ଓଡ଼ିଶା ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହୋଇପାରିବ

ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ଜୈବ ବିବିଧତା ପାଇଁ ଓଡ଼ିଶା ଦେଶରେ ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହେବାର କ୍ଷମତା ରଖିଛି। ବନ୍ୟଜନ୍ତୁ ସଂରକ୍ଷଣ ସମେତ ଜୈବ ବିବିଧତାକୁ ସଶକ୍ତ କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପ୍ରଚେଷ୍ଟା ଯୋଗୁ ଓଡ଼ିଶାର ପର୍ଯ୍ୟଟନକୁ ବ୍ୟାପକ ଓ ବିକଶିତ କରିବାରେ ସହାୟକ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ଟୁଇଟ୍‌ କରି କେନ୍ଦ୍ରମନ୍ତ୍ରୀ ପ୍ରଧାନ ଦର୍ଶାଇଛନ୍ତି ଯେ, ଉଦ୍ଭିଦ ଓ ଜୀବଜନ୍ତୁଙ୍କ ସମ୍ଭାରରେ ପରିପୂର୍ଣ୍ଣ ଭାରତ ବିଶ୍ୱର ଜୈବ ବିବିଧତାର ପ୍ରାୟ ୭ରୁ ୮ ପ୍ରତିଶତ। ବନ୍ୟଜନ୍ତୁ ଓ ଜୈବ ବିବିଧତାର ସଂରକ୍ଷଣ, ପରିଚାଳନା ତଥା ସୁରକ୍ଷା ସମ୍ବନ୍ଧରେ ଭାରତ ବହୁ ଅନ୍ତର୍ଜାତୀୟ ସମ୍ମିଳନୀରେ ଚୁକ୍ତି ସ୍ବାକ୍ଷର କରିଛି। ଭାରତ ସରକାରଙ୍କ ବାଘ ପ୍ରକଳ୍ପ ସଫଳତା ପାଇଛି। ଦୁଇ ବର୍ଷ ମଧ୍ୟରେ ବାଘ ସଂଖ୍ୟାକୁ ଦୁଇଗୁଣା କରି ଭାରତ କୃତିତ୍ୱ ହାସଲ କରିପାରିଛି। ଭାରତ ସରକାର କ୍ରମାଗତ ଭାବେ ସନ୍ତସନ୍ତିଆ ଅଞ୍ଚଳ ଓ ବିଲୁପ୍ତପ୍ରାୟ ପ୍ରଜାତିଗୁଡ଼ିକର ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆସୁଛନ୍ତି। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଓଡ଼ିଶା ପୂର୍ବ ଭାରତର ଜୈବ ବିବିଧତା ହଟ୍‌ସ୍ପଟ୍‌ ମଧ୍ୟରୁ ଅନ୍ୟତମ। ଶିମିଳିପାଳ ଅଭୟାରଣ୍ୟ, ଗନ୍ଧମାର୍ଦ୍ଦନ ପର୍ବତ, ଚିଲିକା, ଭିତରକନିକା ଏବଂ ଦେଓମାଳି ପର୍ବତରେ ୨୭୦୦ରୁ ଅଧିକ ପ୍ରଜାତିର ପ୍ରାଣୀ ବାସ କରନ୍ତି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଡଲଫିନ୍‌ ପ୍ରକଳ୍ପ ଓଡ଼ିଶାର ଇରାୱାଡ଼ି ଡଲ୍‌ଫିନ ଏବଂ ଅଲିଭ୍‌ ରିଡଲେ କଇଁଛଙ୍କ ପାଇଁ ବରଦାନ ସଦୃଶ ହେବ। ଉତ୍ସର୍ଗୀକୃତ ବୃକ୍ଷରୋପଣ କାର୍ଯ୍ୟ ଯୋଗୁ ଓଡ଼ିଶାରେ ଜଙ୍ଗଲ ପରିମାଣ ବୃଦ୍ଧିପାଇଛି। ରାଜ୍ୟରେ ସବୁଜବଳୟ ବୃଦ୍ଧି ପାଇଁ କେନ୍ଦ୍ର ସରକାର ସମର୍ଥନ ଦେଇଛନ୍ତି। ଗତଥର କାମ୍ପା ପାଣ୍ଠି ଅଧୀନରେ ବୃକ୍ଷରୋପଣ କାର୍ଯ୍ୟକୁ ପ୍ରୋତ୍ସାହିତ କରିବା ଲାଗି କେନ୍ଦ୍ର ସରକାର ଓଡ଼ିଶାକୁ ୫୯୩୩.୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପରିବେଶକୁ କ୍ଷତି ନ ପହଞ୍ଚାଇ ସ୍ଥିର ବିକାଶ ଓ ଅଭିବୃଦ୍ଧିକୁ ସୁନିଶ୍ଚିତ କରିବା ଦିଗରେ ମୋଦି ସରକାର ବିଶ୍ୱାସ କରନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri