍କ ମହାସଂଘ ପାଇଁ ୭୭୩ କୋଟି ଟଙ୍କା ବ୍ୟୟବରାଦ
-ମିଶନ ଶକ୍ତି ଗୃହ ନିର୍ମାଣ ଲାଗି ୧୭୬ କୋଟି ଟଙ୍କା ବ୍ୟୟବରାଦ
-ଶିକ୍ଷା ବିଭାଗ ପାଇଁ ୨୬,୪୯୨ କୋଟି ଟଙ୍କା ବ୍ୟୟ ବରାଦ
– କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଯୋଜନା ପାଇଁ ୨୦,୩୪୪କୋଟି
– କାଳିଆ ଯୋଜନା ପାଇଁ ୧,୮୭୪କୋଟି
-ସାର ଓ ବିହନ ପାଇଁ ସୁଧମୁକ୍ତ ରଣ ବାବଦକୁ ୧୦୦ କୋଟି ଟଙ୍କା
-ଶସ୍ୟ ଉତ୍ପାଦନ ପରିଚାଳନା ବାବଦକୁ ୬୮୮କୋଟି ଟଙ୍କା
-ଉଦ୍ୟାନ କୃଷି ବିକାଶ ଯୋଜନା ପାଇଁ ୧୫୭କୋଟି ଟଙ୍କା
– ଓୟୁଏଟିରେ ଗବେଷଣା ଓ ଶିକ୍ଷା ପାଇଁ ୧୦୬ କୋଟି ଟଙ୍କା
– ପଶୁ ସମ୍ପଦର ସ୍ବାସ୍ଥ୍ୟ ଏବଂ ରୋଗ ନିୟନ୍ତ୍ରଣ ପାଇଁ ୨୭୩କୋଟି ଟଙ୍କା
– ସଘନ ଓ ଆଭ୍ୟନ୍ତରୀଣ ମତ୍ସ୍ୟଚାଷ ବିକାଶ ପାଇଁ ୧୮୨କୋଟି ଟଙ୍କା
-କୁକୁଡା ଚାଷ ପାଇଁ ୮୭କୋଟି ଟଙ୍କା
-ଦୁଗ୍ଧ ଉତ୍ପାଦନ ବୃଦ୍ଧି ଲାଗି ୩୧କୋଟି ଟଙ୍କା
– କୃଷକଙ୍କୁ ସୁଧ ରିହାତି ବାବଦକୁ ୨୦୧କୋଟି ଟଙ୍କା
– ଫସଲ ବୀମା ପ୍ରିମିୟମ ସବସିଡି ବାବଦକୁ ୧୦୦କୋଟି ଟଙ୍କା
-ସମବାୟ ବ୍ୟାଙ୍କଗୁଡ଼ିକୁ ଅଂଶଧନ ସହାୟତା ପାଇଁ ୧୫୦କୋଟି ଟଙ୍କା
– ଜଳସେଚନ କ୍ଷେତ୍ରରେ ବିଭିନ୍ନ ଯୋଜନା ପାଇଁ ୫୫୨୩ କୋଟି ଟଙ୍କା ବ୍ୟୟ ବରାଦ


Enter your email to get our daily news in your inbox.

All Right Reserved By Dharitri.Com

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?