ଆଜି ବୈତରଣୀରେ ମକରବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୪/୧ (ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):କେନ୍ଦୁଝର ମାଟିର ସନ୍ତାନ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମକର ସଂକ୍ରାନ୍ତି ଅବସରରେ ୩ ଦିନିଆ କେନ୍ଦୁଝର ଗସ୍ତରେ ମଙ୍ଗଳବାରଠାରୁ ଆସୁଛନ୍ତି। ମକର ସଂକ୍ରାନ୍ତି ଅବସରରେ ସେ ବୈତରଣୀ ନଦୀରେ ମକର ବୁଡ ଦେବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ୯ଟା ୩୦ରେ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାରଷ୍ଟ୍ରିପ୍‌ରେ ଓହ୍ଲାଇବେ। ପୂର୍ବାହ୍ନ ୧୦ଟା ୪୦ରେ ପାଟଣାରେ ପହଞ୍ଚତ୍ ବୈତରଣୀ ନଦୀରେ ମକରବୁଡ଼ ଦେବେ। ସେଠାରେ କିଛି ସମୟ ରହଣି ପରେ ସର୍କିଟ ହାଉସ୍‌ରେ ପହଞ୍ଚତ୍ ଅପରାହ୍ନ ୪ଟାରେ ଝୁମ୍ପୁରାରେ ଏକ ପୋଲର ଶୁଭ ଉଦ୍‌ଘାଟନ କରିବେ। ସେଠାରୁ ରାଇକଳାସ୍ଥିତ ନିଜ ବାସଭବନକୁ ଯାଇ ରାତିରେ କେନ୍ଦୁଝର ଫେରି ସର୍କିଟ ହାଉସରେ ରାତ୍ରିଯାପନ କରିବେ। ବୁଧବାର ସ୍ଥାନୀୟ ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରେ ସାମାଜିକ ସୁରକ୍ଷା ପେନ୍‌ସନ୍‌ ଯୋଜନାର ଲୋକାର୍ପଣ ଉତ୍ସବରେ ଯୋଗଦେବେ। ସେଠାରୁ ସର୍କିଟ ହାଉସ ଫେରି ବଡ଼ବିଲ ଯାଇ ଓଏମ୍‌ଡିସି ଗେଷ୍ଟ୍‌ ହାଉସ୍‌ରେ ରହିବେ। ସନ୍ଧ୍ୟା ୫ଟା ୪୦ରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ସାରଦା ପ୍ରାର୍ଥନା ମଣ୍ଡପର ଉଦ୍‌ଘାଟନ କରିବା ପରେ ୬ଟା ୩୦ରେ ବଡବିଲ ମହୋତ୍ସବର ରୌପ୍ୟ ଜୟନ୍ତୀରେ ଯୋଗଦେବେ। ସେଠାରୁ ରାତିରେ କେନ୍ଦୁଝର ଫେରି ରାତ୍ରିଯାପନ କରି ଗୁରୁବାର ବାଲିବନ୍ଧଠାରେ ମହେନ୍ଦ୍ର ପଟ୍ଟନାୟକଙ୍କ ମା’ଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗଦେବେ। ରାଇସୁଆଁ ଫେରି ପୂର୍ବାହ୍ନ ୧୦ଟା ୫୫ରେ ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱର ଫେରିଯିବେ। ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ଭାଜପା ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri