ଓଡ଼ିଶା ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହୋଇପାରିବ

ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ଜୈବ ବିବିଧତା ପାଇଁ ଓଡ଼ିଶା ଦେଶରେ ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହେବାର କ୍ଷମତା ରଖିଛି। ବନ୍ୟଜନ୍ତୁ ସଂରକ୍ଷଣ ସମେତ ଜୈବ ବିବିଧତାକୁ ସଶକ୍ତ କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପ୍ରଚେଷ୍ଟା ଯୋଗୁ ଓଡ଼ିଶାର ପର୍ଯ୍ୟଟନକୁ ବ୍ୟାପକ ଓ ବିକଶିତ କରିବାରେ ସହାୟକ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ଟୁଇଟ୍‌ କରି କେନ୍ଦ୍ରମନ୍ତ୍ରୀ ପ୍ରଧାନ ଦର୍ଶାଇଛନ୍ତି ଯେ, ଉଦ୍ଭିଦ ଓ ଜୀବଜନ୍ତୁଙ୍କ ସମ୍ଭାରରେ ପରିପୂର୍ଣ୍ଣ ଭାରତ ବିଶ୍ୱର ଜୈବ ବିବିଧତାର ପ୍ରାୟ ୭ରୁ ୮ ପ୍ରତିଶତ। ବନ୍ୟଜନ୍ତୁ ଓ ଜୈବ ବିବିଧତାର ସଂରକ୍ଷଣ, ପରିଚାଳନା ତଥା ସୁରକ୍ଷା ସମ୍ବନ୍ଧରେ ଭାରତ ବହୁ ଅନ୍ତର୍ଜାତୀୟ ସମ୍ମିଳନୀରେ ଚୁକ୍ତି ସ୍ବାକ୍ଷର କରିଛି। ଭାରତ ସରକାରଙ୍କ ବାଘ ପ୍ରକଳ୍ପ ସଫଳତା ପାଇଛି। ଦୁଇ ବର୍ଷ ମଧ୍ୟରେ ବାଘ ସଂଖ୍ୟାକୁ ଦୁଇଗୁଣା କରି ଭାରତ କୃତିତ୍ୱ ହାସଲ କରିପାରିଛି। ଭାରତ ସରକାର କ୍ରମାଗତ ଭାବେ ସନ୍ତସନ୍ତିଆ ଅଞ୍ଚଳ ଓ ବିଲୁପ୍ତପ୍ରାୟ ପ୍ରଜାତିଗୁଡ଼ିକର ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆସୁଛନ୍ତି। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଓଡ଼ିଶା ପୂର୍ବ ଭାରତର ଜୈବ ବିବିଧତା ହଟ୍‌ସ୍ପଟ୍‌ ମଧ୍ୟରୁ ଅନ୍ୟତମ। ଶିମିଳିପାଳ ଅଭୟାରଣ୍ୟ, ଗନ୍ଧମାର୍ଦ୍ଦନ ପର୍ବତ, ଚିଲିକା, ଭିତରକନିକା ଏବଂ ଦେଓମାଳି ପର୍ବତରେ ୨୭୦୦ରୁ ଅଧିକ ପ୍ରଜାତିର ପ୍ରାଣୀ ବାସ କରନ୍ତି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଡଲଫିନ୍‌ ପ୍ରକଳ୍ପ ଓଡ଼ିଶାର ଇରାୱାଡ଼ି ଡଲ୍‌ଫିନ ଏବଂ ଅଲିଭ୍‌ ରିଡଲେ କଇଁଛଙ୍କ ପାଇଁ ବରଦାନ ସଦୃଶ ହେବ। ଉତ୍ସର୍ଗୀକୃତ ବୃକ୍ଷରୋପଣ କାର୍ଯ୍ୟ ଯୋଗୁ ଓଡ଼ିଶାରେ ଜଙ୍ଗଲ ପରିମାଣ ବୃଦ୍ଧିପାଇଛି। ରାଜ୍ୟରେ ସବୁଜବଳୟ ବୃଦ୍ଧି ପାଇଁ କେନ୍ଦ୍ର ସରକାର ସମର୍ଥନ ଦେଇଛନ୍ତି। ଗତଥର କାମ୍ପା ପାଣ୍ଠି ଅଧୀନରେ ବୃକ୍ଷରୋପଣ କାର୍ଯ୍ୟକୁ ପ୍ରୋତ୍ସାହିତ କରିବା ଲାଗି କେନ୍ଦ୍ର ସରକାର ଓଡ଼ିଶାକୁ ୫୯୩୩.୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପରିବେଶକୁ କ୍ଷତି ନ ପହଞ୍ଚାଇ ସ୍ଥିର ବିକାଶ ଓ ଅଭିବୃଦ୍ଧିକୁ ସୁନିଶ୍ଚିତ କରିବା ଦିଗରେ ମୋଦି ସରକାର ବିଶ୍ୱାସ କରନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri