ଓଡ଼ିଶାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା: ଦିଲ୍ଲୀରେ ଆଶାୟୀ ତାଲିକା ଫାଇନାଲ!

ଭୁବନେଶ୍ୱର,୧୨।୭: ଓଡ଼ିଶା ରାଜ୍ୟ ସରକାରର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ଚର୍ଚ୍ଚା ଜୋର ଧରିଛି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଘୋଷଣା କରିଛନ୍ତି ଯେ, ଖୁବ ଶୀଘ୍ର ମନ୍ତ୍ରୀମଣ୍ଡଳରେ ନୂଆ ମୁହଁ ସାମିଲ ହେବେ। ଏହାରି ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଯାହାକୁ ନେଇ ଚର୍ଚ୍ଚା ଆହୁରି ବଢିଯାଇଛି। ଓଡ଼ିଶାରେ ନୂଆ ମନ୍ତ୍ରୀମଣ୍ଡଳ ଚର୍ଚ୍ଚା ରାଜ୍ୟ ରାଜନୀତିକୁ ସରଗରମ କରିଥିବେଳେ କୁହାଯାଉଛି ତାଲିକାରେ ମୋହର ମାରିବାକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଚାଲିଥିବା ଭାଜପା ସରକାର ପ୍ରଥମ ଥର ପାଇଁ ଓଡ଼ିଶାରେ ଗଠନ ହେବା ପରେ ଏହି ସମ୍ପ୍ରସାରଣ ରାଜ୍ୟ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ। ନୂଆ ମନ୍ତ୍ରୀମାନଙ୍କ ତାଲିକା ନେଇ ଭାଜପା ନେତୃତ୍ୱ ମଧ୍ୟରେ କେନ୍ଦ୍ରୀୟ ନେତାମାନଙ୍କ ସହ ଆଲୋଚନା ସରିଥିବା ସୂଚନା ମିଳିଛି।ଏହି ସମ୍ପ୍ରସାରଣରେ ଅନେକ ନୂଆ ମୁହଁଙ୍କୁ ସୁଯୋଗ ମିଳିପାରେ ବୋଲି ଆଶା କରାଯାଉଛି। ନୂଆ ମନ୍ତ୍ରୀମାନଙ୍କ ଚୟନ ନେଇ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପ୍ରତିନିଧିତ୍ୱ ଓ ଅଭିଜ୍ଞତାକୁ ଗୁରୁତ୍ୱ ଦିଆଯିବ ବୋଲି ଚର୍ଚ୍ଚା ହେଉଛି। ଏହି ସମ୍ପ୍ରସାରଣ ନେଇ ରାଜନୈତିକ ମହଲରେ ଉତ୍ସାହ ଦେଖାଦେଇଛି। ଆଗାମୀ ଦିନରେ କେଉଁ ନେତାମାନେ ମନ୍ତ୍ରୀ ପଦ ପାଇବେ ଓ କେଉଁ ବିଭାଗର ଦାୟିତ୍ୱ ନେବେ, ତାହା ଉପରେ ସମସ୍ତଙ୍କ ନଜର ରହିଛି।

ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଚର୍ଚ୍ଚା ବଢ଼ିବା ପରେ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ମନ୍ତ୍ରୀ ହେବା ନେଇ ଆଶାୟୀ ନେତାମାନେ କ୍ଷମତା କେନ୍ଦ୍ରରେ ଲବି ଚଳାଇଛନ୍ତି। ଏସବୁ ଭିତରେ କିଛି ନେତାଙ୍କ ନାଁକୁ ନେଇ ଦଳୀୟ ଶିବିରରେ ଚର୍ଚ୍ଚା ଚାଲିଛି। ଆସନ୍ତୁ ଜାଣିବା ମନ୍ତ୍ରିମଣ୍ଡଳ ସଂପ୍ରସାରଣରେ କେଉଁ ସମ୍ଭାବ୍ୟ ନେତାଙ୍କ ନାଁ ସାମିଲ ହୋଇପାରେ। ଆଶାୟୀ ତାଲିକାରେ ରହିଛି ଭାଜପାର ବରିଷ୍ଠ ନେତା ଜୟନାରାୟଣ ମିଶ୍ରଙ୍କ ନାଁ । ସମ୍ବଲପୁର ବିଧାନସଭା କ୍ଷେତ୍ରରୁ ଭାଜପା ଟିକେଟରେ ତିନି ତିନି ଥର ବିଧାୟକ ରହିଆସିଛନ୍ତି। ବରିଷ୍ଠତା ଓ ଅଭିଜ୍ଞତା ଦୃଷ୍ଟିରୁ ଜୟନାରାୟଣଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିପାରେ ବୋଲି ଚର୍ଚ୍ଚା ହେଉଛି ।

ଅମର ନାୟକ। ଯାଜପୁର ଜିଲ୍ଲା ବଡ଼ଚଣା ବିଧାନସଭା ଆସନରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଛନ୍ତି ଅମର। ଯାଜପୁର ଜିଲ୍ଲାରେ ଭାଜପାର ସାଂଗଠନିକ ଶକ୍ତି ବୃଦ୍ଧି କ୍ଷେତ୍ରରେ ପ୍ରମୁଖ ଭୂମିକା ତୁଲାଉଥିବା ଏହି ଯୁବ ଚେହେରାକୁ ମନ୍ତ୍ରିମଣ୍ଡଳରେ ନିଆଯାଇପାରେ ।  ମୟୂରଭଞ୍ଜ ଜିଲ୍ଲାରୁ ସଂଜଳି ମୁର୍ମୁଙ୍କ ନାଁକୁ ନେଇ ଚର୍ଚ୍ଚା। କୁହାଯାଉଛି ମନ୍ତ୍ରିମଣ୍ଡଳରେ ଜଣେ ମହିଳା ମନ୍ତ୍ରୀ ଥିବାରୁ ଆଉ ଜଣେ ମହିଳାଙ୍କୁ ସାମିଲ କରି ବଡ଼ ବାର୍ତ୍ତା ଦେଇପାରେ ଭାଜପା। ଏଭଳି ସ୍ଥିତିରେ ସଂଜଳି ମୁର୍ମୁଙ୍କୁ କ୍ୟାବିନେଟରେ ସ୍ଥାନ ଦେଇ ଉଭୟ ମହିଳା ଓ ଆଦିବାସୀ କାର୍ଡ ଖେଳିପାରେ ଭାଜପା।

ଗଞ୍ଜାମ ଜିଲ୍ଲାରୁ ଆସ୍କା ବିଧାୟକ ବିଧାୟକ ସରୋଜ ପାଢୀ ଓ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ନାଁକୁ ନେଇ ମଧ୍ୟ ଚର୍ଚ୍ଚା। ରାଜ୍ୟରେ ସରକାର ଗଢିବାରେ ଗଞ୍ଜାମରୁ ୧୧ ବିଧାୟକଙ୍କ ପ୍ରମୁଖ ଭାଗିଦାରୀ ରହିଛି। ଏହି ଦୁଇ ନେତା ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ ମଧ୍ୟ ବିଜେଡି ଗଡକୁ ଧରାଶାୟୀ କରିଥିବାରୁ ଏମାନଙ୍କୁ ମନ୍ତ୍ରୀ ପଦ ଦିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି । ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂଙ୍କ ନେତା ମଧ୍ୟ ମନ୍ତ୍ରୀ ପଦ ପାଇଁ ରେସରେ ରହିଥିବା କୁହାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?