Posted inରାଜ୍ୟ

୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ: ଭୁବନେଶ୍ୱର ମେଟ୍ରୋ ରେଳ, ଆମ ହସ୍ପିଟାଲ ଯୋଜନାକୁ ଅନୁମୋଦନ

ଭୁବନେଶ୍ୱର, ୧୪।୧୧: ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୧ ଟି ବିଭାଗର ମୋଟ ୧୨ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଫେଜ୍-୧ ଡିପିଆର ଉପରେ ମୋହର ଲାଗିଥିବା ବେଳେ ସହରାଞ୍ଚଳରେ ବିଦ୍ୟୁତ ସେବା ପାଇଁ ନୂଆ ଯୋଜନା ଆରମ୍ଭ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିଭଳି ଆମ ହସ୍ପିଟାଲ ଯୋଜନାକୁ ମଞ୍ଜୁରୀ ମିଳିଛି।

ଏଣିକି ରାଜ୍ୟବାସୀଙ୍କୁ ମିଳିବ ଉତ୍ତମ ସ୍ବାସ୍ଥ୍ୟ ସେବା। ହସ୍ପିଟାଲକୁ ଆସୁଥିବା ରୋଗୀଙ୍କ ପରିଜନଙ୍କୁ ଆଉ ହଇରାଣ ହେବାକୁ ପଡିବ ନାହିଁ। ସେମାନଙ୍କ ପାଇଁ ଡାକ୍ତରଖାନାରେ ରହଣି ବ୍ୟବସ୍ଥା ହେବ । ଏଥିପାଇଁ ରାଜ୍ୟ ସରକାର ‘ଆମ ହସ୍ପିଟାଲ’ ନାମରେ ଏକ ନୂତନ ଯୋଜନା ଆଣିଛନ୍ତି। ଏହି ଯୋଜନାରେ ରାଜ୍ୟରେ ଥିବା ସମସ୍ତ ସରକାରୀ ହସ୍ପିଟାଲ ୫-ଟି ଅଧୀନରେ ରୂପାନ୍ତରୀକରଣ ହେବ । ରାଜ୍ୟର ସମସ୍ତ ୧୮୫୮ଟି ସରକାରୀ ଡାକ୍ତରଖାନା (ଡି.ଏଚ୍‌.ଏଚ୍‌., ଏସ.ଡ଼ି.ଏଚ., ସି.ଏଚ.ସି. ଓ ପି.ଏଚ.ସି.) ଆସନ୍ତା ୫ ବର୍ଷ ମଧ୍ୟରେ ପର୍ଯ୍ୟାୟକ୍ରମେ ରୂପାନ୍ତରୀକରଣ କରାଯିବ । ୨୦୨୩-୨୪ ରୁ ୨୦୨୭-୨୮ ପାଇଁ ଏହି ଯୋଜନା ନିମନ୍ତେ ୩୩୮୮.୭୩ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଅଛି ।

କ୍ୟାବିନେଟ ବୈଠକ ଶେଷରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତିି ଯେ ଆମ ହସ୍ପିଟାଲ ଯୋଜନାରେ ପ୍ରଥମ ବର୍ଷରେ, ୧୪୯ଟି ସରକାରୀ ଡାକ୍ତରଖାନାଗୁଡିକୁ ସୁଦୃଢ଼ୀକରଣ କରାଯିବ। ରାଜ୍ୟରେ ଲୋକମାନଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ପ୍ରଦାନ ନିମନ୍ତେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଏହି କ୍ରମରେ ସ୍ବାସ୍ଥ୍ୟ ସେବା ବ୍ୟବସ୍ଥା ଓ ଆନୁଷଙ୍ଗୀକ ଭିତ୍ତିଭୂମୀର ବିକାଶ ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି । ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟ ସେବା ପ୍ରଦାନ ନିମନ୍ତେ ଆବଶ୍ୟକ ପରିବର୍ତ୍ତନ ପାଇଁ ରୋଗୀଙ୍କର ମତାମତ ସଂଗ୍ରହକୁ ମୋ-ସରକାର ମାଧ୍ୟମରେ ସର୍ବାଧିକ ଗୁରୁତ୍ତ୍ୱ ପ୍ରଦାନ କରାଯାଇଛି । ଏହି ଯୋଜନାରେ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌), ଜିଲା ଉପଖଣ୍ଡ ଚିକିତ୍ସାଳୟ (ଏସ୍‌.ଡ଼ି.ଏଚ.), ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (ସି.ଏଚ.ସି.) ଏବଂ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପି.ଏଚ.ସି.) ସ୍ତରରେ ଥିବା ସମସ୍ତ ସରକାରୀ ଡାକ୍ତରଖାନାଗୁଡିକୁ ପର୍ଯ୍ୟାୟକ୍ରମେ ରୂପାନ୍ତରଣ କରାଯିବ । ଏଥନିମନ୍ତେ ଆବଶ୍ୟକ ମାନବ ସମ୍ବଳ ଓ ଭିତ୍ତିଭୂମୀ କ୍ଷେତ୍ରରେ ରହିଥିବା ଗୁରୁତ୍ତ୍ୱପୂର୍ଣ୍ଣ ଆବଶ୍ୟକତା ପୂରଣ ପାଇଁ ଅଧିକ ଅର୍ଥ ବିନିଯୋଗର ବ୍ୟବସ୍ଥା କରାଯାଇଛି ।

ସେହିପରି ବହୁ ପ୍ରତିକ୍ଷୀତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଆଉ ପାଦେ ଆଗେଇଛି। ପ୍ରଥମ ପର୍ଯ୍ୟାୟ ଭୁବନେଶ୍ବର ବିମାନ ବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ନିର୍ମାଣ ପ୍ରକଳ୍ପ ତ୍ପାଇଁ କରାଯାଇଥିବା ୫୯୨୯.୩୮ କୋଟିର ବ୍ୟୟ ଅଟକଳକୁ କ୍ୟାବିନେଟ ଅନୁମୋଦନ ମିଳିଛି । ଏହି କାର୍ଯ୍ୟ କୁ ଭୁବନେଶ୍‌ର ମେଟ୍ରୋ ରେଳ ନିଗମ ତତ୍ତ୍ବାବଧାନରେ ଦିଲ୍ଲୀ ମେଟ୍ରୋ ରେଳ ନିଗମ ଦ୍ବାରା ନିର୍ମାଣ କରିବାକୁ ନିଷ୍ପତ୍ତି ନିଆ ଯାଇଛି। ଏଥିପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମର ଦେୟ ୩୨୬.୫୬ କୋଟି ଧାର୍ଯ୍ୟ କରାଯାଇଛି।
ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଭୁବନେଶ୍ୱର ବିମାନ ବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କରାଯିବ। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମ କୁ (ଟର୍ନ-କି-କନସଲଟାଣ୍ଟ) ଭାବରେ ନିଯୁକ୍ତି କରାଯାଇଛି। ରାଜଧାନୀ ଅଞ୍ଚଳର ଭିତ୍ତିଭୂମିର ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୨୩ ଏପ୍ରିଲ ୧ ତାରିଖରେ ୫-ଟି ପଦକ୍ଷେପ ଅଧୀନରେ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।

ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ନିମନ୍ତେ ମୋଟ ୫୯୨୯.୩୮ କୋଟିର ବ୍ୟୟ ଅଟକଳ କରାଯାଇଛି । ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକୁ ଆସନ୍ତା ୪ ବର୍ଷ ମଧ୍ୟରେ ଶେଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଭୁବନେଶ୍ବର ବିମାନ ବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ୨୬ କିମି ବ୍ୟାପୀ ଏହି ମେଟ୍ରୋରେଳ ପ୍ରକଳ୍ପରେ କ୍ୟାପିଟାଲ ହସପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ମୋଟ ୨୦ ଟି ମେଟ୍ରୋ ରେଳ ଷ୍ଟେସନ ର୍ନିମାଣ କରାଯିବ । ଏଲିଭେଟେଡ ଭାୟାଡକ୍ଟ ଉପରେ ସମସ୍ତ ମେଟ୍ରୋ ଧାରଣା ଓ ଷ୍ଟେସନ ରହିବ । ଅତ୍ୟାଧୁନିକ ରେଳ କୋଚର ବ୍ୟବହାର କରାଯିବ । ଅତ୍ୟାଧୁନିକ ଟିକେଟ ବ୍ୟବସ୍ଥା ଏବଂ ସିଗ୍ନାଲ ବ୍ୟବହାର କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri