ଓଡ଼ିଶାରେ ମୋହନ ସରକାର: ମୁଖ୍ୟମନ୍ତ୍ରୀଙ୍କୁ ମିଳିବ କେତେ ଦରମା? ମିଳିବ ଏତେସବୁ ସୁବିଧା

ଓଡ଼ିଶାରେ ଆଜିଠୁ ଆରମ୍ଭ ହୋଇଛି ଭାଜପା ସରକାର । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝି । ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡା ଶପଥ ଗ୍ରହଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଓ ଉପ-ମୁଖ୍ୟମନ୍ତ୍ରୀଙ୍କ ସମେତ ୧୩ ଜଣିଆ ମନ୍ତ୍ରିମଣ୍ଡଳ ମଧ୍ୟ ଶପଥ ନେଇଛନ୍ତି। ତେବେ ଓଡ଼ିଶାକୁ ନୂଆ ମୁଖ୍ୟମନ୍ତ୍ରୀ ତ ମିଳିଗଲେ । ହେଲେ ଜାଣିଛନ୍ତି କି ମୁଖ୍ୟମନ୍ତ୍ରୀଙ୍କ ଦରମା କେତେ? ଆଉ ତାଙ୍କୁ କ’ଣ କ’ଣ ସବୁ ସୁବିଧା ମିଳେ?

ସାମ୍ବିଧାନିକ ନିୟମ ଅନୁଯାୟୀ ପ୍ରତ୍ୟେକ ରାଜ୍ୟରେ ଜଣେ ମୁଖ୍ୟମନ୍ତ୍ରୀ ରହିଛନ୍ତି । ରାଜ୍ୟର ଶାସନ ଦାୟିତ୍ୱକୁ ସୂଚନାରୁ ରୂପେ ସମ୍ଭାଳିବା ସହ ରାଜ୍ୟର ସବୁ ଜନତାଙ୍କ ଦାୟିତ୍ୱ ନେବା ତାଙ୍କର କର୍ତ୍ତବ୍ୟ ଅଟେ।
ତେବେ ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟ ରାଜକୋଷରୁ ପ୍ରତ୍ୟେକ ମାସ ଦରମା ମଧ୍ୟ ମିଳିଥାଏ । କିନ୍ତୁ ସମସ୍ତ ରାଜ୍ୟରେ ମୁଖ୍ୟମନ୍ତ୍ରୀମାନଙ୍କ ଦରମା ଭିନ୍ନ ରହିଥାଏ । ଏହା ସହିତ ମୁଖ୍ୟମନ୍ତ୍ରୀମାନଙ୍କୁ ଅନ୍ୟାନ୍ୟ ସରକାରୀ ସୁବିଧା ମଧ୍ୟ ମିଳିଥାଏ । ଜାଣନ୍ତୁ କେଉଁ ରାଜ୍ୟର ମୁଖ୍ୟମନ୍ତ୍ରୀ କେତେ ଦରମା ପାଇଥା’ନ୍ତି।

ଭାରତର ଭିନ୍ନ ଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଦରମା ଭିନ୍ନ । ସର୍ବାଧିକ ଦରମା ପାଉଥିବା ମୁଖ୍ୟମନ୍ତ୍ରୀ ହେଉଛନ୍ତି ତେଲଙ୍ଗାନା CM । ସେହଭଳି ତ୍ରିପୁରା ମୁଖ୍ୟମନ୍ତ୍ରୀ ସର୍ବନିମ୍ନ ଦରମା ପାଇଥାନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ମାସକୁ ଦରମା ଓ ଭତ୍ତା ବାବଦରେ ୧ ଲକ୍ଷ ୬୦ ହଜାର ଟଙ୍କା ପାଇଥାନ୍ତି । ଅର୍ଥାତ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମାସିକ ୧ ଲକ୍ଷ ୬୦ ହଜାର ଟଙ୍କା ଦରମା ଆକାରରେ ପାଇବେ । ପୂର୍ବରୁ ବିଧାୟକ ଭାବେ ୧ ଲକ୍ଷ ଟଙ୍କା ଦରମା ପାଉଥିଲେ।

ଏହା ସହିତ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଅନ୍ୟାନ୍ୟ ସମସ୍ତ ସରକାରୀ ସୁବିଧା ମଧ୍ୟ ମିଳିଥାଏ । ସୁରକ୍ଷା ପାଇଁ ପୋଲିସ କର୍ମୀ ୨୪ ଘଣ୍ଟିଆ ମୁତୟନ ହୋଇ ରହିଥାନ୍ତି । ସେହିଭଳି ମୁଖ୍ୟମନ୍ତ୍ରୀଙ୍କୁ ବିଦ୍ୟୁତ ବିଲ, ଟେଲିଫୋନ ବିଲ, ଗାଡିରେ ତେଲ ବାବଦକୁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଥାନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ଗାର୍ଡ ମୁତୟନ କରାଯାଇଥାଏ ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri