Posted inରାଜ୍ୟ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୭।୬: ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ। ବୁଧବାର ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିଥିବା ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଭବନରେ ଦେଶର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତିନି ଦିନ ପାଇଁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ରାଷ୍ଟ୍ରପତିଙ୍କ ବ୍ୟତୀତ ସେ ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବେ।

ଏହା ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭଗର ମନ୍ତ୍ରୀ ମାନଙ୍କୁ ମଧ୍ୟ ଭେଟିବେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥ ମନ୍ତ୍ରୀ ନିର୍ମଳା ସିଥାରମଣ, ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରି, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ମନ୍ତ୍ରୀ ମାନଙ୍କ ସହିତ ଆହୁରି ଅନେକ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ରାଜ୍ୟ ସଭାରେ ଗୃହର ନେତା ଜଗତ ପ୍ରକାଶ ନଡ୍ଡା ଓ ଅନ୍ୟ ବରିଷ୍ଠ ନେତ୍ରୁ ବୃନ୍ଦଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି।

ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri