ମୋହନଙ୍କ ଟ୍ବିିଟ ପଛର ରହସ୍ୟ, ଜଣାପଡିଲା ଫାଇଲ୍‌ର ସତ!

ଭୁବନେଶ୍ୱର,୧୩।୭: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ହାତରେ ସେ ଏକ ଧଳା ଫାଇଲ୍‌ ଧରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟ ପରେ ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହା ରାଜ୍ୟ ରାଜନୀତିକୁ ଆହୁରି ସରଗରମ କରିଛି। ଫଟୋ ସହ ମୁଖ୍ୟମନ୍ତ୍ରୀ ଏକ ଟ୍ବିଟ୍‌ ମଧ୍ୟ କରିଛନ୍ତି। ଯେଉଁଥିରେ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଓଡ଼ିଶାର ବିକାଶ ଯାତ୍ରାରେ ତାଙ୍କର ଅତୁଟ ପ୍ରେରଣା ଓ ସମର୍ଥନ ପାଇଁ ଗଭୀର କୃତଜ୍ଞତା ଜଣାଉଛି। ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ ସମୃଦ୍ଧ ଓଡ଼ିଶା, ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ ।

ତେବେ ଏହା ପୂର୍ବରୁ ମଧ୍ୟ ଓଡ଼ିଶାର ଭାଜପା ସରକାରର ପ୍ରଥମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଆସିଥିଲେ। ସେହି ସମୟରେ ମଧ୍ୟ ଭାଜପା କାର୍ଯ୍ୟାଳୟରେ ବଡ଼ ମିଟିଂ ହୋଇଥିଲା। କିନ୍ତୁ ମାସେ ନ ପୁରୁଣୁ ଦିଲ୍ଲୀ ଯାଇ ମୋଦିଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ରାଜନୀତିରେ ଚର୍ଚ୍ଚାକୁ ଉଷ୍ଣ କରୁଛି । ରାଜନୈତିକ ବିଶେଷଜ୍ଞଙ୍କ ମତରେ ଏହି ସାକ୍ଷାତକାରରେ ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ଓ ନିଗମ ବୋର୍ଡ ଅଧ୍ୟକ୍ଷ ଚୟନ ନେଇ ଆଲୋଚନା ହୋଇଛି। ସେହି ସମୟରେ ଫଟୋରେ ମଧ୍ୟ ଦେଖାଯାଇଛି କି ମୋହନଙ୍କ ହାତରେ ଏକ ଏକ ଫାଇଲ ମଧ୍ୟ ଥିଲା।

ଭାଜପା ସରକାରକୁ ୧୩ ମାସ ପୂରିଛି । ଏବେ ବି ଅଧା ହୋଇ ପଡିଛି ମନ୍ତ୍ରୀମଣ୍ଡଳ । ସଭାପତି ଚୟନ ପରେ ଖାଲି ପଡିଥିବା ୬ଟି ମନ୍ତ୍ରୀ ପଦ ପୂରଣ ପାଇଁ କସରତ ଆରମ୍ଭ ହୋଇଛି। ଏନେଇ ରାଜ୍ୟ ସଭାପତି ମନମୋହନ ସାମଲ ସଂକେତ ଦେବା ପରେ ଚର୍ଚ୍ଚାକୁ ଖୋରାକ୍ ଯୋଗାଇଛି ମୋହନ ମାଝୀ ଓ ମନମୋହନଙ୍କ ଦିଲ୍ଲୀ ଗସ୍ତ। କୁହାଯାଉଛି ଦିଲ୍ଲୀରେ ମନ୍ତ୍ରୀମଣ୍ଡଳର ଚୂଡାନ୍ତ ତାଲିକା ସରିଛି। ଖୁବଶୀଘ୍ର ଘୋଷଣା ହୋଇପାରେ ନାଁ । ଏହାକୁ ନେଇ ଆଶାୟୀ ବିଧାୟକ ଓ ନେତାଙ୍କ ଛାତି ଧଡଧଡ ହେଲାଣି।

ଓଡ଼ିଶାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା: ଦିଲ୍ଲୀରେ ଆଶାୟୀ ତାଲିକା ଫାଇନାଲ!


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?