କାଲି ଫୋପାଡ଼ି ଥିଲେ ଟଙ୍କା: ଆଜି ବନ୍ଧାହେଲେ କୁବେର ଯନ୍ତ୍ରୀ

ଭୁବନେଶ୍ୱର,୩୧।୫: ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ କୁବେର RW ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଶୁକ୍ରବାର ତାଙ୍କ ଘରୁ ମିଳିଥିଲା ନଗଦ ୨.୫୬ କୋଟି ଟଙ୍କା ମିଳିଥିଲା।
ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ (ପ୍ଲାନ୍‌ ରୋଡ୍‌ସ) ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ନିର୍ଦ୍ଦେଶାଳୟ ପକ୍ଷରୁ ଶୁକ୍ରବାର ବୈକୁଣ୍ଠନାଥଙ୍କ ଅନୁଗୋଳ, ଭୁବନେଶ୍ୱର ଓ ପିପିଲି(ପୁରୀ)ର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଥିଲା ଏସବୁ ସ୍ଥାନ ମଧ୍ୟରେ ଭୁବନେଶ୍ୱରସ୍ଥିତ ଅଫିସ ଚାମ୍ବର ଓ ଅନୁଗୋଳ ଜିଲା ଲୋକେଇପଶି ଗ୍ରାମସ୍ଥିତ ପୈତୃକଘର, ଶିକ୍ଷକପଡାସ୍ଥିତ ସମ୍ପର୍କୀୟଙ୍କ ଘର ଆଦି ରହିଛି। ଯାଞ୍ଚରୁ ବୈକୁଣ୍ଠ ୧୫ କୋଟିରୁ ଅଧିକ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠୁଳ କରିଥିବା ସୂଚନା ମିଳିଥିଲା। ତେବେ ଭିଜିଲାନ୍ସ ଟିମ୍‌କୁ ଦେଖି ବୈକୁଣ୍ଠ ଭୁବନେଶ୍ୱର ଡୁମୁଡୁମାସ୍ଥିତ ଫ୍ଲାଟ୍‌ର ଝରକା ବାଟେ ବିଡ଼ା ବିଡ଼ା ୫୦୦ ଟଙ୍କିଆ ନୋଟ୍‌ (କୋଟିଏରୁ ଊଦ୍ଧର୍‌ବ) ଫିଙ୍ଗିଦେଇଥିଲେ, ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିସହ ଯନ୍ତ୍ରୀ ଦାମୀ ହାତଘଡି ସଉକ ରଖିଥିଲେ ବୋଲି ଜଣାପଡିଛି।

ଭିଜିଲାନ୍ସ ସୂଚନା ଅନୁଯାୟୀ, ବୈକୁଣ୍ଠଙ୍କର ଅନୁଗୋଳ କରଡ଼ାଗଡ଼ିଆରେ ୩୨୦୦ ବର୍ଗଫୁଟରେ ଦୁଇ ମହଲା କୋଠା, ମାଟିଆ ସାହିରେ ୧୦୦୦ ବର୍ଗଫୁଟର ଆଉ ଏକ ଦୁଇ ମହଲା କୋଠା, ଭୁବନେଶ୍ୱର ଡୁମୁଡୁମାରେ ଥିବା ଏକ ଆପାର୍ଟମେଣ୍ଟରେ ଫ୍ଲାଟ୍‌ ଏବଂ ପିପିଲିରେ ଆଉ ଏକ ଫ୍ଲାଟ ରହିଛି। ଭୁବନେଶ୍ୱର ଓ ଅନୁଗୋଳ ଉପକଣ୍ଠରେ ୭ଟି ଉଚ୍ଚମୂଲ୍ୟ ପ୍ଲଟ୍‌ ଠାବ ହୋଇଛି। ଏଥିସହ ଘରୁ ମୋଟ ନଗଦ ୨ କୋଟି ୫୬ ଲକ୍ଷ ୨୯ ହଜାର ୨୯୯ ଟଙ୍କା ମିଳିଛି। ଏଥିରୁ କରଡ଼ାଗଡ଼ିଆ ବାସଭବନରେ ଏକ ଛୋଟ କାର୍ଟୁନରେ ଥିବା ୩୦ଲକ୍ଷ ଟଙ୍କା ସମେତ ୧ କୋଟି ୩୪ ଲକ୍ଷ ୩୪ ହଜାର ୨୯୯ ଟଙ୍କା ଏବଂ ଭୁବନେଶ୍ୱର ଡୁମୁଡୁମାସ୍ଥିତ ଫ୍ଲାଟ୍‌ରୁ ୧ କୋଟି ୨୧ ଲକ୍ଷ ୯୫ ହଜାର ରହିଛି। ସେହିପରି ୧୧୪୧.୫ ଗ୍ରାମର ସୁନା ଅଳଙ୍କାର ଓ ୧୫ଟି ଦାମୀ ହାତଘଡି ମିଳିଥିଲା। ଯନ୍ତ୍ରୀଙ୍କ ବ୍ୟାଙ୍କ ଓ ଜୀବନବୀମା ଜମା ୧.୫ କୋଟି ରହିଥିବାବେଳେ ୧୫.୪୪ ଲକ୍ଷ ଟଙ୍କାର ଗୋଟିଏ କାର (ମାରୁତି ସ୍ବିଫ୍ଟ), ଗୋଟିଏ ଦୁଇଚକିଆ ଯାନ ଏବଂ ଘରୋଇ ସାମଗ୍ରୀ ଠାବ ହୋଇଛି। ଅନୁଗୋଳ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ହେଉଥିବା ଏହି ଯାଞ୍ଚରେ ଭିଜିଲାନ୍ସର ୮ ଡିଏସ୍‌ପି, ୧୨ ଇନ୍ସପେକ୍ଟର, ୬ ଏଏସ୍‌ଆଇ ଏବଂ ଅନ୍ୟ ସହକର୍ମଚାରୀ ସାମିଲ ଥିଲେ।

ବୈକୁଣ୍ଠ ୧୯୯୧ ସେପ୍ଟେମ୍ବର ୩୦ରେ ପଞ୍ଚାୟତିରାଜ ବିଭାଗରେ ଷ୍ଟାଇପେଣ୍ଡାରି ଇଞ୍ଜିନିୟର ଭାବେ ସରକାରୀ ଚାକିରି ଆରମ୍ଭ କରିଥିଲେ। ସେତେବେଳେ ତାଙ୍କ ମାସିକ ଦରମା ଥିଲା ୨ହଜାର ଟଙ୍କା। ପରେ ସେ ବିଭିନ୍ନ ପଦବୀକୁ ପଦୋନ୍ନତି ପାଇଥିଲେ। ୨୦୨୩ ଜାନୁଆରୀରେ ବୈକୁଣ୍ଠ ଅତିରିକ୍ତ ମୁଖ୍ୟଯନ୍ତ୍ରୀକୁ ପଦୋନ୍ନତି ପାଇଥିବା ବେଳେ ୨୦୨୫ ଜାନୁଆରୀରୁ ସେ ମୁଖ୍ୟଯନ୍ତ୍ରୀ ଭାବେ କାମ କରୁଥିଲେ। ମେ ୩୧ ଶନିବାର ସେ ଅବସର ଗ୍ରହଣ କରିଥାନ୍ତେ। ହେଲେ ଏହା ପୂର୍ବରୁ ବୈକୁଣ୍ଠ ଭିଜିଲାନ୍ସ ଜାଲରେ ଫସିଗଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri