ଏକୀକରଣ ହେଲା ‘ମମତା’, ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା; ଏଣିକି ମିଳିବ ଅଧିକ ଟଙ୍କା

ଭୁବନେଶ୍ୱର,୧୪।୫: ଓଡ଼ିଶା ରାଜ୍ୟ ମନ୍ତ୍ରୀମଣ୍ଡଳୀ ରାଜ୍ୟର ‘ମମତା’ ଯୋଜନାକୁ କେନ୍ଦ୍ର ସରକାରଙ୍କ ‘ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା (PMMVY)’ ସହିତ ସମନ୍ୱିତ ଭାବେ ‘ମମତା-PMMVY’ ନାମରେ କୋ-ବ୍ରାଣ୍ଡିଂ ମାଧ୍ୟମରେ କାର୍ଯ୍ୟକାରୀ କରିବାକୁ ଅନୁମୋଦନ ପ୍ରଦାନ କରିଛି। ନିମ୍ନରେ ଏହି ଯୋଜନାର ମୁଖ୍ୟ ବିଷୟଗୁଡ଼ିକ ଉଲ୍ଲେଖ କରାଯାଇଛି:

ମମତା ଓ PMMVYର ସମନ୍ୱୟ: ରାଜ୍ୟ ମନ୍ତ୍ରୀମଣ୍ଡଳୀ ନିଷ୍ପତ୍ତି ନେଇଛି ଯେ ‘ମମତା’ ଏବଂ ‘ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା’କୁ ୧ ଏପ୍ରିଲ ୨୦୨୫ରୁ ମିଳିତ ଭାବେ ‘ମମତା-PMMVY’ ନାମରେ କାର୍ଯ୍ୟକାରୀ କରାଯିବ।

ଝିଅ ସନ୍ତାନ ଜନ୍ମ ପାଇଁ ଅଧିକ ସହାୟତା: ପୂର୍ବରୁ ‘ମମତା’ ଯୋଜନା ଅଧୀନରେ ଝିଅ ସନ୍ତାନ ଜନ୍ମ ପାଇଁ ହିତାଧିକାରୀଙ୍କୁ ୧୦,୦୦୦ ଟଙ୍କା ମିଳୁଥିଲା। ଏବେ ‘ମମତା-PMMVY’ ଅଧୀନରେ ଏହା ବୃଦ୍ଧି କରି ୧୨,୦୦୦ ଟଙ୍କା କରାଯାଇଛି।

ପୁଅ ସନ୍ତାନ ଜନ୍ମ ପାଇଁ ସହାୟତା: ‘ମମତା-PMMVY’ ଅଧୀନରେ ପୁଅ ସନ୍ତାନ ଜନ୍ମ ପାଇଁ ହିତାଧିକାରୀଙ୍କୁ ୧୦,୦୦୦ ଟଙ୍କା ପ୍ରଦାନ କରାଯିବ।

PVTG ସମ୍ପ୍ରଦାୟ ପାଇଁ ସ୍ୱତନ୍ତ୍ର ସହାୟତା: ଅତ୍ୟନ୍ତ ପଛୁଆ ଜନଜାତି (PVTG) ସମ୍ପ୍ରଦାୟର ମହିଳାମାନଙ୍କୁ ସମସ୍ତ ଜୀବନ୍ତ ଜନ୍ମ ପାଇଁ ଝିଅ ସନ୍ତାନ ଜନ୍ମ ହେଲେ ୧୨,୦୦୦ ଟଙ୍କା ଏବଂ ପୁଅ ସନ୍ତାନ ଜନ୍ମ ହେଲେ ୧୦,୦୦୦ ଟଙ୍କା ପ୍ରଦାନ କରାଯିବ।

ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ ବୃଦ୍ଧିପ୍ରାପ୍ତ ପ୍ରୋତ୍ସାହନ: ପୂର୍ବରୁ ଅଙ୍ଗନବାଡ଼ି କର୍ମୀ (AWW) ଏବଂ ଅଙ୍ଗନବାଡ଼ି ସହାୟିକା (AWH) ମାନେ ପ୍ରୋତ୍ସାହନ ରାଶି ଭାବେ ଯଥାକ୍ରମେ ୨୦୦ ଟଙ୍କା ଏବଂ ୧୦୦ ଟଙ୍କା ପାଉଥିଲେ। ‘ମମତା-PMMVY’ ଅଧୀନରେ ଏବେ ଏହା ବୃଦ୍ଧି କରି AWW ପାଇଁ ୨୫୦ ଟଙ୍କା ଏବଂ AWH ପାଇଁ ୧୫୦ ଟଙ୍କା କରାଯାଇଛି।

ଯୋଗ୍ୟତା ମାନଦଣ୍ଡ: ଭାରତ ସରକାରଙ୍କ PMMVY ଯୋଜନାର ଯୋଗ୍ୟତା ମାନଦଣ୍ଡ ‘ମମତା-PMMVY’ ଯୋଜନା ପାଇଁ ମଧ୍ୟ ପ୍ରଯୁଜ୍ୟ ହେବ।

ଆଗାମୀ ପାଞ୍ଚ ବର୍ଷର ଖର୍ଚ୍ଚ: ‘ମମତା-PMMVY’ ଯୋଜନା ପାଇଁ ଆଗାମୀ ପାଞ୍ଚ ବର୍ଷରେ ପ୍ରାୟ ୨,୬୭୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?