Odisha Budget: ମତ୍ସ୍ୟ, ପଶୁପାଳନ ପାଇଁ ୧୯୦୯ କୋଟି ବଜେଟରେ ଘୋଷଣା

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ମତ୍ସ୍ୟ, ଏବଂ ପଶୁପାଳନକୁ ଗୁରୁତ୍ୱ ଦିଆଯାଇଛି। ଏନେଇ ରାଜ୍ୟ ସରକାର ମତ୍ସ୍ୟ, ପଶୁପାଳନ ପାଇଁ ବଜେଟରେ ୧୯୦୯ କୋଟି ଟଙ୍କା ବୟବରାଦ କରିଛନ୍ତି।

ଏଥିସହ ଦୁଗ୍ଧ ଉତ୍ପାଦନ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛନ୍ତି। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୧୪୬ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏପରିକି ଗୋମାତା ଯୋଜନା ପାଇଁ ୪୬ କୋଟି ରଖାଯାଇଛି । ଏହାଦ୍ୱାରା ରାଜ୍ୟ ମତ୍ସ୍ୟ ଏବଂ ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ଆତ୍ମନିିର୍ଭରଶୀଳ ହେବା ନେଇ ଲକ୍ଷ୍ୟ ରଖାଯାଇଛି।

କୃଷି ପାଇଁ ଏଥର ବଜେଟରେ ୩୭,୮୦୦ କୋଟି ବ୍ୟୟ ଅଟକଳ କରାଯାଇଛି। ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ। ସେହିପରି ସିଏମ୍‌ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି କରାଯାଇଛି। ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି। ମିଲେଟ ଶ୍ରୀଅନ୍ନ ଯୋଜନା ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି। ମିଲେଟ ପାଇଁ ଏମ୍‌ଏସ୍‌ପି ୪୨୯୦ ଟଙ୍କା ବାଦ ଅଧିକ ୨ ଶହ ଟଙ୍କା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri