Posted inରାଜ୍ୟ

୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ: ଭୁବନେଶ୍ୱର ମେଟ୍ରୋ ରେଳ, ଆମ ହସ୍ପିଟାଲ ଯୋଜନାକୁ ଅନୁମୋଦନ

ଭୁବନେଶ୍ୱର, ୧୪।୧୧: ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୧ ଟି ବିଭାଗର ମୋଟ ୧୨ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଫେଜ୍-୧ ଡିପିଆର ଉପରେ ମୋହର ଲାଗିଥିବା ବେଳେ ସହରାଞ୍ଚଳରେ ବିଦ୍ୟୁତ ସେବା ପାଇଁ ନୂଆ ଯୋଜନା ଆରମ୍ଭ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିଭଳି ଆମ ହସ୍ପିଟାଲ ଯୋଜନାକୁ ମଞ୍ଜୁରୀ ମିଳିଛି।

ଏଣିକି ରାଜ୍ୟବାସୀଙ୍କୁ ମିଳିବ ଉତ୍ତମ ସ୍ବାସ୍ଥ୍ୟ ସେବା। ହସ୍ପିଟାଲକୁ ଆସୁଥିବା ରୋଗୀଙ୍କ ପରିଜନଙ୍କୁ ଆଉ ହଇରାଣ ହେବାକୁ ପଡିବ ନାହିଁ। ସେମାନଙ୍କ ପାଇଁ ଡାକ୍ତରଖାନାରେ ରହଣି ବ୍ୟବସ୍ଥା ହେବ । ଏଥିପାଇଁ ରାଜ୍ୟ ସରକାର ‘ଆମ ହସ୍ପିଟାଲ’ ନାମରେ ଏକ ନୂତନ ଯୋଜନା ଆଣିଛନ୍ତି। ଏହି ଯୋଜନାରେ ରାଜ୍ୟରେ ଥିବା ସମସ୍ତ ସରକାରୀ ହସ୍ପିଟାଲ ୫-ଟି ଅଧୀନରେ ରୂପାନ୍ତରୀକରଣ ହେବ । ରାଜ୍ୟର ସମସ୍ତ ୧୮୫୮ଟି ସରକାରୀ ଡାକ୍ତରଖାନା (ଡି.ଏଚ୍‌.ଏଚ୍‌., ଏସ.ଡ଼ି.ଏଚ., ସି.ଏଚ.ସି. ଓ ପି.ଏଚ.ସି.) ଆସନ୍ତା ୫ ବର୍ଷ ମଧ୍ୟରେ ପର୍ଯ୍ୟାୟକ୍ରମେ ରୂପାନ୍ତରୀକରଣ କରାଯିବ । ୨୦୨୩-୨୪ ରୁ ୨୦୨୭-୨୮ ପାଇଁ ଏହି ଯୋଜନା ନିମନ୍ତେ ୩୩୮୮.୭୩ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଅଛି ।

କ୍ୟାବିନେଟ ବୈଠକ ଶେଷରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତିି ଯେ ଆମ ହସ୍ପିଟାଲ ଯୋଜନାରେ ପ୍ରଥମ ବର୍ଷରେ, ୧୪୯ଟି ସରକାରୀ ଡାକ୍ତରଖାନାଗୁଡିକୁ ସୁଦୃଢ଼ୀକରଣ କରାଯିବ। ରାଜ୍ୟରେ ଲୋକମାନଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ପ୍ରଦାନ ନିମନ୍ତେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଏହି କ୍ରମରେ ସ୍ବାସ୍ଥ୍ୟ ସେବା ବ୍ୟବସ୍ଥା ଓ ଆନୁଷଙ୍ଗୀକ ଭିତ୍ତିଭୂମୀର ବିକାଶ ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି । ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟ ସେବା ପ୍ରଦାନ ନିମନ୍ତେ ଆବଶ୍ୟକ ପରିବର୍ତ୍ତନ ପାଇଁ ରୋଗୀଙ୍କର ମତାମତ ସଂଗ୍ରହକୁ ମୋ-ସରକାର ମାଧ୍ୟମରେ ସର୍ବାଧିକ ଗୁରୁତ୍ତ୍ୱ ପ୍ରଦାନ କରାଯାଇଛି । ଏହି ଯୋଜନାରେ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌), ଜିଲା ଉପଖଣ୍ଡ ଚିକିତ୍ସାଳୟ (ଏସ୍‌.ଡ଼ି.ଏଚ.), ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (ସି.ଏଚ.ସି.) ଏବଂ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପି.ଏଚ.ସି.) ସ୍ତରରେ ଥିବା ସମସ୍ତ ସରକାରୀ ଡାକ୍ତରଖାନାଗୁଡିକୁ ପର୍ଯ୍ୟାୟକ୍ରମେ ରୂପାନ୍ତରଣ କରାଯିବ । ଏଥନିମନ୍ତେ ଆବଶ୍ୟକ ମାନବ ସମ୍ବଳ ଓ ଭିତ୍ତିଭୂମୀ କ୍ଷେତ୍ରରେ ରହିଥିବା ଗୁରୁତ୍ତ୍ୱପୂର୍ଣ୍ଣ ଆବଶ୍ୟକତା ପୂରଣ ପାଇଁ ଅଧିକ ଅର୍ଥ ବିନିଯୋଗର ବ୍ୟବସ୍ଥା କରାଯାଇଛି ।

ସେହିପରି ବହୁ ପ୍ରତିକ୍ଷୀତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଆଉ ପାଦେ ଆଗେଇଛି। ପ୍ରଥମ ପର୍ଯ୍ୟାୟ ଭୁବନେଶ୍ବର ବିମାନ ବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ନିର୍ମାଣ ପ୍ରକଳ୍ପ ତ୍ପାଇଁ କରାଯାଇଥିବା ୫୯୨୯.୩୮ କୋଟିର ବ୍ୟୟ ଅଟକଳକୁ କ୍ୟାବିନେଟ ଅନୁମୋଦନ ମିଳିଛି । ଏହି କାର୍ଯ୍ୟ କୁ ଭୁବନେଶ୍‌ର ମେଟ୍ରୋ ରେଳ ନିଗମ ତତ୍ତ୍ବାବଧାନରେ ଦିଲ୍ଲୀ ମେଟ୍ରୋ ରେଳ ନିଗମ ଦ୍ବାରା ନିର୍ମାଣ କରିବାକୁ ନିଷ୍ପତ୍ତି ନିଆ ଯାଇଛି। ଏଥିପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମର ଦେୟ ୩୨୬.୫୬ କୋଟି ଧାର୍ଯ୍ୟ କରାଯାଇଛି।
ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଭୁବନେଶ୍ୱର ବିମାନ ବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କରାଯିବ। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମ କୁ (ଟର୍ନ-କି-କନସଲଟାଣ୍ଟ) ଭାବରେ ନିଯୁକ୍ତି କରାଯାଇଛି। ରାଜଧାନୀ ଅଞ୍ଚଳର ଭିତ୍ତିଭୂମିର ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୨୩ ଏପ୍ରିଲ ୧ ତାରିଖରେ ୫-ଟି ପଦକ୍ଷେପ ଅଧୀନରେ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।

ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ନିମନ୍ତେ ମୋଟ ୫୯୨୯.୩୮ କୋଟିର ବ୍ୟୟ ଅଟକଳ କରାଯାଇଛି । ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକୁ ଆସନ୍ତା ୪ ବର୍ଷ ମଧ୍ୟରେ ଶେଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଭୁବନେଶ୍ବର ବିମାନ ବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ୨୬ କିମି ବ୍ୟାପୀ ଏହି ମେଟ୍ରୋରେଳ ପ୍ରକଳ୍ପରେ କ୍ୟାପିଟାଲ ହସପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ମୋଟ ୨୦ ଟି ମେଟ୍ରୋ ରେଳ ଷ୍ଟେସନ ର୍ନିମାଣ କରାଯିବ । ଏଲିଭେଟେଡ ଭାୟାଡକ୍ଟ ଉପରେ ସମସ୍ତ ମେଟ୍ରୋ ଧାରଣା ଓ ଷ୍ଟେସନ ରହିବ । ଅତ୍ୟାଧୁନିକ ରେଳ କୋଚର ବ୍ୟବହାର କରାଯିବ । ଅତ୍ୟାଧୁନିକ ଟିକେଟ ବ୍ୟବସ୍ଥା ଏବଂ ସିଗ୍ନାଲ ବ୍ୟବହାର କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?